‘୬ଷ୍ଠ ଥର ନବୀନ ମୁଖ୍ୟମନ୍ତ୍ରୀ ହେଲେ ଜମିଜମା ସମସ୍ୟାର ସମାଧାନ କରାଯିବ’

ଜଟଣୀ,୧୮ା୫(ରବୀନ୍ଦ୍ରନାଥ ମହାକୁଡ଼): ଓଡ଼ିଶାରେ ୬ଷ୍ଠ ଥର ପାଇଁ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ହେଲେ ଜଟଣୀରେ ରହିଥିବା ଜମିଜମା ସମସ୍ୟାର ସମାଧାନ କରାଯିବ। ସମସ୍ତ ଏସ୍‌ଏଚ୍‌ଜି ମହିଳାଙ୍କୁ ମାସିକ ଭତ୍ତା ପ୍ରଦାନ ସହିତ ଜଟଣୀ ଅଞ୍ଚଳରେ ବିଏସ୍‌କଓ୍ବୋଇ ସୁବିଧାରୁ ବଞ୍ଚତ୍ତ ସମସ୍ତ ହିତାଧିକାରୀଙ୍କୁ କାର୍ଡ ପ୍ରଦାନ କରାଯିବ ବୋଲି ଶୁକ୍ରବାର ଖୋର୍ଦ୍ଧା ଜିଲା ଜଟଣୀସ୍ଥିତ ଖୁଦୁପୁର ଖେଳପଡ଼ିଆରେ ଅନୁଷ୍ଠିତ ସଭାରେ ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ୍‌ ଯୋଗଦେଇ ଏହା କହିଛନ୍ତି।
ପାଣ୍ଡିଆନ୍‌ ଆହୁରି କହିଥିଲେ ଯେ, ମୁଖ୍ୟମନ୍ତ୍ରୀ କଥା କମ୍‌, କାମ ବେଶି କରନ୍ତି। ସେଥିଲାଗି ପ୍ରତି ନିର୍ବାଚନରେ ମୁଖ୍ୟମନ୍ତ୍ରୀଙ୍କୁ ଓଡ଼ିଶାବାସୀ ଜିତାଉଛନ୍ତି। ବିଜେଡିର ନିର୍ବାଚନୀ ଇସ୍ତାହାର ସବୁବର୍ଗଙ୍କୁ ଖୁସି ଦେବ। ଜନତାଙ୍କ ଆଶୀର୍ବାଦ ରହିଲେ ମୁଖ୍ୟମନ୍ତ୍ରୀ ଆହୁରି ଭଲ କାମ କରିବେ। ଜୁଲାଇ ପହିଲାରୁ ରାଜ୍ୟର ୯୦ ପ୍ରତିଶତ ଲୋକଙ୍କୁ ବିଦ୍ୟୁତ୍‌ ବିଲ୍‌ ଦେବାକୁ ପଡ଼ିବ ନାହିଁ। ଏଥିସହ ଜଟଣୀ ବିଧାନସଭାର ବିଜେଡି ବିଧାୟକ ପ୍ରାର୍ଥୀ ବିଭୂତି ଭୂଷଣ ବଳବନ୍ତରାୟ ଏବଂ ଭୁବନେଶ୍ୱର ଲୋକ ସଭା ପ୍ରାର୍ଥୀ ମନ୍ମଥ ରାଉତରାୟଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେଇ ବିଜୟୀ କରିବା ପାଇଁ ନିବେଦନ କରିଥିଲେ। ସେହିପରି ବିଧାୟକ ପ୍ରାର୍ଥୀ ବଳବନ୍ତରାୟ କହିଥିଲେ, ଶ୍ରୀଜଗନ୍ନାଥ ଜମିର ମାଲିକାନା ସ୍ବତ୍ୱ ପରିବର୍ତ୍ତନ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି। ନିର୍ବାଚନ ଆଚରଣବିିଧି ଲାଗୁ ହୋଇଥିବାରୁ କିଛି କରିହେଉନାହିଁ। ନିର୍ବାଚନ ପରେ ସମସ୍ତ ସମସ୍ୟାର ସମାଧାନ ହେବ। ଏହି ଅବସରରେ ପାଣ୍ଡିଆନ୍‌ ସଭାସ୍ଥଳରେ ଉପସ୍ଥିତ ଜନସାଧାରଣ, ଯୁବ ଗୋଷ୍ଠୀ, ମହିଳା ଏବଂ ଛାତ୍ରୀଛାତ୍ରଙ୍କ ସହିତ ସେଲ୍ଫି ଉଠାଇବା ସହ ହାତ ମିଳାଇଥିଲେ। ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ବିଧାୟକ ସୁରେଶ କୁମାର ରାଉତରାୟ, ଜଟଣୀ ନଗରପାଳ ଅନନ୍ତ ବେହେରା, ଜିଲା ବିଜେଡି ସମ୍ପାଦକ ମନମୋହନ ରାଉତରାୟ, ଅନନ୍ତ ଶତପଥୀଙ୍କ ସମତ ବହୁ ବେଜେଡି ନେତା, କର୍ମୀ ଓ ସମର୍ଥକମାନେ ଉପସ୍ଥିତ ଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri