ସମସ୍ୟା ଘେରରେ କୁଞ୍ଜବିହାରୀ ମନ୍ଦିର

କୁଜଙ୍ଗ,୪ା୪(ଡି.ଏନ୍‌.ଏ.): ଏରସମା ବ୍ଲକ ଅନ୍ତର୍ଗତ ଗଡ଼କୁଜଙ୍ଗରେ ପ୍ରସିଦ୍ଧ କୁଞ୍ଜବିହାରୀ ମନ୍ଦିରକୁ ପର୍ଯ୍ୟଟନ କ୍ଷେତ୍ରର ମାନ୍ୟତା ମିଳିଛି। ଏହାସତ୍ତ୍ୱେ ରକ୍ଷଣାବେକ୍ଷଣ ଅଭାବରୁ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ଏଠାକୁ ଦୈନିକ ବହୁ ସଂଖ୍ୟାରେ ଭକ୍ତ ଆସି ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଏନେଇ ବିଭାଗୀୟ ଅଧିକାରୀ ଓ ଜନପ୍ରତିନିଧିଙ୍କ ନିକଟରେ ବାରମ୍ବାର ଅବଗତ କରାଯାଇଥିଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।
ପରିସରରେ ଏକ ସୋଲାର ନଳକୂପ ବସାଯାଇଛି। ଯେଉଁ ଶ୍ରଦ୍ଧାଳୁମାନେ କୁଞ୍ଜବିହାରୀଙ୍କୁ ଦର୍ଶନ ପାଇଁ ଆସନ୍ତି ସେମାନେ ଏଠାରେ ଧୋଇ ହୁଅନ୍ତି ଏବଂ ପ୍ରସାଦ ସେବନ ପରେ ହାତ ସଫା କରିଥାନ୍ତି। ମାତ୍ର ସୋଲାର ଉପକରଣ ଖରାପ ହୋଇଯାଇଥିବାରୁ ଦୀର୍ଘଦିନ ହେବ ଏଠାରେ ଜଳ ଯୋଗାଣ ବନ୍ଦ ରହିଛି। ମନ୍ଦିର ପରିଚାଳନା କମିଟି ପକ୍ଷରୁ ଏହାର ମରାମତି ପାଇଁ ବିଭାଗୀୟ ଅଧିକାରୀଙ୍କୁ ଅବଗତ କରାଯାଇଥିଲା। ମାତ୍ର କୌଣସି ପଦକ୍ଷେପ ନିଆନଯିବାରୁ ଉକ୍ତ ସ୍ଥାନରେ ଅନ୍ୟ ଏକ ନଳକୂପ ବସାଗଲା। ମାତ୍ର ଅଳ୍ପଦିନ ବ୍ୟବଧାନରେ ନଳକୂପର ପ୍ଲାଟଫର୍ମ ଭୁଶୁଡି ଯିବାରୁ ତାହା ଅଚଳ ହୋଇଯାଇଛି। ଫଳରେ ମନ୍ଦିର ପରିସରରେ ଜଳଯୋଗାଣ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ପ୍ରତିବର୍ଷ ଏଠାରେ ଜଗନ୍ନାଥଙ୍କ ପାରମ୍ପରିକ ରଥଯାତ୍ରା ଅନୁଷ୍ଠିତ ହୋଇଥାଏ। ଏଥିନିମନ୍ତେ ବଡ଼ଦାଣ୍ଡର ଉଭୟ ପାର୍ଶ୍ୱ ଖୋଲା ରହିବାର ଆବଶ୍ୟକ ରହିଛି। ମାତ୍ର କିଛି ଲୋକ ବେଆଇନଭାବେ ବଡ଼ଦାଣ୍ଡକୁ ଲାଗି ଘର ତିଆରି କରି ରାସ୍ତା ଜବରଦଖଲ କରି ରଖିଛନ୍ତି। ଫଳରେ ବଡ଼ଦାଣ୍ଡ କ୍ରମଶଃ ସଙ୍କୁଚିତ ହେବାରେ ଲାଗିଛି। ଏ ସମ୍ପର୍କରେ ଏରସମା ତହସିଲଦାରଙ୍କୁ ଜଣାଇଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉନାହିଁ। ଦୀର୍ଘ ୧୦ ବର୍ଷ ତଳେ ରାଜ୍ୟ ପର୍ଯ୍ୟଟନ ଉନ୍ନୟନ ନିଗମ ପକ୍ଷରୁ ୧୪ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ମନ୍ଦିର ପରିସରରେ ଏକ ଯାତ୍ରୀ ନିବାସ ନିର୍ମାଣ କରାଯାଇଛି। ଏଥିରେ ୨ଟି ଶୌଚାଳୟ ମଧ୍ୟ ରହିଛି। ମାତ୍ର ଛାତ ପଡ଼ିବାପରେ ଯାତ୍ରୀ ନିବାସର ପ୍ଲାଷ୍ଟର, ମେଜିଆ, ଝରକା, କବାଟ ଲଗାଯାଇ ନାହିଁ। ଠିକାଦାର ଅଧାରୁ କାମ ଛାଡି ଚାଲିଯାଇଥିବାରୁ ଦୀର୍ଘ ୧୦ ବର୍ଷହେଲା ଏହା ପରିତ୍ୟକ୍ତ ଅବସ୍ଥାରେ ପଡ଼ି ରହିଛି। ଗତ ଡିସେମ୍ବର ୧୧ରେ ରାଜ୍ୟ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ଏରସମା ବାଲିକୁଦା ବିଧାୟକ ତଥା ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ, ପାରାଦୀପ ବିଧାୟକ ସମ୍ବିତ ରାଉତରାୟ ଗଡକୁଜଙ୍ଗ ଗସ୍ତରେ ଆସିଥିଲେ। ଏହି ସମୟରେ ସ୍ଥାନୀୟ ଜନସାଧାରଣଙ୍କ ପକ୍ଷରୁ ଏ ସମ୍ପର୍କରେ ଅଭିଯୋଗ କରାଯାଇଥିଲା। ମାତ୍ର ଏପର୍ଯ୍ୟନ୍ତ କୌଣସି ପଦକ୍ଷେପ ନିଆଯାଇନାହିଁ। ତୁରନ୍ତ ଏସବୁ ସମସ୍ୟାର ସମାଧାନପାଇଁ ମନ୍ଦିର ପରିଚାଳନା କମିଟି ସମ୍ପାଦକ ପୀତାମ୍ବର ରାଉତ, ସଦସ୍ୟ ଭୋଳାନାଥ ସ୍ବାଇଁ, ଧୀରେନ୍ଦ୍ର ମହାନ୍ତି, ଦେବେନ୍ଦ୍ର ମହାପାତ୍ର, ବିଜୟଚାନ୍ଦ ନାୟକ ପ୍ରମୁଖ ଦାବି କରିଛନ୍ତି।
ଏ ସମ୍ପର୍କରେ ଏରସମା ତହସିଲଦାର ଚୌଧୁରୀ ପ୍ରଜ୍ଞାନନ୍ଦ ଦାସ କହିଛନ୍ତି, ବଡ଼ଦାଣ୍ଡ ଅଭିଯୋଗ ଉପରେ ସେ ଅଭିଯୋଗ ପାଇଛନ୍ତି। ଖୁବ୍‌ଶୀଘ୍ର କ୍ଷେତ୍ର ପରିଦର୍ଶନ କରି ଆଗାମୀ ପଦକ୍ଷେପ ନିଆଯିବ। ଏ ସମ୍ପର୍କରେ ମନ୍ତ୍ରୀ ତଥା ସ୍ଥାନୀୟ ବିଧାୟକ ଦାସଙ୍କ ସହ ମୋବାଇଲ୍‌ ଯୋଗେ ଯୋଗାଯୋଗ କରାଯାଇଥିଲ। ମାତ୍ର ସୁଇଚ୍‌ ଅଫ୍‌ ଥିବାରୁ ଅଧିକ ସୂଚନା ମିଳିପାରି ନାହିିଁ।


Enter your email to get our daily news in your inbox.

All Right Reserved By Dharitri.Com

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

କଢ଼ାଗଲା ଝଡ଼ ବତାସରେ ଛିଣ୍ଡିଥିବା ତ୍ରିରଙ୍ଗା: ପୁଣି ଗାନ୍ଧିଛକରେ ଉଡିଲା …

ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଗାନ୍ଧିଛକରେ ଉଡୁଥିବା ଛିଣ୍ଡା ତ୍ରିରଙ୍ଗାକୁ ମଙ୍ଗଳବାର ଅପସାରିତ କରାଯାଇଛି। ଅପସାରଣ ପରେ ସେଠାରେ ନୂଆ ତ୍ରିରଙ୍ଗା ଉଡୁଛି। ଏଠାରେ ଉଲ୍ଲେଖନୀୟ, ସହର…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ପାଳନ:  ଉଲ୍ଲେଖନୀୟ ଅବଦାନ ପାଇଁ ୫ ଟ୍ରାନ୍ସଜେଣ୍ଡରଙ୍କୁ…

ଛତ୍ରପୁର,୩୧।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ୨୦୨୬ ପାଳିତ ହୋଇଯାଇଛି…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

୧ ଏପ୍ରିଲରୁ ୧୫ ଦିନ ଧରି ଚାଲିବ ସ୍ବ-ଗଣନା, ଏହି ୱେବସାଇଟ ମାଧ୍ୟମରେ ଦେବେ ସବୁ ତଥ୍ୟ, ଜିଲାପାଳ କହିଲେ…

ଛତ୍ରପୁର,୩୧।୩ (ଦିଲ୍ଲୀପ ସାମଲ ): ପ୍ରଥମ ପର୍ଯ୍ୟାୟର ଗୃହ ତାଲିକା ଓ ଗୃହ ଗଣନା (ସ୍ବ-ଗଣନା) ଆସନ୍ତାକାଲି ଅର୍ଥାତ୍‌ ୧ ଏପ୍ରିଲରୁ ୧୫ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri