‘ଦି ଲେଡି କିଲର’ଟ୍ରେଲର ରିଲିଜ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଭୂମି ପେଡେନକର ଏବଂ ଅଭିନେତା ଅର୍ଜୁନ କପୁର ତାଙ୍କ ଆଗାମୀ ଫିଲ୍ମ ‘ଦି ଲେଡି କିଲର’କୁ ନେଇ କିଛିଦିନ ହେବ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ସୋମବାର ଦୁହିଁଙ୍କ ଅଭିନୀତ ଏହି ସିନେମାର ଟ୍ରେଲର ରିଲିଜ୍‌ ହୋଇଛି। ଏହାକୁ ଫ୍ୟାନ୍ସମାନେ ବହୁତ ପସନ୍ଦ କରିଛନ୍ତି। ଅର୍ଜୁନଙ୍କଠାରୁ ଟ୍ରେଲରଟି ଆରମ୍ଭ ହୋଇଛି। ସେ ଏକ ନୂଆ ସହରକୁ ଯାଇଥିବାବେଳେ ସେଠାରେ ଭୂମିଙ୍କ ସହ ଦେଖା ହୋଇଛି। ଅର୍ଜୁନଙ୍କୁ ଏକ ଭିନ୍ନ ଲୁକ୍‌ରେ ଦେଖିବାକୁ ମିଳିଛି। ଫିଲ୍ମରେ ଅର୍ଜୁନଙ୍କ ଅଭିନୟକୁ ଦର୍ଶକ ବହୁତ ପ୍ରଶଂସା କରିଛନ୍ତି। ନିର୍ଦ୍ଦେଶକ ଅଜୟ ବହଲଙ୍କ ଏହି ଫିଲ୍ମ ଜରିଆରେ ଉଭୟ ପ୍ରଥମ ଥର ପାଇଁ ଏକାଠି ନଜରକୁ ଆସୁଛନ୍ତି। ଦୁହିଁଙ୍କ ଯୋଡ଼ି ଦର୍ଶକଙ୍କୁ ବେଶ୍‌ ପସନ୍ଦ ଆସିଛି। ନଭେମ୍ବର ୩ରେ ଫିଲ୍ମ ସିନେମା ହଲ୍‌ରେ ମୁକ୍ତିଲାଭ କରିବ। ଏହାପରେ ଫିଲ୍ମ ଓଟିଟିରେ ମଧ୍ୟ ରିଲିଜ୍‌ ହେବ। ତେବେ ଭୂମି ୨୦୧୫ରୁ ତାଙ୍କ ଫିଲ୍ମ କ୍ୟାରିୟର ଆରମ୍ଭ କରିଥିଲେ। ଏହାପରେ ସେ ଅନେକ ଫିଲ୍ମରେ ତାଙ୍କ ଦମ୍‌ଦାର ଅଭିନୟ କରିଛନ୍ତି। ଶେଷଥର ପାଇଁ ତାଙ୍କୁ ସିନେମା ‘ଥ୍ୟାଙ୍କୁ ଫର କମିଂ’ରେ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ଡିଜେଲ ଅଭାବରୁ ଚାଲିଲାନି ଜେନେରେଟର: ମରିଗଲେ ଫାର୍ମର ସମସ୍ତ କୁକୁଡ଼ା

ମାଲକାନଗିରି,୧୭।୫(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲାରେ ଡିଜେଲ ଅଭାବ ଏବେ ଗୁରୁତର ସମସ୍ୟା ହୋଇଛି। ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ ହେବା ପରେ ଜେନେରେଟର ଚାଲି ନ ଥିବାରୁ ଏକ…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

ପଞ୍ଜାବକୁ ହରାଇ ପ୍ଲେଅଫ୍‌ରେ ସ୍ଥାନ ପକ୍କା କଲା ଆର୍‌ସିବି

ଧର୍ମଶାଳା,୧୭ା୫: ଭେଙ୍କଟେଶ ଆୟାରଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୨୩ ରନରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ଏହି…

ଆହତ ସତ୍ତ୍ୱେ ଖେଳିଲେ ବରୁଣ, ହସ୍ତକ୍ଷେପ କରିପାରେ ବିସିସିଆଇ

ନୂଆଦିଲ୍ଲୀ,୧୭ା୫: ଆହତ ସତ୍ତ୍ୱେ ବରୁଣ ଚକ୍ରବର୍ତ୍ତୀ ଶନିବାର ଗୁଜରାଟ ଟାଇଟନ୍ସ ବିପକ୍ଷ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ ପାଇଁ ସମ୍ପୂର୍ଣ୍ଣ ୪ ଓଭର ବୋଲିଂ କରିଥିଲେ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri