କୋଣାର୍କ- ପୁରୀ ରାସ୍ତା ପାଲଟିଛି ପାର୍କିଂ ସ୍ଥାନ

କୋଣାର୍କ,୨୨।୩(ଜ୍ୟୋତିରାଜ ମହାନ୍ତି): କୋଣାର୍କ- ପୁରୀ ରାସ୍ତାର ଉଭୟ ପାର୍ଶ୍ୱରେ ହଜାର ହଜାର ସଂଖ୍ୟାରେ ଯାତ୍ରୀବାହୀ ବସ୍‌ ପାର୍କିଂ ହେବା ଯୋଗୁ ଗମନାଗମନ ବ୍ୟବସ୍ଥା ବିପର୍ଯ୍ୟସ୍ତ ହେବା ସହ ଦୁର୍ଘଟଣା ବୃଦ୍ଧି ପାଉଛି। ଖବରରୁ ପ୍ରକାଶ, କୋଣାର୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିବାକୁ ହଜାର ହଜାର ସଂଖ୍ୟାରେ ପର୍ଯ୍ୟଟକ ଯାତ୍ରୀବାହୀ ବସ୍‌ ଯୋଗେ ଏଠାକୁ ଆସିଥାନ୍ତି। ପର୍ଯ୍ୟଟକଙ୍କ ଯାତ୍ରୀବାହୀ ବସ୍‌ ରଖିବା ପାଇଁ କୋଣାର୍କ ଏନ୍‌ଏସି ପ୍ରଶାସନ ପକ୍ଷରୁ ପାର୍କିଂ ସ୍ଥଳ ନାହିଁ। ତେବେ କୋଣାର୍କ- ପୁରୀ ରାସ୍ତା କଡ଼ରେ ହଜାର ହଜାର ସଂଖ୍ୟାରେ ପର୍ଯ୍ୟଟକଙ୍କ ବସ୍‌ ପାର୍କିଂ କରିବାରୁ ଗମନାଗମନରେ ଅସୁବିଧା ହେଉଛି। ଫଳରେ ଏହି ରାସ୍ତା ଦେଇ ବିଶ୍ବ ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ କୋଣାର୍କଠାରୁ ପୁରୀ ଅଭିମୁଖେ ଯାତ୍ରା କରୁଥିବା ହଜାର ହଜାର ସଂଖ୍ୟାରେ ପର୍ଯ୍ୟଟକଙ୍କ ଯାତ୍ରୀବାହୀ ବସ୍‌, ୪ ଚକିଆ ଯାନ ଓ ୨ ଚକିଆ ଯାନ ଯୋଗୁ ଦୁର୍ଘଟଣା ଘଟିବା ଭଳି ଆଶଙ୍କା ସୃଷ୍ଟି ହୋଇଛି। କୋଣାର୍କ ଏନ୍‌ଏସି ପ୍ରଶାସନ ପକ୍ଷରୁ ପାର୍କିଂ ସ୍ଥାନ ନ ଥିବା ବେଳେ ବିଭାଗୀୟ ଭାବେ କେଉଁ ନିୟମ ଆଧାରରେ ଏନ୍‌ଏସି କର୍ମଚାରୀ ବେଆଇନ ଭାବେ ରାସ୍ତାରେ ଗାଡ଼ି ପାର୍କିଂ କରିବାକୁ ପର୍ଯ୍ୟଟକଙ୍କୁ କହି ସେମାନଙ୍କଠାରୁ ପାର୍କିଂ ଫି ଆଦାୟ କରିବା ଘଟଣା ବୁଦ୍ଧିଜୀବୀ ଓ ପର୍ଯ୍ୟଟକଙ୍କ ମହଲରେ ନାପସନ୍ଦ କରାଯାଇଛି। କୋଣାର୍କ ଏନ୍‌ଏସି ପ୍ରଶାସନ ଓ ସ୍ଥାନୀୟ ପୋଲିସ ପ୍ରଶାସନର ବେପରୁଆ ମନୋଭାବ ଯୋଗୁ ରାସ୍ତା କଡ଼ରେ ପର୍ଯ୍ୟଟକଙ୍କ ନିମନ୍ତେ ବେଆଇନ ଗାଡ଼ି ପାର୍କିଂ ଘଟଣା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏଭଳି ବେଆଇନ କାର୍ଯ୍ୟ ଉପରେ ସ୍ଥାନୀୟ ପୋଲିସ ପ୍ରଶାସନ ଅଙ୍କୁଶ ଲଗାଇବା ସହ ତ୍ୱରିତ ପଦକ୍ଷେପ ଗ୍ରହଣ ନ କଲେ ବଡ଼ ଧରଣର ଦୁର୍ଘଟଣା ଆଶଙ୍କା ସୃଷ୍ଟି ହେବାକୁ ଏଡ଼ାଇ ଦିଆଯାଇ ନ ପାରେ ବୋଲି ବୁଦ୍ଧିଜୀବୀ ଓ ପର୍ଯ୍ୟଟକଙ୍କ ମହଲରେ ଆଶଙ୍କା ପ୍ରକାଶ ପାଇଛି। ଏହି ସମ୍ବେଦନଶୀଳ ଘଟଣା ଉପରେ ପୁରୀ ଜିଲାପାଳ ଓ ଜିଲା ଆରକ୍ଷୀ ଅଧିକ୍ଷକ ଦୃଷ୍ଟି ଦେଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ସହ ଏଭଳି ବେଆଇନ ପାର୍କିଂ ହଟାଇବାକୁ କୋଣାର୍କ ଅଞ୍ଚଳର ସାମାଜିକ କର୍ମୀ, ସଚେତନ ନାଗରିକ, ବୁଦ୍ଧିଜୀବୀ, ଶିକ୍ଷାବିତ୍‌, ବରିଷ୍ଠ ନାଗରିକ, ପର୍ଯ୍ୟଟକ ପ୍ରେମୀ ଓ କୋଣାର୍କ ଅଞ୍ଚଳର ଜନସାଧାରଣଙ୍କ ପକ୍ଷରୁ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଲେପୁରରେ ଆରମ୍ଭରୁ ବର୍ଷିଲେ ରାହୁଲ, କହିଲେ…

ସାଲେପୁର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ ସତ୍ୟଭାମାପୁରରେ ପହଞ୍ଚିଥିଲେ ରାହୁଲ।...

ଟ୍ରକ୍‌ ପଛରେ ପିଟିହେଲା ବସ୍‌: ଡ୍ରାଇଭର, ହେଲପର ମୃତ

ସୋନପୁର,୨୮ା୪(ମୃତ୍ୟୁଞ୍ଜୟ ଶତପଥୀ): ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ସୋନପୁର ଥାନା ହରଡ଼ଖୋଲ ନିକଟରେ ଶନିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ପ୍ରଧାନ ନାମକ ଯାତ୍ରୀବାହୀ...

କାହାକୁ ଟାର୍ଗେଟ କଲେ ଦୀପାଳି ଦାସ, କହିଲେ ସିଜନାଲ ପକ୍ଷୀ…

ଭୁବନେଶ୍ୱର,୨୮।୪: ଝାରସୁଗୁଡା ନିର୍ବାଚନ ମଣ୍ଡଳୀ ଲାଇକେରା ଠାରେ ବିଜେଡିର ମହିଳା ସମାବେଶ କରିଛନ୍ତି ଦୀପାଳି ଦାସ । ଏଥିରେ ଝାରସୁଗୁଡା ବିଧାୟିକା ପ୍ରାର୍ଥୀ ଦୀପାଳି ବିରୋଧୀଙ୍କୁ...

ପୁରୀ ଷ୍ଟେଶନରେ ବଡ଼ ଅଘଟଣ: ଭୁଶୁଡିଲା ନିର୍ମାଣାଧୀନ କୋଠା, ଶ୍ରମିକ ଫସି ରହିଥିବା ଆଶଙ୍କା

ପୁରୀ,୨୮।୪: ପୁରୀ ରେଲୱେ ଷ୍ଟେସନରେ ଘଟିଯାଇଛି ବଡ଼ ଅଘଟଣ। ନିର୍ମାଣାଧୀନ କୋଠାର ଛାତ ଭୁଶୁଡି ୪ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତମାନଙ୍କୁ ପୁରୀ ଜିଲା...

ରାସେଶ୍ୱରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର, ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ବିଜେଡି ଛାଡିଥିଲେ ରାସେଶ୍ୱରୀ

ସମ୍ବଲପୁର,୨୮ା୪: ଓଡ଼ିଶା ରାଜନୀତିରେ ସମ୍ବଲପୁର ଏବେ ସବୁଠୁ ଚର୍ଚ୍ଚାରେ ରହିଛି। ଏହାରି ମଧ୍ୟରେ ରବିବାର ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କୁ ଭେଟିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା...

ବାଇକ୍‌କୁ ପଛରୁ ଧକ୍କା ଦେଲା ବୋଲେରୋ: ମା’ଙ୍କ ଜୀବନ ଗଲା, ପୁଅ ଗୁରୁତର

ପାଟଣା,୨୮ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ଉଖୁଣ୍ଡା ରାସ୍ତାର ବାଉଁଶୁଳି ହନୁମାନ ଛକ ନିକଟରେ ଶନିବାର ରାତିରେ ଦୁର୍ଘଟଣାରେ ମା’ଙ୍କର ମୃତ୍ୟୁ ହୋଇଥିବା...

ତପ୍ତପାଣି ଘାଟିରେ ଓଲଟିଲା ନଳକୂପ ଖନନ ଗାଡି, ୧୨ ଶ୍ରମିକ ଆହତ

ଗଞ୍ଜାମ,୨୮।୪: ଗଞ୍ଜାମ ଜିଲା ତପ୍ତପାଣି ଘାଟିରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ଏକ ନଳକୂପ ଖନନ ଗାଡ଼ି ଭାରସାମ୍ୟ ହରାଇ ଓଲଟି ପଡିବାରୁ ୧୨ ଜଣ...

‘ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର’

ଅନୁଗୋଳ,୨୮ା୪(ଅମିତ କୁମାର ସାମଲ)ଓଡ଼ିଆ ଭାଷା, ସଂସ୍କୃତି ଏବଂ ଓଡ଼ିଆ ଲୋକଙ୍କ ଭବିଷ୍ୟତ ଆଜି ଅନ୍ଧାରରେ। ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର। ଓଡ଼ିଶାରେ ଭ୍ରଷ୍ଟ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri