କେନାଲ ପାର୍ଶ୍ୱ ଜମିରେ ତଳିରୁଆ, ଢିପ ଶୁଖିଲା

ମହାକାଳପଡ଼ା, ୨୪ା୭ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ ମୌସୁମୀ ବର୍ଷା ନାଁ ଧରୁନି। ଜଳ ଅଭାବ ଯୋଗୁ ଚାଷ ଜମି ପଡ଼ିଆ ପଡ଼ିଛି। ପଡ଼ିଆ ଜମିରେ ଗୋରୁ ଚରୁଛନ୍ତି। ଆଉ କେଉଁଠି ଖାଲ ଓ କେନାଲ ପାର୍ଶ୍ୱ ଚାଷ ଜମିରେ ପାଣି ମୁନ୍ଦେ ଥିବାରୁ ଚାଷୀମାନେ ହଳ କରି ରୁଆ କାମ ଆରମ୍ଭ କରିଛନ୍ତି। ମିଳିଥିବା ସୂଚନା ଅନୁସାରେ ଜମ୍ବୁ-ମାର୍ଶାଘାଇ ମୁଖ୍ୟ କେନାଲ ବନ୍ଧ ପାର୍ଶ୍ୱ କେତେକ ଜମିରେ ପାଣି ପ୍ରବେଶ କରିବାରୁ ଚାଷୀମାନେ ଚାଷ କାର୍ଯ୍ୟ ଆରମ୍ଭ କରିଛନ୍ତି। ଯେଉଁଠି କେନାଲ ଜଳ ଯିବାରେ ସୁବିଧା ନାହିଁ ଉକ୍ତ ଚାଷ ଜମି ପଡ଼ିଆ ପଡ଼ିଛି। ଚଳିତ ଖରିଫ ଋତୁରେ ଚାଷ କାର୍ଯ୍ୟ ସମ୍ପନ୍ନ ହେବା ନେଇ ଆଶଙ୍କା ପ୍ରକାଶ ପାଇଛି ବୋଲି ଚାଷୀମାନଙ୍କ ମଧ୍ୟରେ ନାଥ କୁମାର ଭୋଳ, ଅଲେଖ ପ୍ରଧାନ, କୁଳମଣି ସ୍ବାଇଁ, ସଦାଶିବ ରାଉତ, ବାବାଜୀ ବେହେରା ପ୍ରମୁଖ କହିଛନ୍ତି।
ସୂଚନାଯୋଗ୍ୟ, ବ୍ଲକରେ ମୋଟ୍‌ ୨୮ ହଜାର ହେକ୍ଟରରୁ ଅଧିକ ଚାଷଜମି ରହିଛି। ସେଥିମଧ୍ୟରୁ ୭ ହଜାର ହେକ୍ଟର ଜଳସେଚନ ଜମି ରହିଛି। ନଦୀ ନାଳ ଘେରା ଅଞ୍ଚଳରେ ସବୁ ଅଞ୍ଚଳରେ କେନାଲ ଜଳ ପହଞ୍ଚତ୍ ପାରୁନାହିଁ ବୋଲି ସ୍ଥାନୀୟ ଚାଷୀ କହିଛନ୍ତି। ଅପରପକ୍ଷରେ ନଦୀ ପାର ହୋଇଥିବା ଜମ୍ବୁ ,ବତୀଘର, ଖରିନାସି, ସୁନିତି, ନାଞ୍ଜୁରା, କେବି ଦାଣ୍ଡୁଆ ସମେତ ଅନେକ ପଞ୍ଚାୟତରେ କେନାଲ ଜଳ ସୁବିଧା ନାହିଁ। ତେବେ ଏହି ପଞ୍ଚାୟତର ଚାଷ ଜମିଗୁଡ଼ିକ ବର୍ଷା ଜଳ ଓ ନଦୀ ଜଳ ଉପରେ ନିର୍ଭର କରିଥାନ୍ତି। ସମୁଦ୍ର ପାଖ ନଦୀଜଳ ଲୁଣିଆ ଥିବାରୁ ଏହି ପଞ୍ଚାୟତ ଚାଷୀମାନେ ଚାଷ କାର୍ଯ୍ୟ ହେବା ନେଇ ଆଶଙ୍କା ପ୍ରକାଶ କରିଛନ୍ତି ବୋଲି ସାମାଜିକ କର୍ମୀ ଲକ୍ଷ୍ମୀଧର ସ୍ବାଇଁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?