ବଦଳିବ ଖୋର୍ଦ୍ଧାଗଡ଼ର ରୂପରେଖ

ଖୋର୍ଦ୍ଧା,୨୭ା୮(ପ୍ରଭାତ ପାଣିଗ୍ରାହୀ)ସ୍ଥାନୀୟ ହାବେଳି ପଡ଼ିଆରେ ଗତ ୨୨ ତାରିଖରେ ଆୟୋଜିତ ଜନଶୁଣାଣି ସମାବେଶରେ ୫-ଟି ସଚିବ ଭି.କେ. ପାଣ୍ଡିଆନ୍‌ ଯୋଗଦେଇ ପାଇକ ଗବେଷଣା ପ୍ରତିିଷ୍ଠାନ ଏବଂ ଖୋର୍ଦ୍ଧାଗଡ଼ର ପୁନରୁଦ୍ଧାର, ସୌନ୍ଦର୍ଯ୍ୟକରଣ କରାଯିବ ବୋଲି ଘୋଷଣା କରିଥିଲେ। ମାସକ ମଧ୍ୟରେ ଏହାର ସବିଶେଷ ରିପୋର୍ଟ ଦାଖଲ କରିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହି କ୍ରମରେ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଖୋର୍ଦ୍ଧାଗଡ଼ ପରିଦର୍ଶନ କରିଥିଲେ। ଜିଲା ସଂସ୍କୃତି ଅଧିକାରୀ ଚୌଧୁରୀ ଅରବିନ୍ଦ ଦାସ ଉପସ୍ଥିତ ଥିଲେ। ଜିଲାପାଳ ଗଡ଼ର ବାହାର ପାର୍ଶ୍ୱ ସହିତ ନିକଟରେ ନିର୍ମାଣାଧୀନ ମୁକ୍ତାକାଶ ରଙ୍ଗମଞ୍ଚ ଏବଂ କୁଞ୍ଜବିହାରୀ ମଠ ବୁଲିଥିଲେ। ଖୁବ୍‌ଶୀଘ୍ର ଖୋର୍ଦ୍ଧାଗଡ଼ର ବିକାଶ ନିମନ୍ତେ ରାଜ୍ୟ ସରକାରଙ୍କୁ ରିପୋର୍ଟ ଦାଖଲ କରାଯିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ତେବେ ଦୀର୍ଘ ବର୍ଷ ପରେ ଖୋର୍ଦ୍ଧାଗଡ଼ର ପୁନରୁଦ୍ଧାର ପାଇଁ ସରକାର ଚିନ୍ତନ କରିଥିବାରୁ ବିଭିନ୍ନ ପାଇକ ସଙ୍ଗଠନ, ପାଇକ ପରିବାରଙ୍କ ଦାୟାଦ ଏବଂ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଛି।
ମତରେ, ୧୫୬୮ ମସିହାରେ ଗଜପତି ମୁକୁନ୍ଦଦେବଙ୍କ ନିହତ ପରେ ରାଜ୍ୟରେ ଅରାଜକତା ଦେଖାଯାଇଥିଲା। କଳାପାହାଡ଼ ଉତ୍କଳରେ ଧ୍ୱଂସ ତାଣ୍ଡବ ରଚିବା ଆରମ୍ଭ କରିଥିଲା। ଅନେକ ମଠ, ମନ୍ଦିର ଧ୍ୱଂସ ପାଇଲା। ରମେଇ ରାଉତରାୟ ବରୁଣେଇ ପାଦଦେଶରେ ଜଗନ୍ନାଥପୁର-କଟକ ନାମରେ ୧୫୬୮ରେ ଏକ ନୂତନ ଗଡ଼ ନିର୍ମାଣ କରିଥିଲେ। ରମେଇ ରାଉତରାୟ ଗଜପତି ରାମଚନ୍ଦ୍ର ଦେବ ଭାବେ ପରିଚିତ ହେଲେ। ଗଡ଼ର ପୂର୍ବ ଦିଗରେ ଥିବା ବର୍ତ୍ତମାନର ବଡ଼ତୋଟା ହାଇସ୍କୁଲ ରାଜାଙ୍କର ଅସ୍ତ୍ରାଗାର ବୋଲି ଅନୁମାନ କରାଯାଉଥିବା ଐତିହାସିକମାନେ କୁହନ୍ତି। ଗଡ଼ ମଧ୍ୟରେ ୧୫ ଏକର ପରିମିତ ସ୍ଥାନରେ ରାଣୀ ପୋଖରୀ ରହିଛି। ଏଥିସହିତ ଗଡ଼ ମଧ୍ୟରେ ହନ୍ତେଶ୍ୱରୀ ମନ୍ଦିର ରହିଥିଲା, ଯାହା ଏବେ ଧ୍ୱଂସାଭିମୁଖୀ ଅବସ୍ଥାରେ ରହିଛି।
ବିଦ୍ରୋହ ଓଡ଼ିଆ ଜାତିର ସ୍ବାଭିମାନ। ଏ ମାଟି ପାଇକଙ୍କ ଅସୀମ ବୀରତ୍ୱ ପାଇଁ ଗର୍ବ କରେ। ତେବେ ଏହି ପାଇକଙ୍କ ଏନ୍ତୁଡ଼ିଶାଳ ଖୋର୍ଦ୍ଧାଗଡ଼, ଯାହାକି ଲାଲ୍‌ମାଟିର ଗଡ଼ ବୋଲି କୁହାଯାଏ। ପ୍ରଥମେ ଏହି ମାଟିରୁ ଇଂରେଜ ବିରୋଧରେ ସଶସ୍ତ୍ର ସଂଗ୍ରାମ ଡାକରା ଦିଆଯାଇଥିଲା। ମାଟିର ସୁରକ୍ଷା ପାଇଁ ଅନେକ ପାଇକ ବୀରଙ୍କୁ ଜନ୍ମ ଦେଇଥିବା ଏହି ଗଡ଼ ନଷ୍ଟହେବାକୁ ବସିଛି। ଚାରିଆଡ଼େ ଅନାବନା ଗଛଲତା ମାଡ଼ି ଲୁଚିଗଲାଣି। ସ୍ଥାନୀୟ ଜିଲା ପ୍ରଶାସନର ଅବହେଳା ଏବଂ ରାଜନୈତିକ ଇଚ୍ଛାଶକ୍ତି ଅଭାବରୁ ଏହି ଗଡ଼ର ପୁନରୁଦ୍ଧାର ହୋଇପାରୁ ନ ଥିବା ବୁଦ୍ଧିଜୀବୀ, ଗବେଷକମାନେ କହିଛନ୍ତି। ତେବେ ଏହି ଗଡ଼ର ପୁନରୁଦ୍ଧାର ଲାଗି ୫-ଟି ସଚିବଙ୍କ ଘୋଷଣା ପରେ ଲୋକଙ୍କ ମନରେ ଆଶା ସଞ୍ଚରିଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri