ପୋଖରୀ ସଫା କଲେ ମହିଳା କାଉନ୍‌ସିଲର

ଛତ୍ରପୁର,୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଏନ୍‌ଏସିରେ ପୁଣି ‘ମୋ ପୋଖରୀ ମୋ ଦାୟିତ୍ୱ କାର୍ଯ୍ୟକ୍ରମ’ ସୋମବାର ଆରମ୍ଭ ହୋଇଛି। ଏନ୍‌ଏସି ୯ନଂ. ୱାର୍ଡରେ ଏହାର ଶୁଭାରମ୍ଭ କରାଯାଇଛି। ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ କାଉନ୍‌ସିଲର ପ୍ରୀତିଛନ୍ଦା ସାମଲ ମଧ୍ୟ ସାମିଲ ହୋଇଥିଲେ। କରୋନା ଯୋଗୁ ଏହି କାର୍ଯ୍ୟକ୍ରମ ବନ୍ଦ ରହିଥିଲା ବେଳେ ଏଣିକି ପ୍ରତି ସୋମବାର ପୋଖରୀ ସଫେଇ କାର୍ଯ୍ୟ ହେବ ବୋଲି ନିଷ୍ପତ୍ତି ନିଆଯାଇଛି। ଉକ୍ତ ପୋଖରୀର ଉନ୍ନତିକରଣ କରାଯାଇ ଏକ ମଡେଲ ପୋଖରୀ କରାଯିବ ବୋଲି କାଉନ୍‌ସିଲର କହିଛନ୍ତି। ଏନ୍‌ଏସି ନିର୍ବାହୀ ଅଧିକାରୀ ଏନ୍‌. ଗଣେଷବାବୁ, ପୂର୍ବତନ କାଉନ୍‌ସିଲର ପ୍ରଦୋଷ ବେହେରା ଓ ବି ରାଜୁବାବୁ, ବବଲୁ ନାୟେକ, ସରୋଜ ସାମଲ ପ୍ରମୁଖ ଏଥିରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ, ଭଞ୍ଜନଗର ବିଧାୟକ….

ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଡିହପଢାଳ ଠାରେ ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଅଗଷ୍ଟ ୩୦ରେ ମନ କି ବାତ୍ କାର୍ଯ୍ୟକ୍ରମ, ବୁଥ୍‌ସ୍ତରରେ କାର୍ଯ୍ୟକ୍ରମକୁ ସୁଦୃଢ଼ କରିବାକୁ ଗୁରୁତ୍ୱ

ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟ ‘ମନ କି ବାତ’ କାର୍ଯ୍ୟକ୍ରମକୁ ନେଇ ଏକ କର୍ମଶାଳା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri