ଉଛୁଳିଲା କୋଏଲ ନଦୀ: ୮୦ ପରିବାର ବାହ୍ୟଜଗତରୁ ବିଚ୍ଛିନ୍ନ

କୁଆଁରମୁଣ୍ଡା,୧୬ା୯(ଡି.ଏନ୍‌.ଏ.): ଲଗାଣ ବର୍ଷାରେ ସୁନ୍ଦରଗଡ଼ ଜିଲାରେ ପ୍ରବାହିତ ବିଭିନ୍ନ ନଦୀ ଏବେ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ଏଥିଯୋଗୁ ନଦୀଗୁଡିକ କୂଳ ଲଙ୍ଘି ନିକଟବର୍ତ୍ତୀ ଗ୍ରାମ ଓ ବସ୍ତିରେ ବନ୍ୟାଜଳ ପ୍ରବେଶ କରିଛି। ବିଶେଷକରି ବ୍ରାହ୍ମଣୀ ନଦୀର ୨ଟି ଶାଖା ନଦୀ ଶଙ୍ଖ ଓ କୋଏଲର ଜଳ ପତ୍ତନ ବେଶ୍‌ ବୃଦ୍ଧି ପାଇବାରୁ ବ୍ରାହ୍ମଣୀ ନଦୀର ଜଳପତ୍ତନ ମଧ୍ୟ ବିପଦ ସଙ୍କେତ ଉପରେ ରହିଛି। ଗୁରୁବାର ମଧ୍ୟାହ୍ନ ସୁଦ୍ଧା କୋଏଲ ନଦୀର ଜଳପତ୍ତନ ବୃଦ୍ଧି ପାଇବାରୁ କୁଆଁରମୁଣ୍ଡା ବ୍ଲକର କୁଆଁରମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଚଇନପୁର ଗ୍ରାମ ସମ୍ପୂର୍ଣ୍ଣଭାବେ ଜଳବନ୍ଦୀ ହୋଇଯାଇଛି। ଫଳରେ ସେଠାରେ ବସବାସ କରୁଥିବା ୮୦ଟି ପରିବାରର ପ୍ରାୟ ସାଢ଼େ ୩ଶହ ଲୋକ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛନ୍ତି। ଉକ୍ତ ଗ୍ରାମବାସୀ  ସେମାନଙ୍କର ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ କିଣାକିଣି ପାଇଁ କୁଆଁରମୁଣ୍ଡା ବଜାରକୁ ଆସିଥାନ୍ତି। ହେଲେ କୋଏଲ ନଦୀ ବନ୍ୟାଜଳ ଦ୍ୱାରା ଉକ୍ତ ଗ୍ରାମଟି ଜଳବନ୍ଦୀ ହୋଇଯାଇଥିବାରୁ ଲୋକଙ୍କ ଯାତାୟାତ ସମ୍ପୂର୍ଣ୍ଣ ଭାବେ ବନ୍ଦ ହୋଇଯାଇଛି। ଚଇନପୁର ଗ୍ରାମର ଶତପ୍ରତିଶତ ଲୋକେ ଗରିବ ତଫସିଲଭୁକ୍ତ ଜାତି, ଜନଜାତି ସମ୍ପ୍ରଦାୟର ଅଟନ୍ତି। ପ୍ରତିଦିନ ପରିବାର ପ୍ରତିପୋଷଣ ନିମନ୍ତେ ସେମାନେ କୁଆଁରମୁଣ୍ଡାର ବିଭିନ୍ନ କଳକାରଖାନା ତଥା ଅନ୍ୟାନ୍ୟ କାମରେ ଆସିଥାନ୍ତି। ଏ ଦିଗରେ ପ୍ରଶାସନ ସେମାନଙ୍କ ନିକଟରେ ଆବଶ୍ୟକ ଖାଦ୍ୟ ସାମଗ୍ରୀ ପହଞ୍ଚାଇବା ସହ ବିପଦରେ ଥିବା ପରିବାରଗୁଡ଼ିକୁ ଉଦ୍ଧାର କରିବା ପାଇଁ କୁଆଁରମୁଣ୍ଡା ସରପଞ୍ଚ ସୁଷମାକାନ୍ତି କିଣ୍ଡୋ,ସାମାଜିକ କର୍ମୀ ଅର୍ଜୁନ ମିଞ୍ଜ ପ୍ରମୁଖ ଦୃଢ଼ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri