Posted inଖେଳ

ଆଉ ୬ ରାଜ୍ୟରେ ଖେଲୋ ଇଣ୍ଡିଆ ଷ୍ଟେଟ୍‌ ସେଣ୍ଟର ଅଫ୍‌ ଏକ୍ସିଲେନ୍ସ ପ୍ରତିଷ୍ଠା ହେବ

ନୂଆଦିଲ୍ଲୀ,୧୬।୯(ପି.ଟି.): ଯୁବ କ୍ରୀଡ଼ା ପ୍ରତିଭାର ବିକାଶ ପାଇଁ କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ଆଉ ୬ଟି ରାଜ୍ୟରେ ଖେଲୋ ଇଣ୍ଡିଆ ସେଣ୍ଟର ଅଫ୍‌ ଏକ୍ସିଲେନ୍ସ (କେଆଇଏସ୍‌ସିଇ) ପ୍ରତିଷ୍ଠା କରିବାକୁ ନିଷ୍ପତ୍ତି ନେଇଛି। ପୂର୍ବରୁ ଓଡ଼ିଶାର କଳିଙ୍ଗ ଷ୍ଟାଡିୟମକୁ ଏଥିରେ ସାମିଲ କରାଯାଇଥିଲା।
ଏବେ ଆସାମ, ଦାଦ୍ରା ଓ ନଗର ହାବେଳି ଏବଂ ଡାମନ ଓ ଡ୍ୟୁ, ମହାରାଷ୍ଟ୍ର, ମଧ୍ୟପ୍ରଦେଶ, ମେଘାଳୟ ଓ ସିକିମକୁ ଏଥିରେ ସାମିଲ କରାଯାଇଛି। ଏହାପୂର୍ବରୁ ମନ୍ତ୍ରଣାଳୟ କର୍ନାଟକ, ଓଡ଼ିଶା, କେରଳ, ତେଲଙ୍ଗାନା, ଅରୁଣାଚଳ ପ୍ରଦେଶ, ମଣିପୁର, ମିଜୋରାମ ଓ ନାଗାଲାଣ୍ଡରେ କେଆଇଇଏସ୍‌ସିଇ ପ୍ରତିଷ୍ଠା କରିବାକୁ ଘୋଷଣା କରିଥିଲା। ପୁଣି ଖେଲୋ ଇଣ୍ଡିଆର ଯେଉଁ ସେଣ୍ଟରଗୁଡିକ ପୂର୍ବରୁ ରହିଛି ସେଗୁଡିକୁ ପୁନର୍ଗଠନ କରିଯିବା ଓ ସେଗୁଡିକୁ କେଆଇଏସ୍‌ସିଇରେ ପରିଣତ କରାଯିବ ବୋଲି କୁହାଯାଇଛି। ଟ୍ରେନିଂ ଓ ଭିତ୍ତିଭୂମିର ସୁବିଧା ସୁଯୋଗ ଓ ପୂର୍ବରୁ ଚାମ୍ପିୟନ ଖେଳାଳି ସୃଷ୍ଟି କରାଯିବାର ରେକର୍ଡକୁ ଦୃଷ୍ଟିରେ ରଖି ବିଭିନ୍ନ ସେଣ୍ଟରକୁ ଏଥିପାଇଁ ଶର୍ଟ ଲିଷ୍ଟ କରାଯାଇଥିଲା। ଏହି ସେଣ୍ଟରଗୁଡିକୁ କ୍ରୀଡ଼ା ସରଞ୍ଜାମ, ଅଭିଜ୍ଞ କୋଚ୍‌ ଓ ହାଇ ପରଫର୍ମାନ୍ସ ମ୍ୟାନେଜର ଯୋଗାଇ ଦିଆଯିବ ଓ ପ୍ରତି ସେଣ୍ଟରରେ ଅତିବେଶିରେ ୩ ଅଲିମ୍ପିକ୍‌ କ୍ରୀଡ଼ାକୁ ସାମିଲ କରାଯିବ ବୋଲି ମନ୍ତ୍ରଣାଳୟ ତରଫରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନୀ ଖେଳାଳିଙ୍କ ଫୋନ ଜବତ କଲା PCB; ମ୍ୟାଚ ଫିକ୍ସିଂ ସନ୍ଦେହ? ଉଠିଲାଣି ପ୍ରଶ୍ନ

ଇସଲାମାବାଦ,୬।୯: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ସମ୍ପ୍ରତି ଏପରି ନିଷ୍ପତ୍ତି ନେଇଛି ଯାହାକୁ ନେଇ ବିଶ୍ୱବ୍ୟାପୀ ହାସ୍ୟରସ ସୃଷ୍ଟି ହୋଇଛି। ଏବେ, ଇଂଲଣ୍ଡ ଗସ୍ତ ସମୟରେ ଆଉ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri