Posted inଭଦ୍ରକ

ଦୀପ ଜାଳିଲେ, ସ୍ବାମୀଙ୍କ ଦୀର୍ଘାୟୁ ମାଗିଲେ

ଭଦ୍ରକ ଅଫିସ, ୩୧ା୫ ଭଦ୍ରକ ଜିଲା ବନ୍ତ ବ୍ଲକର ତୋଟାସାହିସ୍ଥିତ ସାବିତ୍ରୀପୀଠରେ ସୋମବାର ସାବିତ୍ରୀ ଓଷା ଅବସରରେ ସଧବାଙ୍କ ଭିଡ଼ ପରିଲକ୍ଷିତ ହୋଇଛି। ୫ ହଜାରରୁ ଊର୍ଦ୍ଧ୍ୱ ସଧବା ନାରୀ ଦୀପ ଜାଳି ସ୍ବାମୀଙ୍କ ଦୀର୍ଘାୟୁ କାମନା କରିଛନ୍ତି। ସ୍ଥାନୀୟ ଅଞ୍ଚଳରେ ଏହା ଏକମାତ୍ର ସାବିତ୍ରୀ ପୀଠ ହୋଇଥିବାରୁ ଭୋର ୫ଟାରୁ ବ୍ରତଧାରୀ ମହିଳାମାନେ ମନ୍ଦିରରେ ପହଞ୍ଚି ୨୧ ପ୍ରକାର ଫଳ ଭୋଗ କରିବା ସହ ନୂଆ ଶାଢ଼ି, ଶଙ୍ଖା ଓ ସିନ୍ଦୂର ମା’ଙ୍କ ପାଖରେ ପୂଜା କରି ସ୍ବାମୀଙ୍କ ମଙ୍ଗଳ ମନାସିଥିଲେ।
ଭଦ୍ରକ, ବାଲେଶ୍ୱର ଓ କେନ୍ଦୁଝର ଜିଲାରୁ ଦିନତମାମ ବ୍ରତଧାରୀ ମହିଳାମାନଙ୍କ ଭିଡ଼ ଲାଗିଥିଲା ଏହି ପୀଠରେ। କମିଟି ପକ୍ଷରୁ ମନ୍ଦିରକୁ ପ୍ରବେଶ ପାଇଁ ବ୍ୟାରିକେଡ୍‌ ବ୍ୟବସ୍ଥା ସହ ଭୋଗ ଟିକଟ କାଉଣ୍ଟର କରାଯାଇଥିଲା। ଭିଡ଼କୁ ଲକ୍ଷ୍ୟ କରି ବନ୍ତ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା। ବିଭିନ୍ନ ସଙ୍ଗଠନ ପକ୍ଷରୁ ଜଳଛତ୍ର ଖୋଲାଯାଇଥିଲା। ସେହିପରି ବ୍ଲକ କଂଗ୍ରେସ କମିଟି ପକ୍ଷରୁ ସଭାପତି ରାଜୁ ସ୍ବାଇଁ, ବସନ୍ତ ମହାନ୍ତି, ମଣ୍ଟୁ ଜେନା ପ୍ରମୁଖ ଜଳଦାନ କରିଥିଲେ। ପଞ୍ଚାୟତ ପକ୍ଷରୁ ଖୋଲାଯାଇଥିବା ଜଳଛତ୍ରକୁ ଜିଲା ପରିଷଦ ଅଧ୍ୟକ୍ଷ ପ୍ରଫୁଲ୍ଲ ଜେନା ଓ ବ୍ଲକ ଅଧ୍ୟକ୍ଷ ମନୋରଞ୍ଜନ ଘଡ଼େଇ ଅତିଥି ଭାବେ ଉଦ୍‌ଘାଟନ କରିଥିଲେ। ସରପଞ୍ଚ ଲକ୍ଷ୍ମୀପ୍ରିୟା ଦାସ, କାର୍ଯ୍ୟନିର୍ବାହୀ ଅଧିକାରୀ ସମୀକ୍ଷା ତ୍ରିପାଠୀ, ନାରାୟଣ ଦାସ, ଦେବଦତ୍ତ ଜେନା, ଦାଶରଥି ସେଠୀ ପ୍ରମୁଖ ଉପସ୍ଥିତ ଥିଲେ। ମା’ଙ୍କ ପୂଜା ଗୋଟିଏ ଦିନ କରାଯାଉଥିଲେ ମଧ୍ୟ ୫ଦିନ ଧରି ଏଠାରେ ମେଳା ଲାଗିରହେ। ବିଭିନ୍ନ ଅଞ୍ଚଳରୁ ବ୍ୟବସାୟୀମାନେ ଏଠାରେ ଦୋକାନ ପକାଇଛନ୍ତି। ସନ୍ଧ୍ୟାରେ ମେଲୋଡ଼ି, ଅପେରା ଆଦି ମନୋରଞ୍ଜନ କାର୍ଯ୍ୟକ୍ରମ କମିଟି ପକ୍ଷରୁ ଆୟୋଜନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଣ୍ଡାରିପୋଖରୀରେ ନୂଆ-ପୁରୁଣା

ବନ୍ତ,୧୭।୪ (ହରିନାରାୟଣ ମହାନ୍ତି):ସାଧାରଣ ନିର୍ବାଚନରେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରରେ ଏଥର ହେବ ନୂଆ-ପୁରୁଣା ଲଢ଼େଇ। ବିଜେଡି ପକ୍ଷରୁ ଭଦ୍ରକ ବିଧାୟକ ସଞ୍ଜୀବ କୁମାର...

ଭଦ୍ରକ ଲୋକ ସଭା କ୍ଷେତ୍ର: ରଣାଙ୍ଗନରେ ଅନନ୍ତ, ଅଭିମନ୍ୟୁ, ମଞ୍ଜୁଲତା

ଭଦ୍ରକ,୧୫ା୪(ସନାତନ ରାଉତ): ଭଦ୍ରକ ଲୋକ ସଭା ଆସନରେ ଭାଜପା ଓ ବିଜେଡି ପୁରୁଣା ପ୍ରାର୍ଥୀଙ୍କୁ ଦୋହରାଇଥିବା ବେଳେ କଂଗ୍ରେସ ଶନିବାର ପୂର୍ବତନ ଏମ୍‌ପି ଅନନ୍ତ ପ୍ରସାଦ...

ଡିଭାଇଡର୍‌ ଉପରେ ଚଢ଼ିଗଲା କାର୍‌, ଚାଲିଗଲା ବାପ-ଝିଅଙ୍କ ଜୀବନ, ୩ ଗୁରୁତର

ଭଦ୍ରକ,୧୪ା୪(ସନାତନ ରାଉତ): ପୁରୀରୁ ଖଡ଼ଗପୁର ଆସୁଥିବା ଏକ କାର୍‌ ରବିବାର ଭାରସାମ୍ୟ ହରାଇ ଡିଭାଇଡର ଉପରେ ଚଢ଼ି ଯିବାରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ...

ବ୍ରିଜ୍‌ରୁ ଖସିଲା କଦଳୀ ବୋଝେଇ ଟ୍ରକ୍‌

ଭଦ୍ରକ,୧୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ଗେଲପୁର ଓଭର ବ୍ରିଜରୁ ତଳକୁ ଶୁକ୍ରବାର ଖସି ପଡ଼ିଛି କଦଳୀ ବୋଝେଇ ଟ୍ରକ୍‌। ଟ୍ରକର ଆଗ...

ସମୂହ ନମାଜ ପାଠ କଲେ ୭ ହଜାରରୁ ଊର୍ଦ୍ଧ୍ୱ ମୁସଲମାନ ଧର୍ମାବଲମ୍ବୀ

ଭଦ୍ରକ,୧୧ା୪(ସନାତନ ରାଉତ): ଶାନ୍ତି, ମୈତ୍ରୀ, ତ୍ୟାଗ ଓ ସମର୍ପଣର ପର୍ବ ଇଦ୍‌ ଅବସରରେ ଗୁରୁବାର ଭଦ୍ରକ ଇଦ୍‌ଗାହାଠାରେ ୭ ହଜାରରୁ ଊର୍ଦ୍ଧ୍ୱ ମୁସଲମାନ ଧର୍ମାବଲମ୍ବୀ ସମୂହ...

ପୋତିହେଲାଣି ଚୁଡ଼ାମଣି ଘାଟ ମୁହାଣ

ବାସୁଦେବପୁର,୧୧ା୪(ନାରାୟଣ ପ୍ରସାଦ ବାରିକ୍‌)ଚୁଡ଼ାମଣୀ ଘାଟ ପୋଲଠାରୁ ବଙ୍ଗୋପସାଗର ମୁହାଣ ପର୍ଯ୍ୟନ୍ତ ପ୍ରାୟ ୩ କି.ମି.ରୁ ଊର୍ଦ୍ଧ୍ୱ ଅଙ୍କାବଙ୍କା ଗମେଈ ନଦୀ ପୋତି ହୋଇ ପଡ଼ିଲାଣି। ଫଳରେ...

ଗୁଲମକ୍କି ଦଳକୁ ଆସିବା ପରେ ଶକ୍ତିଶାଳୀ ହେଉଛି ବିଜେଡି

ଭୁବନେଶ୍ୱର,୧୦ା୪(ଅନିଲ ଦାସ):ଭଦ୍ରକ ପୌରପାଳିକାର ପୌରାଧ୍ୟକ୍ଷା ଗୁଲମକ୍କି ହବିବଙ୍କ ସମେତ ଶତାଧିକ କର୍ମୀ ମଙ୍ଗଳବାର ଶଙ୍ଖଭବନଠାରେ ପୂର୍ବତନ ମନ୍ତ୍ରୀ ତଥା ଭଦ୍ରକ ଜିଲା ପର୍ଯ୍ୟବେକ୍ଷକ ସଞ୍ଜୟ କୁମାର...

ନିର୍ବାଚନ କାର୍ଯ୍ୟରେ ଅବହେଳା ପାଇଁ ଏଆରଆଇ ନିଲମ୍ବିତ

ଭଦ୍ରକ,୧୦।୪(ସନାତନ ରାଉତ ): ନିର୍ବାଚନ କାର୍ଯ୍ୟରେ ଅବହେଳା ଓ ଉଚ୍ଚ କର୍ତ୍ତୃପକ୍ଷଙ୍କ ଆଦେଶ ଅବମାନନା ପାଇଁ ଭଦ୍ରକ ଜିଲା ବନ୍ତ ତହସିଲର ଅତିରିକ୍ତ ରାଜସ୍ବ ନିରୀକ୍ଷକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri