ବିମାନ ଦୁର୍ଘଟଣା ପୂର୍ବରୁ ଶେଷ ସେଲ୍ଫି

କୋଝିକୋଡ,୮।୮: କେରଳର କୋଝିକୋଡ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଏୟାର ଇଣ୍ଡିଆ ଏକ୍ସପ୍ରେସ୍‌ର ବିମାନ ଶୁକ୍ରବାର ସନ୍ଧ୍ୟାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୧୮ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ବାକି ଅନ୍ୟଯାତ୍ରୀ ଆହତ ହୋଇଛନ୍ତି। ବନ୍ଦେ ଭାରତ ମିଶନରେ ଦୁବାଇରୁ ଆସୁଥିବା ଏୟାର ଇଣ୍ଡିଆ ଏକ୍ସପ୍ରେସ୍‌ ବିମାନରେ ୧୭୪ଜଣ ଯାତ୍ରୀ ଯାତ୍ରା କରୁଥିଲେ। କେରଳରେ ବିମାନ ବନ୍ଦରରେ ଲ୍ୟାଣ୍ଡିଂ କରୁଥିବା ସମୟରେ ବିମାନଟି ହଠାତ୍‌ ରନୱେରୁ ବାହାରକୁ ଚାଲିଯାଇ ୩୦ ଫୁଟ ତଳକୁ ଖସିପଡ଼ିବାରୁ ଦୁଇଖଣ୍ଡ ହୋଇଯାଇଥିଲା। ଯାହା ଅତ୍ୟନ୍ତ ହୃଦୟ ବିଦାରକ ଦୃଶ୍ୟ ଥିଲା। ଅନ୍ୟପଟେ ବିମାନ ଦୁର୍ଘଟଣା ପରେ ଏବେ ୨ଟି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ବିମାନରେ ଦୁବାଇରୁ ଆସୁଥିବା ଏକ ପରିବାରର ଏହି ଫଟୋ ଅନେକଙ୍କ ମନରେ ଦୁଃଖ ଆଣିଦେଇଛି। କାରଣ ଦୁର୍ଘଟଣା ପୂର୍ବରୁ ଜଣେ ବ୍ୟକ୍ତି ନିଜ ଝିଅ ଓ ପତ୍ନୀଙ୍କ ସହ ବିମାନରେ ନେଇଥିବା ସେଲ୍ଫି ତାଙ୍କ ପାଇଁ ଶେଷ ସେଲ୍ଫି ହୋଇଯାଇଛି। ଉକ୍ତ ଫଟୋରେ ସେମାନେ ମାସ୍କ ଓ ଫେସ୍‌ସିଲ୍ଡ ପିନ୍ଧି ବିମାନରେ ସେଲ୍ଫି ନେଇଥିବା ନଜର ଆସିଛି। ଏହାପରେ ହଠାତ୍‌ ଯେପରି ତାଙ୍କ ଉପରେ ଆକାଶ ଭାଙ୍ଗି ପଡ଼ିଥିଲା। ବିମାନ ଦୁର୍ଘଟଣାରେ ସରିଫ୍‌ଉଦ୍ଦିନ ନାମକ ବ୍ୟକ୍ତି ଗୁରୁତର ଆହତ ହୋଇଥିବା ବେଳେ ମା’ ମଧ୍ୟ ଆହତ ହୋଇ ସ୍ଥାନୀୟ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତେବେ ଝିଅଟି ସାମାନ୍ୟ ଆହତ ହୋଇଥିବା ଜଣାପଡ଼ିଛି। ଏହି ପରିବାର କେରଳର ମାନ୍ନାପୁରମ ଅଞ୍ଚଳର ବାସିନ୍ଦା ବୋଲି ସୂଚନା ରହିଛି। ସେହିପରି ଆଉ ଏକ ହୃଦୟ ବିଦାରକ ଦୃଶ୍ୟ ସାମ୍ନାକୁ ଆସିଛି। କାରଣ ଦୁର୍ଘଟଣାରେ ବାପା ମା’ଠାରୁ ଜଣେ ଶିଶୁ ଅଲଗା ହୋଇଯାଇଥିବା ବେଳେ ଜଣେ ପୋଲିସ କର୍ମଚାରୀ ଝିଅଟିକୁ ଉଦ୍ଧାର କରି ଚିକିତ୍ସା ଲାଗି ହସ୍ପିଟାଲ ପଠାଇଥିବା ଦେଖିବାକୁ ମିଳିଛି। ଏହି ୨ଟି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri