ଡହ ଡହ ଖରାରେ କାମ କରୁଛନ୍ତି ଶ୍ରମିକ

ବାଲେଶ୍ୱର ଅଫିସ,୨୬।୫: ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଯୋଗୁ ରାଜ୍ୟ ଶ୍ରମବିଭାଗ ପକ୍ଷରୁ ପୂର୍ବାହ୍ନ ୧୧ଟା ପରେ ଶ୍ରମିକମାନଙ୍କୁ କାମ କରିବା ପାଇଁ ବାରଣ କରାଯାଇଛି। ଏଥିପାଇଁ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସକାଳ ସମୟରେ କରାଯାଉଛି। ଯେଉଁଠି ଶ୍ରମିକମାନେ ମାନୁନାହାନ୍ତି କିମ୍ବା ଠିକାଦାରମାନେ ନିୟମ ଉଲ୍ଲଂଘନ କରୁଛନ୍ତି ଜିଲା ଶ୍ରମ ବିଭାଗର କର୍ମଚାରୀମାନେ ତାଗିଦ୍‌ କରିବା ସହ ସଚେତନତା ସୃଷ୍ଟି କରିଛନ୍ତି। ଅନ୍ୟପକ୍ଷରେ କମ୍ପାନୀ କିମ୍ବା ଠିକାଦାରଙ୍କୁ ଆର୍ଥିକ ଦଣ୍ଡ ଦେବା ସହ ସେମାନଙ୍କୁ ଅନୁମତି ମୂଳକ ପତ୍ର (ଲାଇସେନ୍ସ) କେତେକାଂଶରେ ରଦ୍ଦ କରୁଛନ୍ତି। ବାଲେଶ୍ୱର ସହରରେ ଏଥିରେ ବ୍ୟତିକ୍ରମ ଦେଖିବାକୁ ମିଳିଛି। ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ କରୁଥିବା ଶ୍ରମିକ ଏବଂ ଠିକାଦାରଙ୍କ ପାଇଁ ବିଭାଗୀୟ ଅଧିକାରୀମାନେ ପାତରଅନ୍ତର ନୀତି ଆପଣାଇଥିବା ଦେଖିବାକୁ ମିଳିଛି।
ପୂର୍ବାହ୍ନ ସାଢେ ୧୧ଟା ପରେ ଆଇଟିଆଇ ଛକରୁ ତାମୁଳିଆ ବ୍ରିଜ୍‌ ପର୍ଯ୍ୟନ୍ତ ଓଟି ରୋଡ୍‌ର ସମ୍ପ୍ରସାରଣ ନିମନ୍ତେ ହେଉଥିବା ଡ୍ରେନେଜ୍‌ କାର୍ଯ୍ୟ ଜାରି ରହିଥିଲା। ଏହି ସମୟରେ ଜିଲା ଶ୍ରମ ଅଧିକାରୀ ବୃନ୍ଦାବନ ସେଠୀ ପହଞ୍ଚତ୍ କାର୍ଯ୍ୟରତ ଶ୍ରମିକଙ୍କୁ କାମ ବନ୍ଦ ପାଇଁ କହିବା ସହ ଠିକାଦାରଙ୍କୁ ଆଇନ୍‌ ସମ୍ପର୍କିତ ଅଧିନିୟମକୁ ଜଣାଇ ତାଗିଦ୍‌ କରିଥିଲେ। ଅନ୍ୟପକ୍ଷରେ ବାଲେଶ୍ୱର ଜିଲାପାଳଙ୍କ ଅଫିସ୍‌ ପରିସରରେ ନିର୍ମାଣାଧୀନ ନୂତନ କୋଠାରେ ଶ୍ରମିକମାନେ ପ୍ରାୟ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଡହ ଡହ ଖରାରେ ଲୁହା ରଡ୍‌ ଉପରେ ଚଢ଼ି କାର୍ଯ୍ୟ କରୁଥିବା ଦେଖିବାକୁ ମିଳିଥିଲା। ଏ ବିଷୟରେ ସ୍ଥାନୀୟ ଲୋକେ ଫୋନ୍‌ କରି ଜିଲା ଶ୍ରମ ଅଧିକାରୀଙ୍କୁ ଜଣାଇବା ପରେ ମଧ୍ୟ ସେଠାକୁ ଆସି ନ ଥିଲେ। ଏନେଇ ଜିଲା ଶ୍ରମ ଅଧିକାରୀ ବୃନ୍ଦାବନ ସେଠୀ କହିଛନ୍ତି, ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ଗ୍ରୀଷ୍ମପ୍ରବାହରୁ ଶ୍ରମିକଙ୍କ ଧନଜୀବନ ରକ୍ଷା ପାଇଁ ସମୟ ଧାର୍ଯ୍ୟ ହୋଇଛି। ନିର୍ଦ୍ଦିଷ୍ଟ ସମୟରେ ଶ୍ରମିକମାନଙ୍କୁ କାର୍ଯ୍ୟ କରିବା ପାଇଁ ସୁଯୋଗ ଦିଆଯାଇଛି। ଜିଲାପାଳଙ୍କ ଅଫିସ୍‌ ପରିସରରେ ନିର୍ମାଣାଧୀନ କୋଠା କାର୍ଯ୍ୟ ମଧ୍ୟାହ୍ନରେ ହେଉଥିବା ଜାଣିବାକୁ ପାଇଲି। ଏହାକୁ ତଦନ୍ତ କରାଯାଇ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri