Posted inଜାତୀୟ

ନିଜ ପାପ ପାଇଁ ରାହୁଲଙ୍କୁ କ୍ଷମା ମାଗିବାକୁ ପଡିବ: ନଡା

ନୂଆଦିଲ୍ଲୀ,୧୭।୩: ଭାଜପା ସଭାପତି ଜେପି ପଡା ଶୁକ୍ରବାର ପୁଣି କଂଗ୍ରେସ ଏବଂ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ୍‌ କରିଛନ୍ତି। ଲଣ୍ଡନରେ ଦେଇଥିବା ଜାତୀୟ ବିରୋଧୀ ବିବୃତ୍ତିକୁ ନେଇ ରାହୁଲ ଗାନ୍ଧୀଙ୍କୁ ଦେଶ ତଥା ସଂସଦରେ କ୍ଷମା ମାଗିବାକୁ ପଡ଼ିବ ବୋଲି ସେ କହିଛନ୍ତି।
ଭିଡିଓ କନଫରେନ୍ସିଂ ମାଧ୍ୟମରେ ନଡା କହିଛନ୍ତି, କଂଗ୍ରେସ ଦଳ ଜାତୀୟ ବିରୋଧୀ କାର୍ଯ୍ୟକଳାପରେ ଜଡିତ ହେବା ଦୁର୍ଭାଗ୍ୟଜନକ। ଜନସାଧାରଣ ବାରମ୍ବାର ପ୍ରତ୍ୟାଖ୍ୟାନ କରିବା ପରେ ରାହୁଲ ଗାନ୍ଧୀ ଏହି ଜାତୀୟ ବିରୋଧୀ ଟୁଲ୍‌କିଟ୍‌ ଏକ ସ୍ଥାୟୀ ଅଂଶ ହୋଇ ଯାଇଛନ୍ତି। ଗୋଟିଏ ପଟେ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଦେଶ ବିଶ୍ୱର ୫ତମ ବୃହତ୍ତମ ଅର୍ଥନୀତିରେ ପରିଣତ ହେଉଛି ଏବଂ ଜି-୨୦ ବୈଠକ ଏଠାରେ ଅନୁଷ୍ଠିତ ହେଉଛି ଅନ୍ୟପଟେ ରାହୁଲ ଗାନ୍ଧୀ ଦେଶ ତଥା ସଂସଦକୁ ବିଦେଶୀ ମାଟିରେ ଅପମାନ କରୁଛନ୍ତି, ମୁଁ ଏହା ପଛରେ ତାଙ୍କ ଉଦ୍ଦେଶ୍ୟ ଜାଣିବାକୁ ଚାହୁଁଛି।
ନଡା ଆହୁରି ମଧ୍ୟ କହିଛନ୍ତି, ମୁଁ ରାହୁଲ ଗାନ୍ଧୀଙ୍କୁ ପଚାରିବାକୁ ଚାହେଁ, ୟୁରୋପ ଏବଂ ଆମେରିକାରୁ ଭାରତର ଘରୋଇ କାର୍ଯ୍ୟରେ ହସ୍ତକ୍ଷେପ କରିବା ପଛରେ ତାଙ୍କର ଉଦ୍ଦେଶ୍ୟ କ’ଣ? ରାହୁଲ ଗାନ୍ଧୀ ଦେଶକୁ ବଦନାମ କରୁଛନ୍ତି। ଭାରତ ବିରୋଧୀ ଜର୍ଜ ସୋରୋସ ଏବଂ ରାହୁଲ ଗାନ୍ଧୀଙ୍କ ଭାଷା ସମାନ, ପାକିସ୍ତାନ ଏବଂ କଂଗ୍ରେସର ଭାଷା ମଧ୍ୟ ସମାନ। ଦେଶର ଲୋକମାନେ କଂଗ୍ରେସର ଏହି ଯୋଜନା ଗ୍ରହଣ କରିବେ ନାହିଁ। ଏହାକୁ ସଫଳ ହେବାକୁ ଦେବେ ନାହିଁ। ଏହି ପାପ ପାଇଁ ରାହୁଲ ଗାନ୍ଧୀଙ୍କୁ ଦେଶକୁ କ୍ଷମା ମାଗିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ହଠାତ୍‌ ପ୍ରେସ୍‌ କନ୍‌ଫରେନ୍ସ କଲେ ନଡ୍ଡା: ଛାତ୍ରମାନଙ୍କ ଆନ୍ଦୋଳନରେ ରାହୁଲ ରାଜନୈତିକ ରୁଟି ସେକୁଛନ୍ତି କହି ବର୍ଷିଲେ, ସବୁର ଜବାବ…

ନୂଆଦିଲ୍ଲୀ,୨୨।୭: ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜନୈତିକ ଘମାସାନ ଜାରି ରହିଥିବା ବେଳେ ବୁଧବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏକ ଖବରଦାତା ସମ୍ମିଳନୀରେ କରି ବିରୋଧୀଙ୍କୁ କଡ଼ା ଜବାବ…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

ଜଣେ ମନ୍ତ୍ରୀ ଇସ୍ତଫା ଦେଇଦେଲେ ସରକାର ଭୁଶୁଡ଼ି ପଡ଼େ ନାହିଁ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖି ଏମିତି ଅପିଲ୍‌ କଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ NEET ପ୍ରଶ୍ନପତ୍ର ଲିକ୍‌ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ନେଇ ଜାରି ରହିଥିବା ଆନ୍ଦୋଳନ ମଧ୍ୟରେ ପ୍ରସିଦ୍ଧ ସମାଜସେବୀ ଅନ୍ନା…

ହସ୍ପିଟାଲରୁ ପ୍ରଥମ Video ଜାରିକଲେ ସୋନମ ୱାଙ୍ଗଚୁକ୍, ସରକାରଙ୍କୁ କହିଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ ହେବା ପରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ତାଙ୍କର ପ୍ରଥମ ଭିଡିଓ ବାର୍ତ୍ତା ଜାରି କରିଛନ୍ତି…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri