ଜମି ଫାଟି ଆଁ, କେନାଲ ପାଣିକୁ ଅନାଇଛନ୍ତି ଚାଷୀ

କାମାକ୍ଷାନଗର, ୩।୧୧(ଡି.ଏନ୍‌.ଏ.): ଶୁଖିଲା ପଡ଼ିଛି ଜମି। ପାଣି ନ ଥିବାରୁ ଧାନଗଛ ବଢ଼ିପାରୁନି କି କେଣ୍ଡା ବାହାରୁନି। ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ଦଣ୍ଡାଧର ଡ୍ୟାମ ବାମପାର୍ଶ୍ୱ କେନାଲରେ ପାଣି ଛଡ଼ାଯାଉ ନ ଥିବାରୁ ଏଭଳି ସମସ୍ୟା ସୃଷ୍ଟି ହୋଇଥିବା ଅଭିଯୋଗ କରିଛନ୍ତି ଚାଷୀ। ଏହାର ସମାଧାନ ନ ହେଲେ ଚାଷ ଉଜୁଡ଼ିଯିବ ବୋଲି ସେମାନେ ଆଶଙ୍କା ବ୍ୟକ୍ତ କରିଛନ୍ତି।

ଦଣ୍ଡାଧର ଡ୍ୟାମ୍‌ରୁ ବାହାରିଥିବା ବାମପାର୍ଶ୍ୱ ମୁଖ୍ୟ ଓ ଶାଖା କେନାଲ ଉପରେ ପଥରକଟା, ମୁତୁରିବନ୍ଧ ଗ୍ରାମର ଚାଷୀ ନିର୍ଭରଶୀଳ। ତେବେ କେନାଲରେ ପାଣି ଆସୁ ନ ଥିବାରୁ ଜମି ଫାଟି ଆଁ କରିଛି। ଧାନକେଣ୍ଡା ବାହାରିବା ସମୟରେ ବତର ମରିଯାଇଥିବାରୁ ସମସ୍ୟା ବଢ଼ିଯାଇଛି। ଚଳିତବର୍ଷ ଚାଷ ଆରମ୍ଭରୁ କମ୍‌ ବର୍ଷା ଯୋଗୁ ଚାଷୀ ତଳି ବଞ୍ଚାଇବାକୁ ସଂଘର୍ଷ କରିଥିଲେ। ପରବର୍ତ୍ତୀ ସମୟରେ ମଧ୍ୟ ବ୍ଲକ ଅଞ୍ଚଳରେ ଆଶାଜନକ ବର୍ଷା ହେଲାନାହିଁ। ଏବେ କେନାଲରେ ପାଣି ଆସୁ ନ ଥିବାରୁ ଏହାକୁ ଭରସା କରି ଧାନ ଫସଲ କରିଥିବା ଚାଷୀଙ୍କ ଚିନ୍ତା ବଢ଼ିଯାଇଛି। ବ୍ୟାପକ ଫସଲ ନଷ୍ଟ ହୋଇଯାଇଥିବାରୁ ହାଡ଼ଭଙ୍ଗା ପରିଶ୍ରମର ମୂଲ୍ୟ ମିଳିବ କି ନାହିଁ, ତାହାକୁ ନେଇ ମଧ୍ୟ ସନ୍ଦେହ ଦେଖାଦେଇଥିବାବେଳେ ଋଣ ଶୁଝିବା ଚିନ୍ତା ଘାରିଛି। ବର୍ଷକର ରୋଜଗାର ବୁଡ଼ିବାକୁ ବସିଥିବାବେଳେ କ୍ଷୟକ୍ଷତି ଆକଳନ କରି କ୍ଷତିପୂରଣ ପ୍ରଦାନ କରିବାକୁ ଅଞ୍ଚଳର ଚାଷୀ ପ୍ରଶାସନ ନିକଟରେ ଦାବି କରିଛନ୍ତି। ସମସ୍ୟାକୁ ଗୁରୁତ୍ୱ ଦିଆ ନ ଗଲେ ସେମାନେ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି।

ଏ ସମ୍ପର୍କରେ ବାମପାର୍ଶ୍ୱ କେନାଲ ଦାୟିତ୍ୱରେ ଥିବା କନିଷ୍ଠ ଯନ୍ତ୍ରୀ ସୁରେଶ ଚନ୍ଦ୍ର ଗଡ଼ନାୟକ କହିଛନ୍ତି, ସମସ୍ୟା ସମ୍ପର୍କରେ ଅବଗତ ଅଛନ୍ତି। କିପରି ଶୀଘ୍ର ପାଣି ଛଡ଼ାଯିବ ସେ ଦିଗରେ ଗୁରୁତ୍ୱ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା

ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri