Posted inଜାତୀୟ

ସୁପ୍ରିମକୋର୍ଟଙ୍କ ଉଦ୍‌ବେଗ, ୯ମ ଶ୍ରେଣୀରୁ ୩ ଭାଷା ନୀତି ପିଲାଙ୍କ ମାନସିକ ଚାପ ବଢ଼ାଇବ

ନୂଆଦିଲ୍ଲୀ,୧୭।୭ (ପି.ଟି.): ତାମିଲନାଡୁର ପ୍ରତି ଜିଲାରେ ‘ଜବାହର ନବୋଦୟ ବିଦ୍ୟାଳୟ’ (ଜେଏନ୍‌ଭି) ପ୍ରତିଷ୍ଠା କରିବା ପାଇଁ ମାଡ୍ରାସ ହାଇକୋର୍ଟ ଦେଇଥିବା ନିର୍ଦ୍ଦେଶ ବିରୋଧରେ ରାଜ୍ୟ ସରକାର କରିଥିବା ଆବେଦନର ଶୁଣାଣି ସମୟରେ ସୁପ୍ରିମକୋର୍ଟ ଏହି ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ଦେଇଛନ୍ତି। ତାମିଲନାଡୁ ସରକାର ଦୀର୍ଘ ଦିନ ଧରି ନବୋଦୟ ବିଦ୍ୟାଳୟଗୁଡ଼ିକରେ କାର୍ଯ୍ୟକାରୀ ହେଉଥିବା ‘ତ୍ରିଭାଷୀ ସୂତ୍ର’ (ତିନୋଟି ଭାଷା ପଢ଼ାଇବା ନୀତି) କୁ ବିରୋଧ କରିଆସୁଛନ୍ତି। ରାଜ୍ୟ ସରକାରଙ୍କ ଓକିଲ ଯେତେବେଳେ ଦର୍ଶାଇଥିଲେ ଯେ ପାଠ୍ୟକ୍ରମରେ ତୃତୀୟ ଭାଷା ନବମ ଶ୍ରେଣୀରୁ ବାଧ୍ୟତାମୂଳକ ହେଉଛି, ସେତେବେଳେ ଜଷ୍ଟିସ ନାଗରତ୍ନା କହିଥିଲେ, ନବମ ଶ୍ରେଣୀରେ ଏହାକୁ ରଖିବା ଭୁଲ୍‌ ନିଷ୍ପତ୍ତି ଏବଂ ଏହାକୁ ଷଷ୍ଠ ଶ୍ରେଣୀରୁ ଆରମ୍ଭ କରାଯିବା ଉଚିତ।
ଖଣ୍ଡପୀଠ ଶୁଣାଣି ସମୟରେ ସ୍ପଷ୍ଟ କରିଛନ୍ତି ଯେ ତ୍ରିଭାଷା ନୀତିରେ କେଉଁଠି ହେଲେ ହିନ୍ଦୀକୁ ତୃତୀୟ ଭାଷା ଭାବେ ବାଧ୍ୟତାମୂଳକ କରାଯାଇନାହିଁ। ଏଥିରେ ମାତୃଭାଷା, ଇଂଲିଶ ଏବଂ ଯେକୌଣସି ତୃତୀୟ ଆଞ୍ଚଳିକ କିମ୍ବା ଶାସ୍ତ୍ରୀୟ ଭାଷା ପଢ଼ିବାର ବିକଳ୍ପ ରହିଛି। ଜଷ୍ଟିସ ନାଗରତ୍ନା ତାମିଲନାଡୁ ସରକାରଙ୍କୁ ପରାମର୍ଶ ଦେଇ କହିଛନ୍ତି ଯେ କେବଳ କେନ୍ଦ୍ର ସରକାରଙ୍କ ଯୋଜନା ବୋଲି କହି କୌଣସି ଜନହିତକର ଯୋଜନା ବା ଶିକ୍ଷାନୁଷ୍ଠାନକୁ ପ୍ରତ୍ୟାଖ୍ୟାନ କରିବା ଉଚିତ ନୁହେଁ। ରାଜ୍ୟର ନିଜସ୍ବ ଶିକ୍ଷା ବ୍ୟବସ୍ଥା ରହିପାରେ, ମାତ୍ର କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠାକୁ ବିରୋଧକରି ଗରିବ ପିଲାଙ୍କୁ ଉନ୍ନତ ଶିକ୍ଷା ପାଇବାର ଅଧିକାରରୁ ବଞ୍ଚିତ କରାଯିବା ଅନୁଚିତ।
ମାଡ୍ରାସ ହାଇକୋର୍ଟ ୨୦୧୭ରେ ତାମିଲନାଡୁରେ ନବୋଦୟ ବିଦ୍ୟାଳୟ ସ୍ଥାପନ ପାଇଁ ନିର୍ଦ୍ଦେଶ ଦେଇଥିବା ବେଳେ ସୁପ୍ରିମକୋର୍ଟ ପ୍ରଥମେ ଏହା ଉପରେ ସ୍ଥଗିତାଦେଶ ଜାରି କରିଥିଲେ। ମାତ୍ର ୨୦୨୫ ଡିସେମ୍ବର ୧୫ ତାରିଖରେ ସର୍ବୋଚ୍ଚ ଅଦାଲତ ପୂର୍ବ ସ୍ଥଗିତାଦେଶରେ କିଛି ସଂଶୋଧନ କରି ରାଜ୍ୟରେ ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଆବଶ୍ୟକ ଜମି ଚିହ୍ନଟ କରିବାକୁ ତାମିଲନାଡୁ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ବର୍ତ୍ତମାନ କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ଏହି ପ୍ରସଙ୍ଗରେ ଆଲୋଚନା ଜାରି ରହିଛି। ତାମିଲନାଡୁରେ ନୂତନ ସରକାର ଗଠନ ହୋଇଥିବାରୁ ଶିକ୍ଷାନୀତିକୁ ନେଇ ନୂଆ ସରକାରଙ୍କ ଆଭିମୁଖ୍ୟ କ’ଣ ରହୁଛି, ତାହା ଦେଖିବାକୁ କୋର୍ଟ ଅପେକ୍ଷା କରିଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ଅଗଷ୍ଟ ୧୧ରେ ହେବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri