୪ କଳାକାରଙ୍କୁ ନେଇ ଏଥର କଂସ ଚୟନ

ବରଗଡ଼,୨୬।୧୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ୨୦୨୫ ଜାନୁଆରୀ ୩ତାରିଖରୁ ଆରମ୍ଭ ହେବ। ୧୧ଦିନ ଧରି ହେବାକୁ ଥିବା ଏହି ମହୋତ୍ସବରେ ଏଥର କଂସ ଅଭିନେତା ଚୟନ ହେବାକୁ ଯାଉଛନ୍ତି। ଜିଲା ପ୍ରଶାସନର ସୂଚନା ମୁତାବକ ଗତଥର କଂସ ଅଭିନେତା ଚୟନ ବେଳେ ଦ୍ୱିତୀୟରୁ ପଞ୍ଚମ ସ୍ଥାନରେ ରହିଥିବା ୪ କଳାକାରଙ୍କ ମଧ୍ୟରୁ ଜଣଙ୍କୁ ଚୟନ କରାଯିବ। ତେବେ ଏଥର ଧନୁଯାତ୍ରାରେ କିଏ କଂସ ଭୂମିକାରେ ଅଭିନୟ କରିବେ, ତାହା ଆଗାମୀ ଦିନରେ ସ୍ପଷ୍ଟ ହେବ।
ସାଧାରଣତଃ ବରଗଡ଼ ଧନୁଯାତ୍ରାରେ ୩ ବର୍ଷରେ ଥରେ କଂସ ଅଭିନେତା ଚୟନ ହୋଇଥାଏ। ଗତ ୨ବର୍ଷ ଧରି କଂସ ଅଭିନୟ କରିଥିବା ହୃଷୀକେଶ ଭୋଇଙ୍କୁ ଏଥର ଅଭିନୟର ଶେଷ ସୁଯୋଗ ଥିଲା। କିନ୍ତୁ ଗତ ଅକ୍ଟୋବର ୭ତାରିଖରେ ଜିଲା ସ୍ବାସ୍ଥ୍ୟ ବିଭାଗର ମହାପ୍ରୟାଣ ଗାଡ଼ି ଡ୍ରାଇଭର ଭାବେ କାର୍ଯ୍ୟରତ ହୃଷୀକେଶ ଉକ୍ତ ଗାଡ଼ିରେ ଶବ ପରିବହନ ବାବଦକୁ ଲାଞ୍ଚ ନେଇ ବିବାଦୀୟ ହୋଇପଡ଼ିଥିଲେ। ଉକ୍ତ ଘଟଣାକୁ ନେଇ ଜିଲା ସ୍ବାସ୍ଥ୍ୟ ବିଭାଗ ତାଙ୍କୁ କାର୍ଯ୍ୟରୁ ନିଲମ୍ବିତ କରିଥିବାବେଳେ ଭଟଲି ଥାନାରେ ହୃଷୀକେଶଙ୍କ ବିରୋଧରେ ଆପରାଧିକ ମାମଲା ମଧ୍ୟ ରୁଜୁ ହୋଇଛି। ଏହି ଘଟଣା ପରେ ହୃଷୀକେଶଙ୍କୁ ବରଗଡ଼ ଧନୁଯାତ୍ରାରୁ ବାଦ୍‌ ଦେବା ପାଇଁ ବିଭିନ୍ନ ମହଲରେ ଦାବି ଉଠିଥିଲା। ଧନୁଯାତ୍ରା ମହୋତ୍ସବ ସମିତି ମଧ୍ୟ ଏହାକୁ ଗୁରୁତ୍ୱର ସହ ନେଇଥିଲା ଏବଂ ଗତ ୨୨ତାରିଖରେ ଅନୁଷ୍ଠିତ ସମିତିର ଉପଦେଷ୍ଟା ଏବଂ କାର୍ଯ୍ୟକାରୀ ପରିଷଦ କମିଟି ବୈଠକରେ କଂସ ଅଭିନୟରୁ ହୃଷୀକେଶଙ୍କୁ ହଟାଇବାକୁ ନିଷ୍ପତ୍ତି ନିଆଯାଇଥିଲା। ଅନ୍ୟପଟେ ଗତ ୨୦୨୨ରେ ହୋଇଥିବା କଂସ ଚୟନରେ ଦ୍ୱିତୀୟରୁ ପଞ୍ଚମ ସ୍ଥାନରେ ରହିଥିବା ୪ ଜଣ କଳାକାରଙ୍କୁ ନେଇ କଂସ ଚୟନ କରିବା ପାଇଁ ନିଷ୍ପତ୍ତି ହୋଇଥିଲା।
ସମ୍ପୃକ୍ତ ୪ କଳାକାରଙ୍କ ମଧ୍ୟରେ ଆର୍ତ୍ତତ୍ରାଣ ସୁନାନୀ, ଜଗଦାନନ୍ଦ ମିଶ୍ର, ଭୁବନେଶ୍ୱର ପ୍ରଧାନ ଏବଂ ସୁଶୀଲ କୁମାର ମେହେର ରହିଛନ୍ତି ଏବଂ ସେମାନେ ହିଁ କଂସ ଚୟନ ପ୍ରକ୍ରିୟାରେ ଅଂଶଗ୍ରହଣ କରିପାରିବେ ବୋଲି ସୋମବାର ଧନୁଯାତ୍ରା ମହୋତ୍ସବ ସମିତି ଏକ ପ୍ରେସ ବିଜ୍ଞପ୍ତିରେ ସୂଚନା ଦେଇଛି। ଏଥର ଚୟନ ହେଲେ କେବଳ ଥରୁଟିଏ ପାଇଁ ଆସନ୍ତା ଧନୁଯାତ୍ରା ମହୋତ୍ସବରେ କଂସ ଅଭିନୟ କରିପାରିବେ ଏବଂ ଆସନ୍ତା ବର୍ଷ ପାଇଁ ପୁଣି ପୂର୍ବଭଳି କଂସ ଚୟନ ହେବ ବୋଲି ପ୍ରେସ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି। ତେବେ କେବେ କଂସ ଚୟନ ହେବ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ କରାଯାଇନାହିଁ। ଅତିଶୀଘ୍ର ତାରିଖ ଘୋଷଣା କରାଯିବ ବୋଲି ଧନୁଯାତ୍ରା ମହୋତ୍ସବ ସମିତି ସମ୍ପାଦକ ସୁରେଶ୍ୱର ଶତପଥୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri