ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ୩ ବର୍ଷରୁ କମ୍ ଶିଶୁଙ୍କ ଯତ୍ନ ଏବଂ ଉଦ୍ଦୀପନାକୁ ଆଧାର କରି ସେମାନଙ୍କ ବିକଶିତ ଶୈଶବକୁ ଆନୁଷ୍ଠାନିକ ରୂପରେଖ ପ୍ରଦାନ ଲକ୍ଷ୍ୟରେ ‘ବାତ୍ସଲ୍ୟ’ ଅଭିଯାନ ଆରମ୍ଭ ହୋଇଛି। ମଙ୍ଗଳବାର ମହିଳା ଓ ଶିଶୁବିକାଶ ଏବଂ ମିଶନ ଶକ୍ତି ବିଭାଗ ପକ୍ଷରୁ ଏହାର ଶୁଭାରମ୍ଭ କରାଯାଇଛି। ପ୍ରଥମ ୩ ବର୍ଷ ଶିଶୁ ଜୀବନର ସବୁଠୁ ଗୁରୁତ୍ୱପୂର୍ଣ୍ଣ ସମୟ। ଏହି ବୟସରେ ଅବହେଳା କଲେ ସାରା ଜୀବନର ବୃଦ୍ଧି ଓ ବିକାଶରେ ଅନ୍ତରାୟ ହୋଇଥାଏ। ତେଣୁ ମାତାପିତାଙ୍କ ଜରିଆରେ ଆଦ୍ୟ ଶୈଶବର ବିକାଶକୁ ତ୍ୱରାନ୍ବିତ କରିବା ପାଇଁ ‘ବାତ୍ସଲ୍ୟ’ ଅଭିଯାନ ଆରମ୍ଭ ହୋଇଛି। ଏଥିରେ ପୁଷ୍ଟି, ସ୍ବାସ୍ଥ୍ୟସେବା ସହିତ ଉପଯୁକ୍ତ ଯତ୍ନ ଏବଂ ଶିଶୁ ମସ୍ତିଷ୍କର ବିକାଶ ଓ ସମ୍ପର୍କ ସମ୍ବନ୍ଧରେ ସୂଚନା ଦିଆଯିବ। ଏଥିପାଇଁ ସାମାଜିକ ଓ ବ୍ୟବହାରିକ ପରିବର୍ତ୍ତନ ଲାଗି ଉଦ୍ଦିଷ୍ଟ ସୂଚନା ସାମଗ୍ରୀ ଯେପରି କି ପିକୋ ପ୍ରୋଜେକ୍ଟର ମାଧ୍ୟମରେ ଆଞ୍ଚଳିକ ଭାଷାରେ ଭିଡିଓ, ପୋଷ୍ଟର, ଟିକି ମାଉସୀର ହାସ୍ୟଚିତ୍ର ଆଦି ବ୍ୟବହାର କରାଯିବ।
ଏକ ଭର୍ଚୁଆଲ୍ ଉତ୍ସବରେ ବିଭାଗୀୟ ମନ୍ତ୍ରୀ ଟୁକୁନି ସାହୁ ‘ବାତ୍ସଲ୍ୟ’ ଅଭିଯାନର ଲୋକାର୍ପଣ କରିଛନ୍ତି। ଏହି ଅଭିଯାନ ସଫଳତାର ସହ କାର୍ଯ୍ୟକାରୀ ହେଲେ ଆଦ୍ୟ ଶୈଶବର ବିକାଶକୁ ତ୍ୱରାନ୍ବିତ କରି ଶିଶୁର ସାରା ଜୀବନ ପାଇଁ ଏକ ସୁଦୃଢ଼ ମୂଳଦୁଆ ପକାଇବାରେ ଓଡ଼ିଶା ସାରା ଦେଶରେ ଏକ ଅଗ୍ରଣୀ ରାଜ୍ୟରେ ପରିଗଣିତ ହେବ ବୋଲି ମନ୍ତ୍ରୀ କହିଛନ୍ତି। ଏହି ଅବସରରେ ଡିଜିଟାଲ୍ ମାଧ୍ୟମରେ କୁନି କ୍ୟାଲେଣ୍ଡର, ମାତୃଭାଷାଭିତ୍ତିକ ୧୧ଟି ପୋଷ୍ଟର, ଓଡ଼ିଆ ଭାଷାରେ ପ୍ୟାରେଣ୍ଟସ୍ ପ୍ଲସ୍ ମଡ୍ୟୁଲ୍, ଭିଡିଓ ଚିତ୍ର ସମ୍ବଳିତ ‘ବାତ୍ସଲ୍ୟ’ ପ୍ୟାକେଜ୍କୁ ମନ୍ତ୍ରୀ ଉନ୍ମୋଚନ କରିଥିଲେ। ବିଭାଗୀୟ ପ୍ରମୁଖ ଶାସନ ସଚିବ ଅନୁ ଗର୍ଗ ଏହି ଅଭିଯାନ ସମ୍ପର୍କରେ ସୂଚନା ଦେଇଥିଲେ। ଓଡ଼ିଶାର ଅବଶିଷ୍ଟ ଜନଜାତି ଭାଷାରେ ମଧ୍ୟ ଅନୁବାଦ ପାଇଁ ସହାୟତା ଯୋଗାଇ ଦିଆଯିବ ବୋଲି ଅନୁସୂଚିତ ଜାତି ଏବଂ ଜନଜାତି ଗବେଷଣା ପ୍ରତିଷ୍ଠାନର ନିର୍ଦ୍ଦେଶକ ଡ. ଅଖିଳ ବିହାରୀ ଓତା କହିଥିଲେ।
ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…
ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...
ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ
ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...
ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା
ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...
ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋରଦାର ପ୍ରସ୍ତୁତି: ଅଣ୍ଟା ଭିଡିଲେଣି ବିଡିଓ, କହିଲେ ଏଥର ମଞ୍ଚ ଦୁଲୁକିବ…
ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଶୀତ ମହୋତ୍ସବକୁ ନେଇ ଜିଲା ତଥା ଜଲା ବାହାରେ ଉତ୍କଣ୍ଠା ବଢିଛି। ଶୀତ ମହୋତ୍ସବ ଦାରିଙ୍ଗବାଡି...
ଆଖିବୁଜା ଗୁଳିମାଡ଼ କଲେ ଦୁର୍ବୃତ୍ତ, ଚାଲିଗଲା ୧୦ ଜଣଙ୍କ ଜୀବନ
କେପଟାଉନ୍,୨୧ା୧୨: ଦକ୍ଷିଣ ଆଫ୍ରିକା ଜୋହାନ୍ସବର୍ଗରେ ଆଖିବୁଜା ଗୁଳିମାଡ଼ ହୋଇଛି। ଫଳରେ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଦୁର୍ବୃତ୍ତମାନେ ଗୁଳିମାଡ଼ କରି ଫେରାର ହୋଇଯାଇଥିବାବେଳେ ପୋଲିସ ଛାନ୍ଭିନ୍...
ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା
ଭୁବନେଶ୍ୱର,୨୧ା୧୨(ସୁନିତ୍ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...
ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି
ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ...
୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର
ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...
Archives


