୪ କଳାକାରଙ୍କୁ ନେଇ ଏଥର କଂସ ଚୟନ

ବରଗଡ଼,୨୬।୧୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ୨୦୨୫ ଜାନୁଆରୀ ୩ତାରିଖରୁ ଆରମ୍ଭ ହେବ। ୧୧ଦିନ ଧରି ହେବାକୁ ଥିବା ଏହି ମହୋତ୍ସବରେ ଏଥର କଂସ ଅଭିନେତା ଚୟନ ହେବାକୁ ଯାଉଛନ୍ତି। ଜିଲା ପ୍ରଶାସନର ସୂଚନା ମୁତାବକ ଗତଥର କଂସ ଅଭିନେତା ଚୟନ ବେଳେ ଦ୍ୱିତୀୟରୁ ପଞ୍ଚମ ସ୍ଥାନରେ ରହିଥିବା ୪ କଳାକାରଙ୍କ ମଧ୍ୟରୁ ଜଣଙ୍କୁ ଚୟନ କରାଯିବ। ତେବେ ଏଥର ଧନୁଯାତ୍ରାରେ କିଏ କଂସ ଭୂମିକାରେ ଅଭିନୟ କରିବେ, ତାହା ଆଗାମୀ ଦିନରେ ସ୍ପଷ୍ଟ ହେବ।
ସାଧାରଣତଃ ବରଗଡ଼ ଧନୁଯାତ୍ରାରେ ୩ ବର୍ଷରେ ଥରେ କଂସ ଅଭିନେତା ଚୟନ ହୋଇଥାଏ। ଗତ ୨ବର୍ଷ ଧରି କଂସ ଅଭିନୟ କରିଥିବା ହୃଷୀକେଶ ଭୋଇଙ୍କୁ ଏଥର ଅଭିନୟର ଶେଷ ସୁଯୋଗ ଥିଲା। କିନ୍ତୁ ଗତ ଅକ୍ଟୋବର ୭ତାରିଖରେ ଜିଲା ସ୍ବାସ୍ଥ୍ୟ ବିଭାଗର ମହାପ୍ରୟାଣ ଗାଡ଼ି ଡ୍ରାଇଭର ଭାବେ କାର୍ଯ୍ୟରତ ହୃଷୀକେଶ ଉକ୍ତ ଗାଡ଼ିରେ ଶବ ପରିବହନ ବାବଦକୁ ଲାଞ୍ଚ ନେଇ ବିବାଦୀୟ ହୋଇପଡ଼ିଥିଲେ। ଉକ୍ତ ଘଟଣାକୁ ନେଇ ଜିଲା ସ୍ବାସ୍ଥ୍ୟ ବିଭାଗ ତାଙ୍କୁ କାର୍ଯ୍ୟରୁ ନିଲମ୍ବିତ କରିଥିବାବେଳେ ଭଟଲି ଥାନାରେ ହୃଷୀକେଶଙ୍କ ବିରୋଧରେ ଆପରାଧିକ ମାମଲା ମଧ୍ୟ ରୁଜୁ ହୋଇଛି। ଏହି ଘଟଣା ପରେ ହୃଷୀକେଶଙ୍କୁ ବରଗଡ଼ ଧନୁଯାତ୍ରାରୁ ବାଦ୍‌ ଦେବା ପାଇଁ ବିଭିନ୍ନ ମହଲରେ ଦାବି ଉଠିଥିଲା। ଧନୁଯାତ୍ରା ମହୋତ୍ସବ ସମିତି ମଧ୍ୟ ଏହାକୁ ଗୁରୁତ୍ୱର ସହ ନେଇଥିଲା ଏବଂ ଗତ ୨୨ତାରିଖରେ ଅନୁଷ୍ଠିତ ସମିତିର ଉପଦେଷ୍ଟା ଏବଂ କାର୍ଯ୍ୟକାରୀ ପରିଷଦ କମିଟି ବୈଠକରେ କଂସ ଅଭିନୟରୁ ହୃଷୀକେଶଙ୍କୁ ହଟାଇବାକୁ ନିଷ୍ପତ୍ତି ନିଆଯାଇଥିଲା। ଅନ୍ୟପଟେ ଗତ ୨୦୨୨ରେ ହୋଇଥିବା କଂସ ଚୟନରେ ଦ୍ୱିତୀୟରୁ ପଞ୍ଚମ ସ୍ଥାନରେ ରହିଥିବା ୪ ଜଣ କଳାକାରଙ୍କୁ ନେଇ କଂସ ଚୟନ କରିବା ପାଇଁ ନିଷ୍ପତ୍ତି ହୋଇଥିଲା।
ସମ୍ପୃକ୍ତ ୪ କଳାକାରଙ୍କ ମଧ୍ୟରେ ଆର୍ତ୍ତତ୍ରାଣ ସୁନାନୀ, ଜଗଦାନନ୍ଦ ମିଶ୍ର, ଭୁବନେଶ୍ୱର ପ୍ରଧାନ ଏବଂ ସୁଶୀଲ କୁମାର ମେହେର ରହିଛନ୍ତି ଏବଂ ସେମାନେ ହିଁ କଂସ ଚୟନ ପ୍ରକ୍ରିୟାରେ ଅଂଶଗ୍ରହଣ କରିପାରିବେ ବୋଲି ସୋମବାର ଧନୁଯାତ୍ରା ମହୋତ୍ସବ ସମିତି ଏକ ପ୍ରେସ ବିଜ୍ଞପ୍ତିରେ ସୂଚନା ଦେଇଛି। ଏଥର ଚୟନ ହେଲେ କେବଳ ଥରୁଟିଏ ପାଇଁ ଆସନ୍ତା ଧନୁଯାତ୍ରା ମହୋତ୍ସବରେ କଂସ ଅଭିନୟ କରିପାରିବେ ଏବଂ ଆସନ୍ତା ବର୍ଷ ପାଇଁ ପୁଣି ପୂର୍ବଭଳି କଂସ ଚୟନ ହେବ ବୋଲି ପ୍ରେସ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି। ତେବେ କେବେ କଂସ ଚୟନ ହେବ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ କରାଯାଇନାହିଁ। ଅତିଶୀଘ୍ର ତାରିଖ ଘୋଷଣା କରାଯିବ ବୋଲି ଧନୁଯାତ୍ରା ମହୋତ୍ସବ ସମିତି ସମ୍ପାଦକ ସୁରେଶ୍ୱର ଶତପଥୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେଳାଭୂମି ଅବକ୍ଷୟ ପ୍ରସଙ୍ଗ:ଜିଲାପାଳଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନ ସ୍ଥଗିତ

ଗଞ୍ଜାମ,୬।୭(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହେଉଛି ସମୁଦ୍ର l ସମୁଦ୍ରର ଉଚ୍ଚ ଜୁଆର ଯୋଗୁ ଗୋଖର କୁଦାଠାରୁ ପୋଡମ ପେଟା, ବଟେଶ୍ୱର ବେଳାଭୂମି ଦେଇ ପ୍ରାୟଗି…

ରୋନାଲ୍ଡୋଙ୍କ ବିଶ୍ୱକପ୍‌ ସ୍ବପ୍ନ ଶେଷ: ବିଶ୍ୱକପ୍‌ରୁ ବିଦା ହେଲା ପର୍ତ୍ତୁଗାଲ

ଆର୍ଲିଂଟନ,୭ା୭:ଇଞ୍ଜୁରି ଟାଇମ୍‌ରେ ମିକେଲ ମେରିନୋଙ୍କ ଗୋଲ ବଳରେ ସୋମବାର ରାତିରେ ଅନୁଷ୍ଠିତ ଚଳିତ ବିଶ୍ୱକପ୍‌ର ଏକ ପ୍ରି-କ୍ୱାର୍ଟର ଫାଇନାଲରେ ସ୍ପେନ ୧-୦ ଗୋଲରେ ପର୍ତ୍ତୁଗାଲକୁ ପରାସ୍ତ କରି…

ବନ ମହୋତ୍ସବରେ, ଚାରା ରୋପଣ କଲେ ବ୍ରହ୍ମପୁର ବନଖଣ୍ଡ ଅଧିକାରୀ

ଦିଗପହଣ୍ଡି,୭।୭(ଅଶେଷ ନାଥ ମିଶ୍ର):  ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଆନୁକୂଲ୍ୟରେ ୭୭ ତମ ବନ ମହୋତ୍ସବ ସପ୍ତାହ ପାଳନ ହୋଇଯାଇଛି । ସୋମବାର ଦିଗପହଣ୍ଡି…

‘ଏଲ୍‌ ନିନୋ’ ପ୍ରଭାବ: ଭାରତରେ ସୃଷ୍ଟି ହୋଇପାରେ ବଡ଼ ବିଦ୍ୟୁତ୍‌ ସଙ୍କଟ

ନୂଆଦିଲ୍ଲୀ,୭ା୭(ପି.ଟି.):ଚଳିତ ବର୍ଷ ବିଶ୍ୱ ପାଣିପାଗରେ ଦେଖାଦେଇଥିବା ‘ଏଲ୍‌ ନିନୋ’ର ସବୁଠାରୁ ମାରାତ୍ମକ ପ୍ରଭାବ ଭାରତର ଶକ୍ତି ବ୍ୟବସ୍ଥା ଉପରେ ପଡ଼ିବାକୁ ଯାଉଛି। ଅନ୍ତର୍ଜାତୀୟ ଗବେଷଣା ସଂସ୍ଥା ‘ସେଣ୍ଟର…

ପ୍ରବଳ ବର୍ଷାରେ ମୁମ୍ବାଇ ବେହାଲ;ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ, ୧୩ ମୃତ

ମୁମ୍ବାଇ,୭।୭: ମୁମ୍ବାଇ ଓ ଆଖପାଖ ଜିଲାରେ ୩/୪ ଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାବେଳେ ଦେଶର ଆର୍ଥିକ ରାଜଧାନୀ ଏକପ୍ରକାର ଅଚଳ ହୋଇଯାଇଛି। ବର୍ଷାଜନିତ ଘଟଣାରେ ୧୩ଜଣଙ୍କ…

ଝାଡ଼ଖଣ୍ଡ ଉପରେ ଅବପାତ ସକ୍ରିୟ: ଆଜିଠୁ କମିବ ବର୍ଷା

ଭୁବନେଶ୍ୱର,୭।୭(ବନ୍ଦନା ସେଠୀ):ଦକ୍ଷିଣ ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ପ୍ରାୟ ୨୫କି.ମି. ବେଗରେ ଗତି କରି…

ମସ୍ତିଷ୍କର ଭିନ୍ନ ଅଂଶରୁ ସୃଷ୍ଟି ହୁଏ ସ୍ବତଃସ୍ଫୂର୍ତ୍ତ, ଇଚ୍ଛାକୃତ ହସ

ନୂଆଦିଲ୍ଲୀ,୭।୭(ପି.ଟି.): ମଣିଷର ହସ ପଛରେ ଥିବା ରହସ୍ୟକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଆମର ସ୍ବତଃସ୍ଫୂର୍ତ୍ତ (ଆବେଗିକ) ଏବଂ ଇଚ୍ଛାକୃତ ହସ ପାଇଁ ମସ୍ତିଷ୍କର…

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri