ଘରକୁ ଫେରିଲେ ତାମିଲନାଡୁରେ ବନ୍ଧା ପଡ଼ିଥିବା ଶ୍ରମିକ

ଭବାନୀପାଟଣା,୧୭।୩(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଚିଙ୍ଗୁଡ଼ିସର ଗ୍ରାମର ଗୋଟିଏ ପରିବାରର ୧୦ଜଣ ଦାଦନ ଶ୍ରମିକ ତାମିଲନାଡୁର ବୀରାକୁପମ ନିକଟରେ ବନ୍ଧା ପଡିଥିଲେ। ଏହି ଘଟଣା ପ୍ରଥମେ ଧରିତ୍ରୀରେ ପ୍ରକାଶ ପାଇଥିଲା। ଗ୍ରାମର ଜଣେ ଦଲାଲ କଥାରେ ପଡି ଗତ ୭ ମାସ ତଳେ ପରିବାର ସହ ଦାଦନ ଖଟିବାକୁ ସେଠାକୁ ଯାଇଥିଲେ। ସେଠାରେ ସେମାନେ ଏକ ଇଟା ଭାଟିରେ ନିୟୋଜିତ ଥିଲେ। ତେବେ ଦଲାଲ ଜଣକ ଇଟାଭାଟି ମାଲିକ ଠାରୁ ଟଙ୍କା ଧରି ଚମ୍ପଟ ମାରିଥିବାରୁ ଶ୍ରମିକମାନଙ୍କୁ ଇଟା ଇଟାଭାଟି ମାଲିକ ଟଙ୍କା ନ ଦେଇ ନିର୍ଯାତନା ଦେଉଥିବା ଅଭିଯୋଗ ହୋଇଥିଲା। ଫଳରେ ଭୋକ ଶୋଷରେ ରହି ଏହି ଶ୍ରମିକମାନେ ସେଠାରେ ବନ୍ଧା ପଡିଥିଲେ। ସେଠାରୁ ଉଦ୍ଧାର କରିବା ପାଇଁ କାନ୍ଦିକାନ୍ଦି ଏକ ଭିଡିଓ ବାର୍ତ୍ତା ଜରିଆରେ ନିବେଦନ କରୁଥିବା ଭିଡିଓ ଭାଇରାଲ ହୋଇଥିଲା। ଏ ନେଇ ଧରିତ୍ରୀରେ ଏକ ରିପୋର୍ଟ ପ୍ରକାଶ ପରେ ଘଟଣା ଲୋକ ଲୋଚନକୁ ଆସିଥିଲା। ଏହାପରେ ଜୁନାଗଡ଼ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ଏହାର ହସ୍ତକ୍ଷେପ କରିଥିଲେ। ଫଳରେ ବନ୍ଧା ପଡିଥିବା ଶ୍ରମିକମାନେ ସୁରକ୍ଷିତ ଭାବେ ଏବେ ନିଜ ଗାଁକୁ ଫେରିଛନ୍ତି। ଏହାକୁ ନେଇ ସେମାନଙ୍କ ମଧ୍ୟରେ ଏବେ ଖୁସି ଦେଖିବାକୁ ମିଳିଛି। ଏଥିପାଇଁ ସେମାନେ ବିଧାୟକ ମିଶ୍ର ସମେତ ଗଣମାଧ୍ୟମ ପ୍ରତିନିଧିଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri