କଟକଣାରେ ଦୀପ ଜାଳିଲେ

ବାରିପଦା ଅଫିସ/ବାଙ୍ଗିରିପୋଷି/ କୁଆମରା/ ରାଇରଙ୍ଗପୁର, ୨।୩(ଡି.ଏନ.ଏ.)

ମୟୂରଭଞ୍ଜ ଜିଲାର ବିଭିନ୍ନ ଶୈବ ପୀଠରେ କୋଭିଡ୍‌ କଟକଣାରେ ମହାଶିବରାତ୍ରୀ ପାଳିତ ହୋଇଯାଇଛି। କୋଭିଡ୍‌ କଟକଣାରେ ଶ୍ରଦ୍ଧାଳୁମାନେ ଶିବ ଦର୍ଶନ କରିବା ସହ ଜାଗର ଦୀପ ଜାଳିଥିଲେ। ବାଙ୍ଗିରିପୋଷି ବ୍ଲକର ବିଭିନ୍ନ ଶୈବପୀଠରେ ମଙ୍ଗଳବାର ଭିଡ଼ ଜମିଥିଲା। ଗୋଲାମୁଣ୍ଢାକଟା ପଞ୍ଚାୟତର ଶିମିଳା ସ୍ଥିତ ବାବା ଶିମଳେଶ୍ୱର ଶୈବପୀଠ ସମେତ ବ୍ଲକ ଅଞ୍ଚଳରେ ଥିବା ଅନ୍ୟ ଶୈବପୀଠ ଆଦ୍ୟେଶ୍ୱର, କାଦେଶ୍ୱର, ସ୍ବପ୍ନେଶ୍ୱର, ଝାଡେଶ୍ୱର, କୁଶଳେଶ୍ୱର, ଚନ୍ଦନେଶ୍ୱର ପ୍ରମୁଖ ପୀଠ ଗୁଡ଼ିକରେ ଶ୍ରଦ୍ଧାଳୁମାନେ ଧାଡିରେ ଯାଇ ପ୍ରଭୁଙ୍କୁ ଦର୍ଶନ କରିଥିଲେ। ଶିମିଳାଠାରେ ଥିବା ସ୍ଥାୟୀ ଭୋଗ ଦୋକାନକୁ ତହସିଲଦାର ସତ୍ୟବାନ ନାୟକ ପହଞ୍ଚି ବନ୍ଦ କରିଥିଲେ। ଏନେଇ କିଛି ସମୟ ପାଇଁ ସେଠାରେ ଉତ୍ତେଜନା ପ୍ରକାଶ ପାଇଥିଲା। ଥାନା ଅଧିକାରୀ ସଞ୍ଜୟ କୁମାର ପରିଡ଼ାଙ୍କ ସହିତ ପୋଲିସ କର୍ମଚାରୀ ଉପସ୍ଥିତ ରହି ଶାନ୍ତିଶୃଙ୍ଖଳା ରକ୍ଷା କରିଥିଲେ। ଗୋପବନ୍ଧୁ ନଗର ବ୍ଲକ ପୁରୁଣା ବାରିପଦା ପଞ୍ଚାୟତର ଚତୁରୀ, ଗଦାଧର କୁଆଁରୀପୁର ଶାସନ, ସିମିଳାବନ୍ଧ, କୁଆମରା,ପଟୁଆ,ସିକିଡିଆ, ଉପରକଡଦା, ଚିଲିମା, ଖିରିପଦା, ଖଡିକାପଦା ଆଖଣ୍ଡଳମଣି ପୀଠ, ରାଣୀବନ୍ଧ ପଞ୍ଚାୟତ ସ୍ଥିତ ଛୁରୁଣୀ ନିକଟସ୍ଥ ମେଘା ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଥିଲା। ରାଇରଙ୍ଗପୁର ସହରାଞ୍ଚଳ ସମେତ ପୁରପଲ୍ଲୀରେ ମହାଶିବରାତ୍ରୀ ପାଳିତ ହୋଇଯାଇଛି। ସହରାଞ୍ଚଳ ସ୍ଥିତ କୁଚେଇବୁଢ଼ି ବସ୍ତିରେ ଥିବା ବାବା ପୂର୍ଣ୍ଣେଶ୍ୱର ମହାଦେବ, ଗଢ଼ ବସ୍ତି ସ୍ଥିତ ବାବା ଐଶେନେଶ୍ୱରକ ମହାଦେବ, ଅଁଳାଡୁବା ବସ୍ତି ସ୍ଥିତ କପିଳେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗି ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri