ଲୁହରେ ଭିଜିଲା ଶିକୁଳା ମାଟି: ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସିଆର୍‌ପିଏଫ୍‌ ଯବାନଙ୍କ କରାଗଲା ଶେଷକୃତ୍ୟ

ପୁରୁଷୋତ୍ତମପୁର,୨୧।୫(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଶିକୁଳା ଗ୍ରାମର ଜଣେ ସିଆର୍‌ପିଏଫ୍‌ ଯବାନଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସେ ହେଉଛନ୍ତି ସନ୍ତୋଷ କୁମାର ବେହେରା (୩୯)। ସନ୍ତୋଷ ଛତିଶଗଡର ବିଳାଶପୁରଠାରେ ସିଆର୍‌ପିଏଫ୍‌ ଯବାନ ଭାବରେ କାର୍ଯ୍ୟ କରୁଥିଲେ।

ସୂଚନାନୁଯାୟୀ, ଗତ ପାଞ୍ଚଦିନ ତଳେ ସନ୍ତୋଷ ଶୋଇଥିବା ଖଟରୁ ହଠାତ ତଳେ ପଡିଯାଇ ଅସୁସ୍ଥ ହୋଇପଡିଥିଲେ। ସେଠାରେ ଥିବା ତାଙ୍କର ସହକର୍ମୀମାନେ ତାଙ୍କୁ ଚିକିତ୍ସା ଲାଗି ମେଡିକାଲରେ ଭର୍ତ୍ତି କରିଥିଲେ। ହେଲେ ସୋମବାର ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ସିଆର୍‌ପିଏଫ୍‌ ପକ୍ଷରୁ ସ୍ବତନ୍ତ୍ର ବାହାନ ଯୋଗେ ଯବାନଙ୍କ ମରଶରୀରକୁ ବୁଧବାର ନିଜ ଗ୍ରାମ ଶିକୁଳାକୁ ଅଣାଯାଇଥିଲା। ଏହା ଗ୍ରାମରେ ପହଞ୍ଚିବା ପରେ ସମଗ୍ର ଗ୍ରାମ ଲୋକାରଣ୍ୟ ହେବା ସହ ଶୋକର ଛାୟା ଖେଳିଯାଇଥିଲା। ପରେ ଶୋଭାଯାତ୍ରାରେ ସନ୍ତୋଷଙ୍କ ମରଶରୀରକୁ ଗ୍ରାମ ପରିକ୍ରମା କରାଯାଇ ଗ୍ରାମ ଶ୍ମଶାନରେ ସିଆର୍‌ପିଏଫ୍‌ ପକ୍ଷରୁ ରାଷ୍ଟ୍ରୀୟ ମର୍ଯ୍ୟାଦା ଦିଆଯାଇ ସତ୍କାର କରାଯାଇଥିଲା। ଏଥିରେ ପୁରୁଷୋତ୍ତମପୁର ଥାନା ପୋଲିସ କର୍ମଚାରୀମାନେ ଯୋଗଦେଇ ସନ୍ତୋଷଙ୍କୁ ଶେଷ ସମ୍ମାନ ଜଣାଇଥିଲେ। ଶୋଭାଯାତ୍ରାବେଳେ ସମଗ୍ର ଗ୍ରାମ ଓ ଶ୍ମଶାନସ୍ଥଳ ଭାରତମାତାର ଜୟଗାନରେ ଫାଟି ପଡିଥିଲା। ଏବେ ତାଙ୍କ ପରିବାରରେ ବିଧବା ପତ୍ନୀ ବନିତା ବେହେରା ଓ ପାଞ୍ଚବର୍ଷର ଶିଶୁ ପୁତ୍ରଙ୍କ ସମେତ ବାପା,ମା ଓ ଭାଇ ରହିଛନ୍ତି। ରୋଜଗାରିଆ ପୁଅଙ୍କୁ ହରାଇ ପରିବାରଲୋକେ ଭାଙ୍ଗି ପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ: ସାମିଲ ହେଲେ ବିଧାୟକ-ଜିଲାପାଳ

ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ

ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

ଦିଗପହଣ୍ଡିରେ ଅନ୍ତର୍ଜାତୀୟ ଯୋଗ ଦିବସ

ଦିଗପହଣ୍ଡି,୨୧|୬ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ କମ୍ପ୍ଲେକ୍ସ ପରିସରରେ ରବିବାର ଦ୍ଵାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଜେଏମଏଫସି କୋର୍ଟ…

ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଞ୍ଜାମ,୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri