କୋଣାର୍କ- ପୁରୀ ରାସ୍ତା ପାଲଟିଛି ପାର୍କିଂ ସ୍ଥାନ

କୋଣାର୍କ,୨୨।୩(ଜ୍ୟୋତିରାଜ ମହାନ୍ତି): କୋଣାର୍କ- ପୁରୀ ରାସ୍ତାର ଉଭୟ ପାର୍ଶ୍ୱରେ ହଜାର ହଜାର ସଂଖ୍ୟାରେ ଯାତ୍ରୀବାହୀ ବସ୍‌ ପାର୍କିଂ ହେବା ଯୋଗୁ ଗମନାଗମନ ବ୍ୟବସ୍ଥା ବିପର୍ଯ୍ୟସ୍ତ ହେବା ସହ ଦୁର୍ଘଟଣା ବୃଦ୍ଧି ପାଉଛି। ଖବରରୁ ପ୍ରକାଶ, କୋଣାର୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିବାକୁ ହଜାର ହଜାର ସଂଖ୍ୟାରେ ପର୍ଯ୍ୟଟକ ଯାତ୍ରୀବାହୀ ବସ୍‌ ଯୋଗେ ଏଠାକୁ ଆସିଥାନ୍ତି। ପର୍ଯ୍ୟଟକଙ୍କ ଯାତ୍ରୀବାହୀ ବସ୍‌ ରଖିବା ପାଇଁ କୋଣାର୍କ ଏନ୍‌ଏସି ପ୍ରଶାସନ ପକ୍ଷରୁ ପାର୍କିଂ ସ୍ଥଳ ନାହିଁ। ତେବେ କୋଣାର୍କ- ପୁରୀ ରାସ୍ତା କଡ଼ରେ ହଜାର ହଜାର ସଂଖ୍ୟାରେ ପର୍ଯ୍ୟଟକଙ୍କ ବସ୍‌ ପାର୍କିଂ କରିବାରୁ ଗମନାଗମନରେ ଅସୁବିଧା ହେଉଛି। ଫଳରେ ଏହି ରାସ୍ତା ଦେଇ ବିଶ୍ବ ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ କୋଣାର୍କଠାରୁ ପୁରୀ ଅଭିମୁଖେ ଯାତ୍ରା କରୁଥିବା ହଜାର ହଜାର ସଂଖ୍ୟାରେ ପର୍ଯ୍ୟଟକଙ୍କ ଯାତ୍ରୀବାହୀ ବସ୍‌, ୪ ଚକିଆ ଯାନ ଓ ୨ ଚକିଆ ଯାନ ଯୋଗୁ ଦୁର୍ଘଟଣା ଘଟିବା ଭଳି ଆଶଙ୍କା ସୃଷ୍ଟି ହୋଇଛି। କୋଣାର୍କ ଏନ୍‌ଏସି ପ୍ରଶାସନ ପକ୍ଷରୁ ପାର୍କିଂ ସ୍ଥାନ ନ ଥିବା ବେଳେ ବିଭାଗୀୟ ଭାବେ କେଉଁ ନିୟମ ଆଧାରରେ ଏନ୍‌ଏସି କର୍ମଚାରୀ ବେଆଇନ ଭାବେ ରାସ୍ତାରେ ଗାଡ଼ି ପାର୍କିଂ କରିବାକୁ ପର୍ଯ୍ୟଟକଙ୍କୁ କହି ସେମାନଙ୍କଠାରୁ ପାର୍କିଂ ଫି ଆଦାୟ କରିବା ଘଟଣା ବୁଦ୍ଧିଜୀବୀ ଓ ପର୍ଯ୍ୟଟକଙ୍କ ମହଲରେ ନାପସନ୍ଦ କରାଯାଇଛି। କୋଣାର୍କ ଏନ୍‌ଏସି ପ୍ରଶାସନ ଓ ସ୍ଥାନୀୟ ପୋଲିସ ପ୍ରଶାସନର ବେପରୁଆ ମନୋଭାବ ଯୋଗୁ ରାସ୍ତା କଡ଼ରେ ପର୍ଯ୍ୟଟକଙ୍କ ନିମନ୍ତେ ବେଆଇନ ଗାଡ଼ି ପାର୍କିଂ ଘଟଣା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏଭଳି ବେଆଇନ କାର୍ଯ୍ୟ ଉପରେ ସ୍ଥାନୀୟ ପୋଲିସ ପ୍ରଶାସନ ଅଙ୍କୁଶ ଲଗାଇବା ସହ ତ୍ୱରିତ ପଦକ୍ଷେପ ଗ୍ରହଣ ନ କଲେ ବଡ଼ ଧରଣର ଦୁର୍ଘଟଣା ଆଶଙ୍କା ସୃଷ୍ଟି ହେବାକୁ ଏଡ଼ାଇ ଦିଆଯାଇ ନ ପାରେ ବୋଲି ବୁଦ୍ଧିଜୀବୀ ଓ ପର୍ଯ୍ୟଟକଙ୍କ ମହଲରେ ଆଶଙ୍କା ପ୍ରକାଶ ପାଇଛି। ଏହି ସମ୍ବେଦନଶୀଳ ଘଟଣା ଉପରେ ପୁରୀ ଜିଲାପାଳ ଓ ଜିଲା ଆରକ୍ଷୀ ଅଧିକ୍ଷକ ଦୃଷ୍ଟି ଦେଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ସହ ଏଭଳି ବେଆଇନ ପାର୍କିଂ ହଟାଇବାକୁ କୋଣାର୍କ ଅଞ୍ଚଳର ସାମାଜିକ କର୍ମୀ, ସଚେତନ ନାଗରିକ, ବୁଦ୍ଧିଜୀବୀ, ଶିକ୍ଷାବିତ୍‌, ବରିଷ୍ଠ ନାଗରିକ, ପର୍ଯ୍ୟଟକ ପ୍ରେମୀ ଓ କୋଣାର୍କ ଅଞ୍ଚଳର ଜନସାଧାରଣଙ୍କ ପକ୍ଷରୁ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?