ପିସି ଘଟଣା ଅଭିଯୋଗକୁ ଭିତ୍ତିହୀନ କହିଲେ କୋକସରା ବ୍ଲକ ଅଧ୍ୟକ୍ଷା

କୋକସରା, ୨୬।୧୨ (ଡି.ଏନ.ଏ)- କଳାହାଣ୍ଡି ଜିଲା କୋକସରା ବ୍ଲକ ପ୍ରଶାସନ ଦ୍ୱାରା ଗତ ୨୧ ତାରିଖରେ ବ୍ଲକ ସଭାଗୃହ ରେ ଏକ ସ୍କ୍ରିନିଂ କମିଟିର ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ସ୍କ୍ରିନିଂ କମିଟିର ବୈଠକରେ କୋକସରା ବ୍ଲକ ବିଡ଼ିଓ ମନୀଷା ଦାସ ସମେତ କୋକସରା ବ୍ଲକ ଅଧ୍ୟକ୍ଷା ଶବ୍ୟାରାଣୀ ବାଗ ଉପସ୍ଥିତ ରହିଥିଲେ। ଏହି ସମୟରେ ରେଙ୍ଗାଳପାଲି ସମିତି ସଭ୍ୟା ମାଧୁରୀ ନିଆଲ ଅଧ୍ୟକ୍ଷାଙ୍କ ବିରୋଧରେ ପିସି ନେଉଥିବା ଅଭିଯୋଗ କରିଥିଲେ । ବିନା ପିସିରେ କୌଣସି କାମ ହେଉନାହିଁ ବୋଲି ସମିତି ସଭ୍ୟା ଅଭିଯୋଗ କରିଥିଲେ । ଯାହାକୁ ନେଇ ଅଧ୍ୟକ୍ଷା ଓ ସମିତି ସଭ୍ୟାଙ୍କ ମଧ୍ୟରେ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଥିଲା । ଏହି ଘଟଣା ପରେ ଗୃହରେ ଅଚଳାବସ୍ଥା ଦେଖିବାକୁ ମିଳିଥିଲା । ପରେ ସମିତି ସଭ୍ୟା ଗୃହ ପରିତ୍ୟାଗ ପରେ ସ୍କ୍ରିନିଂ କମିଟି ସଦସ୍ୟ ଚୟନ ହୋଇଥିଲା । ଏହି ଘଟଣାର ୪ ଦିନ ପରେ ଶୁକ୍ରବାର କୋକସରା ବ୍ଲକ ଅଧ୍ୟକ୍ଷା ଏକ ପ୍ରେସ୍‌ମିଟ କରି ନିଜ ଉପରେ ଲାଗିଥିବା ଅଭିଯୋଗକୁ ଖଣ୍ଡନ କରିଛନ୍ତି । ତାଙ୍କ କହିବା ଅନୁସାରେ ସେ କେବେ ମଧ୍ୟ କାହାଠାରୁ କାମ ବାବଦରେ ପିସି ଗ୍ରହଣ କରିନାହାନ୍ତି । ଜାଣିଶୁଣି ତାଙ୍କୁ ୩ ଜଣ ସମିତି ସଭ୍ୟା ସଭ୍ୟ ବଦନାମ କରିବାକୁ ଏହିଭଳି ଭିତ୍ତିହୀନ ଅଭିଯୋଗ ଆଣିଛନ୍ତି । ଯାହାକୁ ସେ କଡା ବିରୋଧ କରିବା ସହ ଖଣ୍ଡନ କରିଛନ୍ତି । ନିଜ କୋକସରା ବାସଭବନରେରେ ଅଧ୍ୟକ୍ଷା ପ୍ରେସ୍‌ମିଟ କରି ଏହି ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri