‘ବାତ୍ସଲ୍ୟ’ ଅଭିଯାନର ଶୁଭାରମ୍ଭ

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ୩ ବର୍ଷରୁ କମ୍‌ ଶିଶୁଙ୍କ ଯତ୍ନ ଏବଂ ଉଦ୍ଦୀପନାକୁ ଆଧାର କରି ସେମାନଙ୍କ ବିକଶିତ ଶୈଶବକୁ ଆନୁଷ୍ଠାନିକ ରୂପରେଖ ପ୍ରଦାନ ଲକ୍ଷ୍ୟରେ ‘ବାତ୍ସଲ୍ୟ’ ଅଭିଯାନ ଆରମ୍ଭ ହୋଇଛି। ମଙ୍ଗଳବାର ମହିଳା ଓ ଶିଶୁବିକାଶ ଏବଂ ମିଶନ ଶକ୍ତି ବିଭାଗ ପକ୍ଷରୁ ଏହାର ଶୁଭାରମ୍ଭ କରାଯାଇଛି। ପ୍ରଥମ ୩ ବର୍ଷ ଶିଶୁ ଜୀବନର ସବୁଠୁ ଗୁରୁତ୍ୱପୂର୍ଣ୍ଣ ସମୟ। ଏହି ବୟସରେ ଅବହେଳା କଲେ ସାରା ଜୀବନର ବୃଦ୍ଧି ଓ ବିକାଶରେ ଅନ୍ତରାୟ ହୋଇଥାଏ। ତେଣୁ ମାତାପିତାଙ୍କ ଜରିଆରେ ଆଦ୍ୟ ଶୈଶବର ବିକାଶକୁ ତ୍ୱରାନ୍ବିତ କରିବା ପାଇଁ ‘ବାତ୍ସଲ୍ୟ’ ଅଭିଯାନ ଆରମ୍ଭ ହୋଇଛି। ଏଥିରେ ପୁଷ୍ଟି, ସ୍ବାସ୍ଥ୍ୟସେବା ସହିତ ଉପଯୁକ୍ତ ଯତ୍ନ ଏବଂ ଶିଶୁ ମସ୍ତିଷ୍କର ବିକାଶ ଓ ସମ୍ପର୍କ ସମ୍ବନ୍ଧରେ ସୂଚନା ଦିଆଯିବ। ଏଥିପାଇଁ ସାମାଜିକ ଓ ବ୍ୟବହାରିକ ପରିବର୍ତ୍ତନ ଲାଗି ଉଦ୍ଦିଷ୍ଟ ସୂଚନା ସାମଗ୍ରୀ ଯେପରି କି ପିକୋ ପ୍ରୋଜେକ୍ଟର ମାଧ୍ୟମରେ ଆଞ୍ଚଳିକ ଭାଷାରେ ଭିଡିଓ, ପୋଷ୍ଟର, ଟିକି ମାଉସୀର ହାସ୍ୟଚିତ୍ର ଆଦି ବ୍ୟବହାର କରାଯିବ।
ଏକ ଭର୍ଚୁଆଲ୍‌ ଉତ୍ସବରେ ବିଭାଗୀୟ ମନ୍ତ୍ରୀ ଟୁକୁନି ସାହୁ ‘ବାତ୍ସଲ୍ୟ’ ଅଭିଯାନର ଲୋକାର୍ପଣ କରିଛନ୍ତି। ଏହି ଅଭିଯାନ ସଫଳତାର ସହ କାର୍ଯ୍ୟକାରୀ ହେଲେ ଆଦ୍ୟ ଶୈଶବର ବିକାଶକୁ ତ୍ୱରାନ୍ବିତ କରି ଶିଶୁର ସାରା ଜୀବନ ପାଇଁ ଏକ ସୁଦୃଢ଼ ମୂଳଦୁଆ ପକାଇବାରେ ଓଡ଼ିଶା ସାରା ଦେଶରେ ଏକ ଅଗ୍ରଣୀ ରାଜ୍ୟରେ ପରିଗଣିତ ହେବ ବୋଲି ମନ୍ତ୍ରୀ କହିଛନ୍ତି। ଏହି ଅବସରରେ ଡିଜିଟାଲ୍‌ ମାଧ୍ୟମରେ କୁନି କ୍ୟାଲେଣ୍ଡର, ମାତୃଭାଷାଭିତ୍ତିକ ୧୧ଟି ପୋଷ୍ଟର, ଓଡ଼ିଆ ଭାଷାରେ ପ୍ୟାରେଣ୍ଟସ୍‌ ପ୍ଲସ୍‌ ମଡ୍ୟୁଲ୍‌, ଭିଡିଓ ଚିତ୍ର ସମ୍ବଳିତ ‘ବାତ୍ସଲ୍ୟ’ ପ୍ୟାକେଜ୍‌କୁ ମନ୍ତ୍ରୀ ଉନ୍ମୋଚନ କରିଥିଲେ। ବିଭାଗୀୟ ପ୍ରମୁଖ ଶାସନ ସଚିବ ଅନୁ ଗର୍ଗ ଏହି ଅଭିଯାନ ସମ୍ପର୍କରେ ସୂଚନା ଦେଇଥିଲେ। ଓଡ଼ିଶାର ଅବଶିଷ୍ଟ ଜନଜାତି ଭାଷାରେ ମଧ୍ୟ ଅନୁବାଦ ପାଇଁ ସହାୟତା ଯୋଗାଇ ଦିଆଯିବ ବୋଲି ଅନୁସୂଚିତ ଜାତି ଏବଂ ଜନଜାତି ଗବେଷଣା ପ୍ରତିଷ୍ଠାନର ନିର୍ଦ୍ଦେଶକ ଡ. ଅଖିଳ ବିହାରୀ ଓତା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫ ଜିଲାକୁ ଝଡ଼ବର୍ଷା, ଆଜି ଏସବୁ ଅଞ୍ଚଳରେ ଘଡ଼ଘଡ଼ି ସହ…

ଭୁବନେଶ୍ୱର,୨ା୪: ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗରମ ଅନୁଭୂତ ହେଉଥିବାବେଳେ ଉପକୂଳରେ ଥଣ୍ଡା ଅନୁଭୂତ ହେଉଛି। ଗତ କିଛିଦିନ ଧରି ରାଜ୍ୟରେ ଏପରି ତାପମାତ୍ରା ଦେଖିବାକୁ ମିଳୁଛି। ଏନେଇ…

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। କୋରାପୁଟ ଜିଲା ବଙ୍ଗଳାଗୁଡ଼ା ନିକଟରେ…

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri