ନିଲାମ ହେଲା ୬୬ କିଲୋ ଲଡୁ

ଜଟଣୀ,୨୮।୯(ରବୀନ୍ଦ୍ରନାଥ ମହାକୁଡ଼)ଗଣେଶ ମହୋତ୍ସବର ୯ମ ଦିନରେ ପ୍ରତି ବର୍ଷ ଭଳି ଗୋପବନ୍ଧୁ ଛକ ବ୍ୟବସାୟୀ ସଂଘ ପକ୍ଷରୁ ୬୬ କିଲୋ ଲଡ଼ୁ ନିଲାମ କରାଯାଇଛି। ବ୍ୟବସାୟୀ ସଂଘ ସଭାପତି ସୁରେନ୍ଦ୍ର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଲଡୁ ନିଲାମ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ଲଡ଼ୁ ନିଲାମ ଡାକ ୧୦୧ ଟଙ୍କାରୁ ଆରମ୍ବ ହୋଇଥିଲା ବେଳେ ଶେଷରେ ଜଟଣୀ ଅଞ୍ଚଳର ବ୍ୟବସାୟୀ ରମେଶ ସାହୁ ୪୦୦୦୧ ଟଙ୍କାରେ ନିଲାମ ଡାକି ଉକ୍ତ ଲଡୁର ହକଦାର ହୋଇଥିଲେ। ଏହି ନିଲାମ ପ୍ରକ୍ରିୟାରେ ବିଭିନ୍ନ ଅଞ୍ଚଳରୁ ଆସିଥୁବା ଶ୍ରଦ୍ଧାଳୁଙ୍କ ସହିତ ସ୍ଥାନୀୟ ଶ୍ରଦ୍ଧାଳୁ ଅଂଶଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ଜଟଣୀ ପୌର ପରିଷଦର ପୂର୍ବତନ ନଗରପାଳ ସଂଗ୍ରାମ କେଶରୀ ରାଉତରାୟ ଉଦଘାଟକ ରୂପେ ଯୋଗଦେଇଥିଲେ। ଅନ୍ୟ ବରେଣ୍ୟ ଅତିଥିଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷାଙ୍କ ପ୍ରତିନିଧି ବିଜୟ କୁମାର ଛୋଟରାୟ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିଲେ। ମୁଖ୍ୟବକ୍ତା ରୂପେ ନୋଟାରୀ ଅବନୀ କୁମାର ରାଉତରାୟ ମଞ୍ଚାସୀନ ଥିଲେ। ସମ୍ମାନିତ ଅତିଥି ରୂପେ ବରିଷ୍ଠ ନେତା ତଥା ପାଣ୍ଡ ଜେନା ଫାଉଣ୍ଡେସନ ଅଧ୍ୟକ୍ଷ ଡ. ସନ୍ତୋଷ ଜେନା, ପଦନପୁରର ପୂର୍ବତନ ସରପଞ୍ଚ ଦିବାକର ମଙ୍ଗରାଜ, ସୁକାନ୍ତ କୁମାର ପରିଡା ପ୍ରମୁଖ ଯୋଗ ଦେଇଥିଲେ। ପ୍ରଭୁ ଶ୍ରୀଗଣେଶଙ୍କ ନିକଟରେ ପୂଜା ପାଉଥିବା ଲଡ଼ୁ ନିଲାମ ପ୍ରକ୍ରିୟା ଦେଖିବା ପାଇଁ ମଣ୍ଡପ ସମ୍ମୁଖରେ ପ୍ରବଳ ଜନସମାଗମ ହୋଇଥିଲା। ରଶ୍ମିତା ନାୟକ ଏବଂ ସୁଶାନ୍ତ ରାଉତ ମଞ୍ଚ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା: ଗିରଫ ଦାବି କଲା ବିଜେଡି

ବଲାଙ୍ଗୀର,୨୯ା୩(ବୀରେନ୍ଦ୍ର କୁମାର ଝାଙ୍କର/ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ…

ବର୍ଷଯାକ ଆଉ ରହିବନି ରିଚାର୍ଜ ଟେନଶନ! ଆସିଲା ସ୍ପେଶାଲ ପ୍ଲାନ, ସବୁ ଫ୍ରି…

ଆଜିର ଡିଜିଟାଲ୍ ଯୁଗରେ, ସ୍ମାର୍ଟଫୋନ୍ ଏକ ଆବଶ୍ୟକତା ପାଲଟିଛି, କିନ୍ତୁ ମାସିକ ରିଚାର୍ଜ ମଧ୍ୟ ଏକ ବଡ଼ ମୁଣ୍ଡବିନ୍ଧାର କାରଣ ସାଜିଛି। ଅଧିକାଂଶ ସ୍ମାର୍ଟଫୋନ୍ ବ୍ୟବହାରକାରୀ ୨୮ଦିନର…

ଏଣ୍ଟ୍ରାନ୍ସ ଦେବାକୁ ଯାଇଥିଲେ ଛାତ୍ରୀ, ବଜ୍ରପାତରେ ଗଲା ଜୀବନ, ସହାୟତା ଦାବି କରି…

ଦିଗପହଣ୍ଡି,୨୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ଚାଞ୍ଚଡ଼ାପଲ୍ଲୀ ଗ୍ରାମର ମେଧାବୀ ଛାତ୍ରୀ ରେଶ୍ମା ଭୋଳ (୨୧) ଶୁକ୍ରବାର ଅପରାହ୍ନରେ ବ୍ରଜପାତରେ ମୃତ୍ୟୁବରଣ…

ମନ୍‌ କି ବାତ୍‌ରେ ସମ୍ବଲପୁରର ସୁଜାତା, ପ୍ରଶଂସା କରି ପ୍ରଧାନମନ୍ତ୍ରୀ କହିଲେ…

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁ ର ଜିଲାର ଜଣେ ସାଧାରଣ ଗୃହିଣୀରୁ ସଫଳ ମାଛ ଚାଷୀ ସାଜିଥିବା ସୁଜାତା ଭୂୟାଁଙ୍କ ସଫଳତା ଆଜି ସାରା ଦେଶ ପାଇଁ ଏକ…

ଶିମିଳିପାଳରେ ଶିକାରୀଙ୍କୁ ଧରିଲା AI କ୍ୟାମେରା, ବନ୍ଧୁକ-ବିସ୍ଫୋରକ ଜବତ

ବାରିପଦା,୨୯ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଖଞ୍ଜ ଯାଇଥିବା କୁତ୍ରିମ ବୁଦ୍ଧିମତା (AI) କ୍ୟାମେରାରେ କଏଦ ଫଟୋଚିତ୍ରକୁ ନେଇ ବନବିଭାଗ ଚଢ଼ାଉ କରି ଜଣେ…

ଏପ୍ରିଲରୁ ବଦଳିଯିବ ଡିଜିଟାଲ ପେମେଣ୍ଟ ନିୟମ, କଣ ସବୁ ବଦଳିବ ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୩: ଆଉ ମାତ୍ର ୨ ଦିନ ପରେ ଆରମ୍ଭ ହେବାକୁ ଯାଉଛି ଏପ୍ରିଲ ମାସ। ଆସନ୍ତାମାସ ୧ ତାରିଖରୁ, ଡିଜିଟାଲ କାରବାରର ପଦ୍ଧତି ସମ୍ପୂର୍ଣ୍ଣ ପରିବର୍ତ୍ତନ ହେବ।…

ରାମନବମୀ ଶୋଭାଯାତ୍ରାବେଳେ ଫାଙ୍କା ଗୁଳିଚାଳନା କରି ଫସିଲେ ବିଧାୟକ, ଏବେ…

ବଲାଙ୍ଗୀର/ଟିଟିଲାଗଡ଼,୨୯ା୩ (ବୀରେନ୍ଦ୍ର କୁମାର ଝାଙ୍କର/ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ଫୁଟିଛି ଗୁଳି। ଆଉ ଏହି ଗୁଳି ଚଳାଇଛନ୍ତି…

ଏପ୍ରିଲ ୧ରୁ ବଢିଯିବ LPG ସିଲିଣ୍ଡର ରେଟ୍‌? ଯୁଦ୍ଧ ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୯।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଚାଲିଥିବା ସଂଘର୍ଷ ମଧ୍ୟରେ ଦେଶବ୍ୟାପୀ ଲକ୍‌ ଡାଉନ ସମ୍ପର୍କରେ ଗୁଜବ ସମ୍ପର୍କରେ ସରକାର ଏକ ଦୃଢ଼ ଏବଂ ସ୍ପଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri