ପିସି ଘଟଣା ଅଭିଯୋଗକୁ ଭିତ୍ତିହୀନ କହିଲେ କୋକସରା ବ୍ଲକ ଅଧ୍ୟକ୍ଷା

କୋକସରା, ୨୬।୧୨ (ଡି.ଏନ.ଏ)- କଳାହାଣ୍ଡି ଜିଲା କୋକସରା ବ୍ଲକ ପ୍ରଶାସନ ଦ୍ୱାରା ଗତ ୨୧ ତାରିଖରେ ବ୍ଲକ ସଭାଗୃହ ରେ ଏକ ସ୍କ୍ରିନିଂ କମିଟିର ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ସ୍କ୍ରିନିଂ କମିଟିର ବୈଠକରେ କୋକସରା ବ୍ଲକ ବିଡ଼ିଓ ମନୀଷା ଦାସ ସମେତ କୋକସରା ବ୍ଲକ ଅଧ୍ୟକ୍ଷା ଶବ୍ୟାରାଣୀ ବାଗ ଉପସ୍ଥିତ ରହିଥିଲେ। ଏହି ସମୟରେ ରେଙ୍ଗାଳପାଲି ସମିତି ସଭ୍ୟା ମାଧୁରୀ ନିଆଲ ଅଧ୍ୟକ୍ଷାଙ୍କ ବିରୋଧରେ ପିସି ନେଉଥିବା ଅଭିଯୋଗ କରିଥିଲେ । ବିନା ପିସିରେ କୌଣସି କାମ ହେଉନାହିଁ ବୋଲି ସମିତି ସଭ୍ୟା ଅଭିଯୋଗ କରିଥିଲେ । ଯାହାକୁ ନେଇ ଅଧ୍ୟକ୍ଷା ଓ ସମିତି ସଭ୍ୟାଙ୍କ ମଧ୍ୟରେ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଥିଲା । ଏହି ଘଟଣା ପରେ ଗୃହରେ ଅଚଳାବସ୍ଥା ଦେଖିବାକୁ ମିଳିଥିଲା । ପରେ ସମିତି ସଭ୍ୟା ଗୃହ ପରିତ୍ୟାଗ ପରେ ସ୍କ୍ରିନିଂ କମିଟି ସଦସ୍ୟ ଚୟନ ହୋଇଥିଲା । ଏହି ଘଟଣାର ୪ ଦିନ ପରେ ଶୁକ୍ରବାର କୋକସରା ବ୍ଲକ ଅଧ୍ୟକ୍ଷା ଏକ ପ୍ରେସ୍‌ମିଟ କରି ନିଜ ଉପରେ ଲାଗିଥିବା ଅଭିଯୋଗକୁ ଖଣ୍ଡନ କରିଛନ୍ତି । ତାଙ୍କ କହିବା ଅନୁସାରେ ସେ କେବେ ମଧ୍ୟ କାହାଠାରୁ କାମ ବାବଦରେ ପିସି ଗ୍ରହଣ କରିନାହାନ୍ତି । ଜାଣିଶୁଣି ତାଙ୍କୁ ୩ ଜଣ ସମିତି ସଭ୍ୟା ସଭ୍ୟ ବଦନାମ କରିବାକୁ ଏହିଭଳି ଭିତ୍ତିହୀନ ଅଭିଯୋଗ ଆଣିଛନ୍ତି । ଯାହାକୁ ସେ କଡା ବିରୋଧ କରିବା ସହ ଖଣ୍ଡନ କରିଛନ୍ତି । ନିଜ କୋକସରା ବାସଭବନରେରେ ଅଧ୍ୟକ୍ଷା ପ୍ରେସ୍‌ମିଟ କରି ଏହି ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri