ଭୂ-ସଂସ୍କାର ସଂଶୋଧନ ବିଲ୍‌ ବିଧାନସଭାରେ ଗୃହୀତ

ଭୁବନେଶ୍ୱର,୨୪।୧୧(ଅନିଲ ଦାସ): ରାଜ୍ୟରେ ସିକିମ ଭାବେ ରେକର୍ଡ ହୋଇଥିବା ଜମିକୁ ଦଖଲ କରୁଥିବା ଉପ-ରୟତ କିମ୍ବା ଅଧସ୍ତନ-ରୟତ କିମ୍ବା ସେମାନଙ୍କ ଉତ୍ତରାଧିକାରୀମାନଙ୍କୁ ସେହି ଜମି ଉପରେ ସ୍ବତ୍ୱ/ରୟତି ଅଧିକାର ମିଳିବ। ଓଡ଼ିଶା ଭୂ-ସଂସ୍କାର ଆଇନ-୧୯୬୦ର ସଂଶୋଧନ କରାଯାଇଛି। ଏହି ସଂଶୋଧନ ପ୍ରସ୍ତାବ କ୍ୟାବିନେଟର ଅନୁମୋଦନ ଲାଭ କରିବା ପରେ ଏ ସଂକ୍ରାନ୍ତ ଓଡ଼ିଶା ଭୂ-ସଂସ୍କାର (ଦ୍ୱିତୀୟ ସଂଶୋଧନ) ବିଲ୍‌-୨୦୨୩କୁ ଗୁରୁବାର ବିଧାନସଭାର ଅନୁମୋଦନ ମିଳିଛି।
ଓଡ଼ିଶା ଭୂ-ସଂସ୍କାର ଆଇନ-୧୯୬୦ ଅନୁସାରେ ସିକିମ ଜମିରେ ରୟତି ଘୋଷଣା ନିମନ୍ତେ ଆବେଦନ କରିବାର ଶେଷ ଅବଧି ୧୯୭୭ ମସିହା ପର୍ଯ୍ୟନ୍ତ ଥିଲା। ସମସ୍ତ ସିକିମ ଚାଷୀ ଏହି ସମୟ ଅବଧି ଭିତରେ ଆବେଦନ କରିପାରି ନ ଥିଲେ। ତେଣୁ ସିକିମ ଭାବେ ରେକର୍ଡ ହୋଇଥିବା ଜମିକୁ ଦଖଲ କରୁଥିବା ଉପ-ରୟତ କିମ୍ବା ଅଧସ୍ତନ-ରୟତ ଅଥବା ସେମାନଙ୍କ ଉତ୍ତରାଧିକାରୀମାନଙ୍କୁ ସେହି ଜମି ଉପରେ ସ୍ବତ୍ୱ/ରୟତି ଅଧିକାର ଦେବା ପାଇଁ ଓଡ଼ିଶା ଭୂ-ସଂସ୍କାର ଆଇନ-୧୯୬୦ର ଧାରା-୪ରେ ଥିବା ଉପଧାରାକୁ ଆବଶ୍ୟକ ସଂଶୋଧନ କରିବା ପାଇଁ ପ୍ରସ୍ତାବ ଦିଆଯାଇଥିଲା। ସିକିମ ଜମିକୁ ଚାଷ ଓ ବାସଗୃହ ଭାବେ ବ୍ୟବହାର କରୁଥିବା ଜମିରେ ରୟତି ଅଧିକାର ପାଇବା ପାଇଁ ଏହି ସଂଶୋଧନ ଆଇନର ବିଜ୍ଞପ୍ତି ପ୍ରକାଶନର ୨ ବର୍ଷ ମଧ୍ୟରେ ରାଜସ୍ବ ଅଧିକାରୀଙ୍କ ନିକଟରେ ସମ୍ପୃକ୍ତ ଚାଷୀମାନେ ଆବେଦନ କରିପାରିବେ। ଆବଶ୍ୟକ ପଡ଼ିଲେ ସରକାର ଏହି ସମୟସୀମାକୁ ବୃଦ୍ଧି କରିପାରିବେ। ରାଜସ୍ବ ଅଧିକାରୀ ଆଦେଶନାମା ଜାରି କଲାବେଳେ ଷ୍ଟାଣ୍ଡାର୍ଡ ଏକର ପିଛା ୧୪,୨୦୦ ଟଙ୍କା ହିସାବରେ କ୍ଷତିପୂରଣ ସ୍ଥିର କରିବେ। କ୍ଷତିପୂରଣ ଟଙ୍କା ଉପ-ରୟତ କିମ୍ବା ଅଧସ୍ତନ-ରୟତ ଅଥବା ସେମାନଙ୍କ ଉତ୍ତରାଧିକାରୀମାନେ ଏହି ସିକିମ ଜମିର ମୂଳ ରୟତଙ୍କୁ କିମ୍ବା ଉତ୍ତରାଧିକାରୀମାନଙ୍କୁ ପ୍ରଦାନ କରିବେ। କ୍ଷତିପୂରଣ ରାଶିର ପରିମାଣ ସରକାର ସମୟାନୁକ୍ରମେ ପରିବର୍ତ୍ତନ କରିପାରନ୍ତି। ଏହା ପରେ ଏହି ସିକିମ ଜମି ଉପରେ ଉପ-ରୟତ କିମ୍ବା ଅଧସ୍ତନ-ରୟତ ଅଥବା ସେମାନଙ୍କ ଉତ୍ତରାଧିକାରୀମାନେ ରୟତ ଭାବେ ଘୋଷିତ ହେବେ। ଏହି ଜମି ଉପରେ ସେମାନଙ୍କ ବଂଶାନୁକ୍ରମିକ ଓ ହସ୍ତାନ୍ତରଯୋଗ୍ୟ ଅଧିକାର ପ୍ରାପ୍ତି ହେବେ।ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାର୍ଣ୍ଡି ବିଲ୍‌କୁ ବିଧାନସଭାରେ ଉପସ୍ଥାପନ କରିଥିଲେ। ସୂଚନାଯୋଗ୍ୟ, ରାଜ୍ୟର ୩୦ ଜିଲାରେ ୨ ଲକ୍ଷ ୫୪ ହଜାର ରୟତଙ୍କ ନିକଟରେ ୧ ଲକ୍ଷ ୨୩ ହଜାର ଏକର ଜମି ସିକିମ ଭାବେ ରେକର୍ଡ ହୋଇରହିିଛି। ଗଜପତି ଜିଲାରେ ସର୍ବାଧିକ ୧୧୨୬ ସିକିମ ଖାତାରେ ୯୩ ହଜାର ୨୫୦.୬୯ ଏକର ଜମି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ହୀରାକୁଦର ୩୦ ଗେଟ୍‌ ଖୋଲିଲା

ସମ୍ବଲପୁର,୨୮ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହଠାତ୍‌ ୬ ଲକ୍ଷ ଘନଫୁଟ୍‌ରୁ ଊର୍ଦ୍ଧ୍ୱରେ ପହଞ୍ଚିବା ପରେ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌କୁ ଖୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?