ଯେଉଁ ଲ୍ୟାବ୍‌ରୁ କରୋନା ବ୍ୟାପିଥିଲା, ତାକୁ ମିଳିବ ପୁରସ୍କାର

ବେଜିଂ,୨୪।୬: ସାରା ବିଶ୍ୱରେ କରୋନା ଭାଇରସ ବ୍ୟାପିବାର ଦେଢ ବର୍ଷରୁ ବର୍ଷରୁ ଅଧିକ ସମୟ ହୋଇଗଲାଣି। ଏହି ମହାମାରୀ କାରଣରୁ କୋଟି କୋଟି ଲୋକଙ୍କ ଜୀବନ ନେଇଛି। ଏହି ଭୂତାଣୁ ଚାଇନାର ଉହାନ ଲ୍ୟାବରୁ ଉତ୍ପନ୍ନ ହୋଇଛି। ଏହି କାରଣରୁ ଜାଣିଶୁଣି ଚାଇନା କରୋନା ଭାଇରସ୍‌ ଛାଡିଥିବା ସାରା ବିଶ୍ୱରେ ଆଲୋଚନା ହେଉଛି। ସବୁଠୁ ଆଶ୍ଚର୍ଯ୍ୟଜନକ କଥା ହେଉଛି ଏହି ବିବାଦୀୟ ଲ୍ୟାବକୁ ଚାଇନା ପୁରସ୍କାର ପାଇଁ ମନୋନୀତ କରିଛି।
କୋଭିଡ-୧୯ ଉପରେ ଉତ୍କୃଷ୍ଟ ଗବେଷଣା କରିବା ଦିଗରେ କରାଯାଇଥିବା ପ୍ରୟାସ ପାଇଁ ଉହାନ ଲ୍ୟାବ୍‌କୁ ଚାଇନାର ଏକାଡେମୀ ଅଫ ସାଇନ୍ସ ଦ୍ୱାରା ମନୋନୀତ କରାଯାଇଛି। ଚାଇନାର ଏକାଡେମୀ ଅଫ ସାଇନ୍ସ କହିଛି ଯେ, ଉହାନ ଲ୍ୟାବ ଦ୍ୱାରା କରାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଅନୁସନ୍ଧାନ ହେତୁ ଏହା କରୋନା ଭୁତାଣୁର ଉତ୍ପତ୍ତି, ମହାମାରୀ ବିଜ୍ଞାନ ଏବଂ ଏହାର ରୋଗ ସମ୍ବନ୍ଧୀୟ ଯାନ୍ତ୍ରିକ କୌଶଳ ବୁଝିବାରେ ସାହାଯ୍ୟ କରିଛି। ଫଳସ୍ବରୂପ, କରୋନା ଭୂତାଣୁ ବିରୁଦ୍ଧରେ ଔଷଧ ଏବଂ ଟିକା ତିଆରି ପାଇଁ ରାସ୍ତା ସଫା ହୋଇଥିଲା। ଏଥି ସହିତ, ଉହାନ ଲ୍ୟାବ ମହାମାରୀର ବିସ୍ତାର ତଥା ରୋକିବା ପାଇଁ ଗୁରୁତ୍ୱପୂର୍ଣ୍ଣ ବୈଜ୍ଞାନିକ ଏବଂ ବୈଷୟିକ ସହାୟତା ପ୍ରଦାନ କରିଥିଲା। ଏକାଡେମୀ ଅନୁଯାୟୀ, ଉହାନ ଇନଷ୍ଟିଚ୍ୟୁଟ ଅଫ ଭାଇରୋଲୋଜିର ଅନୁସନ୍ଧାନ କରୋନା ମହାମାରୀ ରୋକିବା ଏବଂ କରୋନା ଟିକା ସୃଷ୍ଟି ଦିଗରେ ଏକ ଅଦ୍ୱିତୀୟ ଅବଦାନ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଇରାନକୁ ଶକ୍ତ ଝଟକା: ଆମେରିକା-ଇସ୍ରାଏଲ ଆକ୍ରମଣରେ IRGC ଗୁପ୍ତଚର ମୁଖ୍ୟଙ୍କ ମୃତ୍ୟୁ

ତେହରାନ,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇରାନକୁ ଏକ ଶକ୍ତ ଧକ୍କା ଲାଗିଛି। ସୋମବାର (ଏପ୍ରିଲ ୬) ସକାଳେ ଆମେରିକା-ଇସ୍ରାଏଲର ମିଳିତ ଆକ୍ରମଣରେ IRGCର ଗୁପ୍ତଚର ମୁଖ୍ୟ…

କଲେଜରୁ ଫେରୁଥବା ବେଳେ ଯୁବତୀଙ୍କୁ ଅପହରଣ: କାର ଭିତରକୁ ନେଇ..

ପାଟକୁରା,୬।୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଳକ ଅଧୀନ କୁଳତୁଠୀ ଅରକ୍ଷିତ ଦାସଙ୍କ ମନ୍ଦିର ନିକଟ ନଦୀ ବନ୍ଧଗଡା ନିକଟର ଜଣେ ଯୁବତୀଙ୍କୁ ଅପହରଣ କରାଯାଇଛି।…

ଆବେଲ ପୁରସ୍କାର-୨୦୨୬

ଆବେଲ ପୁରସ୍କାର ହେଉଛି ଗଣିତ ପାଇଁ ଏକ ଉଲ୍ଲେଖନୀୟ ସମ୍ମାନ। ଏହାକୁ ନୋବେଲ ପୁରସ୍କାର ସହ ସମାନ ମନେ କରାଯାଇଥାଏ। ନରଓ୍ବେର ବିଶିଷ୍ଟ ଗଣିତଜ୍ଞ ନିଲ୍‌ସ ହେନରିକ…

ହାଇଡ୍ରୋଜେନ ବଣ୍ଡିଂ: ଦୈନନ୍ଦିନ ଜୀବନର ଅଦୃଶ୍ୟ ସ୍ଥାପତ୍ୟ

କଥା ୧୯୧୯ ମସିହାର। ଆମେରିକାର କାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟ, ବର୍କଲେରେ ଗ୍ରାଜୁଏଶନ ସମୟ ପାଖେଇ ଆସୁଥିଲା ଏବଂ ମୋରିସ ହଗିନ୍ସ ନାମକ ଜଣେ ଛାତ୍ର ବହୁତ ଚିନ୍ତାରେ ଥିଲେ।…

ସରକାରଙ୍କ ବଡ଼ ପଦକ୍ଷେପ: ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ପୁରୁଣା ଗାଡ଼ି

କଟକ,୨।୪(କାର୍ତ୍ତିକ ସାହୁ): ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ପରିବହନ ବ୍ୟବସ୍ଥାକୁ ଉନ୍ନତ ଏବଂ ଯାତ୍ରୀମାନଙ୍କ ନିରାପତ୍ତାକୁ ସୁଦୃଢ଼ କରିବା…

ବସ ଡ୍ରାଇଭର-ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ, ରାସ୍ତାରେ ବସ ରଖି ଡ୍ରାଇଭର ଗଲେ ମେଡିକାଲ

ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକ ଆରଡ଼ି ଛକ ନିକଟରେ ଜାତୀୟ ରାଜପଥ ସର୍ଭିସ ରୋଡରେ ଅଭାବନୀୟ ଘଟଣା । ବସ ଡ୍ରାଇଭର ଓ ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ…

ପୁଅ ବିବାହ ଭୋଜି ଦିନ ଆତ୍ମହତ୍ୟା କରିଦେଲେ ବାପା

ଲୋଇସିଂହା,୬।୪(ସୁଶାନ୍ତ ବାରିକ): ଶନିବାର ଥିଲା ପୁଅ ବାହାଘର। ବାହାଘର ଯଥାରୀତି ସମ୍ପନ୍ନ ହେଲା। ଭୋର ସମୟରେ ବନ୍ଦାପନା କରି ନବବଧୂଙ୍କୁ ଶାଶୁଘରେ ସ୍ବାଗତ କରାଯାଇଥିଲା। ହେଲେ ପୁଅର…

ଓଡ଼ିଆ ପକ୍ଷରେ ଐତିହାସିକ, ଧାର୍ମିକସ୍ଥଳକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ପକ୍ଷରୁ ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀଙ୍କ ତତ୍ୱାବଧାନରେ ଐତହ ଓ ଧାର୍ମିକସ୍ଥଳଗୁଡ଼ିକରେ ସଫେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri