ବାଲି, ମାଟିରେ ପୋତି ହୋଇଯାଉଛି କୋଲାବ ଜଳଭଣ୍ଡାର

କୋରାପୁଟ,୮।୫(ସ୍ବ.ପ୍ର.): କୋରାପୁଟ ଜିଲାରେ ଗତ କିଛି ବର୍ଷ ହେବ ବୃଷ୍ଟିପାତରେ ଅନିୟମିତତା ଯୋଗୁ ଜିଲାର ମୁଖ୍ୟ ଜଳଭଣ୍ଡାର କୋଲାବରେ ଜଳସ୍ତର ହ୍ରାସ ପାଉଛି ା ବାଲି, ମାଟିରେ ପୋତି ହୋଇଯାଉଛି। କୋଲାବ ଜଳଭଣ୍ଡାର ଫଳରେ ଜିଲା ପାଇଁ ପାନୀୟ ଜଳ ସମସ୍ୟା ଦେଖାଯାଉଛି। ସମୟ ଥିଲା କୋରାପୁଟ ଜିଲାରେ ବର୍ଷକୁ ୬ ମାସ ବର୍ଷା ହେଉଥିଲା ା ମାତ୍ର ଗତ କିଛି ବର୍ଷ ଧରି ଏହାର ପରିମାଣ ଅପେକ୍ଷାକୃତ ଭାବେ ହ୍ରାସ ପାଉଛି ା ଏଥିଯୋଗୁ ଭୂତଳ ଜଳସ୍ତର ମଧ୍ୟ କମିବାରେ ଲାଗିଛି ା ଏପରି ପରିସ୍ଥିତି ଲାଗି ରହିଲେ ଆଗାମୀ ଦିନରେ କୋରାପୁଟ ଅଞ୍ଚଳରେ ଜଳସଙ୍କଟ ଉତ୍କଟ ସମସ୍ୟା ରୂପେ ଦେଖା ଦେବ ବୋଲି ବିଶେଷଜ୍ଞମାନେ ଆଶଙ୍କା ପ୍ରକାଶ କରିଛନ୍ତି। ଦୀର୍ଘ ୧୨୫୦ ବର୍ଗ କିଲୋମିଟର ପରିବ୍ୟାପ୍ତ କୋଲାବ ଜଳଭଣ୍ଡାରରୁ ଜିଲାର ନାଲ୍‌କୋ ଓ ହାଲ ଭଳି ଶିଳ୍ପ ଅନୁଷ୍ଠାନ ପାଣି ନେଉଛନ୍ତି। ଜନସାଧାରଣଙ୍କୁ ମଧ୍ୟ ଏଥିରୁ ଜଳ ଯୋଗାଣ ହେଉଛି। ଫଳରେ କୋଲାବ ଜଳଭଣ୍ଡାର ଦିନକୁ ଦିନ ବାଲି ଓ ମାଟିରେ ପୋତି ହୋଇଯାଉଛି। କୋଲାବ ସମେତ ଏହି ଅଞ୍ଚଳରେ ଥିବା ଇନ୍ଦ୍ରାବତୀ, ବାଲିମେଳା ଓ ଜଲାପୁଟ ଜଳଭଣ୍ଡାର ପ୍ରତି ଆବଶ୍ୟକ ରକ୍ଷଣବେକ୍ଷଣ କରାଯାଉ ନ ଥିବାରୁ ଜଳଭଣ୍ଡାରଗୁଡିକରେ ପାହାଡରୁ ଧୋଇ ହୋଇ ଆସୁଥିବା ମାଟି ଅଧିକରୁ ଅଧିକ ମାତ୍ରାରେ ଭର୍ତ୍ତି ହେଉଛି ା ଫଳତଃ ଜଳଭଣ୍ଡାରଗୁଡିକର ଜଳଧାରଣ କ୍ଷମତା ଆଶାତୀତ ଭାବେ ହ୍ରାସ ପାଉଛି। ସୁନାବେଡାସ୍ଥିତ ଭାରତୀୟ ମୃତ୍ତିକା ଓ ଜଳ ସଂରକ୍ଷଣ ସଂସ୍ଥାର ଗବେଷକ ଜ୍ୟୋତିର୍ମୟୀ ଲେଙ୍କା ଏ ସମ୍ପର୍କରେ କହିଛନ୍ତି ଯେ, ସରକାରଙ୍କ ପକ୍ଷରୁ କୋଲାବ ଜଳଭଣ୍ଡାରର କ୍ୟାଚମେଣ୍ଟ ଏରିଆରେ ମୃର୍ତ୍ତିିକା ସଂରକ୍ଷଣ ସହିତ ବର୍ଷାକୁ ପ୍ରଭାବିତ କରିବା ଭଳି ଆବଶ୍ୟକ ବୃକ୍ଷରୋପଣ କରିବା ଦରକାର। କୋଲାବ ଜଳଭଣ୍ଡାର ମୁଖ୍ୟଯନ୍ତ୍ରୀ ଶତ୍ରୁଘ୍ନ ମହାରଣା କୋଲାବ ଜଳଭଣ୍ଡାରରେ ମାଟି ଓ ବାଲି କମିଥିବା ସ୍ବୀକାର କରୁଥିଲେ ହେଁ ପରିସ୍ଥିତି ବିପଦ୍ଜନକ ନ ଥିବା ପ୍ରକାଶ କରିଛନ୍ତି। ଇଞ୍ଜିନିୟର ସୁନୀଲ ବିଶ୍ୱାଳଙ୍କୁ ପଚାରିବାରୁ ସେ କହିଲେ,ଏଦିଗରେ ଉଚିତ ପଦକ୍ଷେପ ଗ୍ରହଣ ନ କଲେ କୋଲାବ ଜଳଭଣ୍ଡାରରୁ ଜଳସେଚନ ଓ ବିଦ୍ୟୁତ ଉତ୍ପାଦନ ପ୍ରଭାବିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ଜନଶୁଣାଣି ଶିବିରରେ ଅଭାବନୀୟ ଘଟଣା, ବାର୍ଦ୍ଧକ୍ୟ ଭତ୍ତା ନ ମିଳିବାରୁ ବରିଷ୍ଠ ନାଗରିକଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ ସଦର,୧୮ା୮(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ୪୨ ମୌଜା ଅନ୍ତର୍ଗତ କଳପଡାଠାରେ ସୋମବାର ଅନୁଷ୍ଠିତ କଟକ ସଦର ବିଧାୟକଙ୍କ ଜନଶୁଣାଣି ଶିବିରରେ ଏକ ଅଭାବନୀୟ…

ଆଖିବୁଜା ଗୁଳି ଚଳାଇଲେ ସପ୍ତମ ଶ୍ରେଣୀର ଛାତ୍ର, ୨ ମୃତ

ମାନିଲା,୧୮।୮: ଫିଲିପାଇନ୍ସର ଏକ ସ୍କୁଲରେ ଗୁଳିକାଣ୍ଡ ହୋଇଥିବା ରିପୋର୍ଟ ସାମ୍ନାକୁ ଆସିଛି। ଏହି ଘଟଣାରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଜଣେ ସ୍ଥାନୀୟ ଅଧିକାରୀଙ୍କ ଅନୁଯାୟୀ, ମଙ୍ଗଳବାର…

ଶେଷ ପର୍ଯ୍ୟାୟରେ ପ୍ରତିମୂର୍ତ୍ତି ଉନ୍ମୋଚନ ଉତ୍ସବ ବାତିଲ: ପଲିଥିନରେ ଘୋଡ଼ାହୋଇ ରହିଛି ଓଡ଼ିଶାର ପ୍ରଥମ ମୁଖ୍ୟମନ୍ତ୍ରୀଙ୍କ ପ୍ରତିମୂର୍ତ୍ତି

ଲୋଇସିଂହା,୧୮।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଏନଏସି ଅନ୍ତର୍ଗତ ଲୋଇସିଂହାସ୍ଥିତ ହରେକୃଷ୍ଣ ମହତାବ ହାଇସ୍କୁଲ ପରିସରରେ ଓଡିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। ୮୦…

ଦେବୋତ୍ତର ଜମି ଧାନବିକ୍ରି ପଞ୍ଜୀକରଣକୁ ନା: ଚିନ୍ତାରେ ଦେବଦେବୀଙ୍କ ସେବାୟତ

ବରଗଡ଼,୧୮।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପଞ୍ଜୀକରଣରେ ଏଥର ନୂଆଁ କଟକଣାଗୁଡ଼ିକ ଚାଷୀଙ୍କ ପାଇଁ ଅଡୁଆ ସାଜିଛି।…

୩୨୬ ଏମ୍‌ପି, ୧୪ ମୁଖ୍ୟମନ୍ତ୍ରୀଙ୍କ ନାମରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୧୮ା୮(ପି.ଟି.): ଲୋକ ସଭାର ୫୪୩ ସଦସ୍ୟଙ୍କ ମଧ୍ୟରୁ ୨୫୧ ଜଣ ଏବଂ ରାଜ୍ୟ ସଭାର ୨୩୩ ସଦସ୍ୟଙ୍କ ମଧ୍ୟରୁ ୭୫ ଜଣଙ୍କ ନାମରେ ଆପରାଧିକ ମାମଲା ରହିଥିବା…

ଯୋବ୍ରା ଆନିକଟ ବ୍ରିଜ୍‌ରେ ଭାସୁଛି ମହିଳାଙ୍କ ମୃତଦେହ, ପୋଲିସ…

କଟକ,୧୮।୮(ପ୍ରଭୁକଲ୍ୟାଣ ପାଲ): କଟକ ଯୋବ୍ରା ଆନିକଟ ବ୍ୟାରେଜରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ମଙ୍ଗଳବାର ସକାଳୁ ଗେଟ ନମ୍ବର ୪୧/୪୨ ରେ ଅଜଣା ମହିଳାଙ୍କ ମୃତଦେହ…

ଓଡ଼ିଶାର ନୂଆ DGP ଚୟନ ପ୍ରକ୍ରିୟା ମାମଲା, ଆଜି ସୁପ୍ରିମକୋର୍ଟରେ ଗୁରୁତ୍ୱପୂର୍ଣ୍ଣ ଶୁଣାଣି

ଭୁବନେଶ୍ୱର,୧୮।୮(ସୁନିତ୍‌ ମିଶ୍ର): ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହେବାକୁ ଅଛି। ଏନେଇ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଗତ ୧୪ ତାରିଖରେ ଶୁଣାଣି ହୋଇଥିଲା।…

ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ଆକ୍ରମଣ: ୨ ମୃତ

ଲଣ୍ଡନ, ୧୮।୮: ୟୁକ୍ରେନ୍‌ସ୍ଥିତ ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୩ଜଣ ଆହତ ହୋଇଛନ୍ତି। ଭାରତୀୟ ଶିଳ୍ପପତି ଲକ୍ଷ୍ମୀ ମିତ୍ତଲଙ୍କ ମାଲିକାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri