ଜମି ଫାଟି ଆଁ, କେନାଲ ପାଣିକୁ ଅନାଇଛନ୍ତି ଚାଷୀ

କାମାକ୍ଷାନଗର, ୩।୧୧(ଡି.ଏନ୍‌.ଏ.): ଶୁଖିଲା ପଡ଼ିଛି ଜମି। ପାଣି ନ ଥିବାରୁ ଧାନଗଛ ବଢ଼ିପାରୁନି କି କେଣ୍ଡା ବାହାରୁନି। ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ଦଣ୍ଡାଧର ଡ୍ୟାମ ବାମପାର୍ଶ୍ୱ କେନାଲରେ ପାଣି ଛଡ଼ାଯାଉ ନ ଥିବାରୁ ଏଭଳି ସମସ୍ୟା ସୃଷ୍ଟି ହୋଇଥିବା ଅଭିଯୋଗ କରିଛନ୍ତି ଚାଷୀ। ଏହାର ସମାଧାନ ନ ହେଲେ ଚାଷ ଉଜୁଡ଼ିଯିବ ବୋଲି ସେମାନେ ଆଶଙ୍କା ବ୍ୟକ୍ତ କରିଛନ୍ତି।

ଦଣ୍ଡାଧର ଡ୍ୟାମ୍‌ରୁ ବାହାରିଥିବା ବାମପାର୍ଶ୍ୱ ମୁଖ୍ୟ ଓ ଶାଖା କେନାଲ ଉପରେ ପଥରକଟା, ମୁତୁରିବନ୍ଧ ଗ୍ରାମର ଚାଷୀ ନିର୍ଭରଶୀଳ। ତେବେ କେନାଲରେ ପାଣି ଆସୁ ନ ଥିବାରୁ ଜମି ଫାଟି ଆଁ କରିଛି। ଧାନକେଣ୍ଡା ବାହାରିବା ସମୟରେ ବତର ମରିଯାଇଥିବାରୁ ସମସ୍ୟା ବଢ଼ିଯାଇଛି। ଚଳିତବର୍ଷ ଚାଷ ଆରମ୍ଭରୁ କମ୍‌ ବର୍ଷା ଯୋଗୁ ଚାଷୀ ତଳି ବଞ୍ଚାଇବାକୁ ସଂଘର୍ଷ କରିଥିଲେ। ପରବର୍ତ୍ତୀ ସମୟରେ ମଧ୍ୟ ବ୍ଲକ ଅଞ୍ଚଳରେ ଆଶାଜନକ ବର୍ଷା ହେଲାନାହିଁ। ଏବେ କେନାଲରେ ପାଣି ଆସୁ ନ ଥିବାରୁ ଏହାକୁ ଭରସା କରି ଧାନ ଫସଲ କରିଥିବା ଚାଷୀଙ୍କ ଚିନ୍ତା ବଢ଼ିଯାଇଛି। ବ୍ୟାପକ ଫସଲ ନଷ୍ଟ ହୋଇଯାଇଥିବାରୁ ହାଡ଼ଭଙ୍ଗା ପରିଶ୍ରମର ମୂଲ୍ୟ ମିଳିବ କି ନାହିଁ, ତାହାକୁ ନେଇ ମଧ୍ୟ ସନ୍ଦେହ ଦେଖାଦେଇଥିବାବେଳେ ଋଣ ଶୁଝିବା ଚିନ୍ତା ଘାରିଛି। ବର୍ଷକର ରୋଜଗାର ବୁଡ଼ିବାକୁ ବସିଥିବାବେଳେ କ୍ଷୟକ୍ଷତି ଆକଳନ କରି କ୍ଷତିପୂରଣ ପ୍ରଦାନ କରିବାକୁ ଅଞ୍ଚଳର ଚାଷୀ ପ୍ରଶାସନ ନିକଟରେ ଦାବି କରିଛନ୍ତି। ସମସ୍ୟାକୁ ଗୁରୁତ୍ୱ ଦିଆ ନ ଗଲେ ସେମାନେ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି।

ଏ ସମ୍ପର୍କରେ ବାମପାର୍ଶ୍ୱ କେନାଲ ଦାୟିତ୍ୱରେ ଥିବା କନିଷ୍ଠ ଯନ୍ତ୍ରୀ ସୁରେଶ ଚନ୍ଦ୍ର ଗଡ଼ନାୟକ କହିଛନ୍ତି, ସମସ୍ୟା ସମ୍ପର୍କରେ ଅବଗତ ଅଛନ୍ତି। କିପରି ଶୀଘ୍ର ପାଣି ଛଡ଼ାଯିବ ସେ ଦିଗରେ ଗୁରୁତ୍ୱ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri