ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ୩ ବର୍ଷରୁ କମ୍ ଶିଶୁଙ୍କ ଯତ୍ନ ଏବଂ ଉଦ୍ଦୀପନାକୁ ଆଧାର କରି ସେମାନଙ୍କ ବିକଶିତ ଶୈଶବକୁ ଆନୁଷ୍ଠାନିକ ରୂପରେଖ ପ୍ରଦାନ ଲକ୍ଷ୍ୟରେ ‘ବାତ୍ସଲ୍ୟ’ ଅଭିଯାନ ଆରମ୍ଭ ହୋଇଛି। ମଙ୍ଗଳବାର ମହିଳା ଓ ଶିଶୁବିକାଶ ଏବଂ ମିଶନ ଶକ୍ତି ବିଭାଗ ପକ୍ଷରୁ ଏହାର ଶୁଭାରମ୍ଭ କରାଯାଇଛି। ପ୍ରଥମ ୩ ବର୍ଷ ଶିଶୁ ଜୀବନର ସବୁଠୁ ଗୁରୁତ୍ୱପୂର୍ଣ୍ଣ ସମୟ। ଏହି ବୟସରେ ଅବହେଳା କଲେ ସାରା ଜୀବନର ବୃଦ୍ଧି ଓ ବିକାଶରେ ଅନ୍ତରାୟ ହୋଇଥାଏ। ତେଣୁ ମାତାପିତାଙ୍କ ଜରିଆରେ ଆଦ୍ୟ ଶୈଶବର ବିକାଶକୁ ତ୍ୱରାନ୍ବିତ କରିବା ପାଇଁ ‘ବାତ୍ସଲ୍ୟ’ ଅଭିଯାନ ଆରମ୍ଭ ହୋଇଛି। ଏଥିରେ ପୁଷ୍ଟି, ସ୍ବାସ୍ଥ୍ୟସେବା ସହିତ ଉପଯୁକ୍ତ ଯତ୍ନ ଏବଂ ଶିଶୁ ମସ୍ତିଷ୍କର ବିକାଶ ଓ ସମ୍ପର୍କ ସମ୍ବନ୍ଧରେ ସୂଚନା ଦିଆଯିବ। ଏଥିପାଇଁ ସାମାଜିକ ଓ ବ୍ୟବହାରିକ ପରିବର୍ତ୍ତନ ଲାଗି ଉଦ୍ଦିଷ୍ଟ ସୂଚନା ସାମଗ୍ରୀ ଯେପରି କି ପିକୋ ପ୍ରୋଜେକ୍ଟର ମାଧ୍ୟମରେ ଆଞ୍ଚଳିକ ଭାଷାରେ ଭିଡିଓ, ପୋଷ୍ଟର, ଟିକି ମାଉସୀର ହାସ୍ୟଚିତ୍ର ଆଦି ବ୍ୟବହାର କରାଯିବ।
ଏକ ଭର୍ଚୁଆଲ୍ ଉତ୍ସବରେ ବିଭାଗୀୟ ମନ୍ତ୍ରୀ ଟୁକୁନି ସାହୁ ‘ବାତ୍ସଲ୍ୟ’ ଅଭିଯାନର ଲୋକାର୍ପଣ କରିଛନ୍ତି। ଏହି ଅଭିଯାନ ସଫଳତାର ସହ କାର୍ଯ୍ୟକାରୀ ହେଲେ ଆଦ୍ୟ ଶୈଶବର ବିକାଶକୁ ତ୍ୱରାନ୍ବିତ କରି ଶିଶୁର ସାରା ଜୀବନ ପାଇଁ ଏକ ସୁଦୃଢ଼ ମୂଳଦୁଆ ପକାଇବାରେ ଓଡ଼ିଶା ସାରା ଦେଶରେ ଏକ ଅଗ୍ରଣୀ ରାଜ୍ୟରେ ପରିଗଣିତ ହେବ ବୋଲି ମନ୍ତ୍ରୀ କହିଛନ୍ତି। ଏହି ଅବସରରେ ଡିଜିଟାଲ୍ ମାଧ୍ୟମରେ କୁନି କ୍ୟାଲେଣ୍ଡର, ମାତୃଭାଷାଭିତ୍ତିକ ୧୧ଟି ପୋଷ୍ଟର, ଓଡ଼ିଆ ଭାଷାରେ ପ୍ୟାରେଣ୍ଟସ୍ ପ୍ଲସ୍ ମଡ୍ୟୁଲ୍, ଭିଡିଓ ଚିତ୍ର ସମ୍ବଳିତ ‘ବାତ୍ସଲ୍ୟ’ ପ୍ୟାକେଜ୍କୁ ମନ୍ତ୍ରୀ ଉନ୍ମୋଚନ କରିଥିଲେ। ବିଭାଗୀୟ ପ୍ରମୁଖ ଶାସନ ସଚିବ ଅନୁ ଗର୍ଗ ଏହି ଅଭିଯାନ ସମ୍ପର୍କରେ ସୂଚନା ଦେଇଥିଲେ। ଓଡ଼ିଶାର ଅବଶିଷ୍ଟ ଜନଜାତି ଭାଷାରେ ମଧ୍ୟ ଅନୁବାଦ ପାଇଁ ସହାୟତା ଯୋଗାଇ ଦିଆଯିବ ବୋଲି ଅନୁସୂଚିତ ଜାତି ଏବଂ ଜନଜାତି ଗବେଷଣା ପ୍ରତିଷ୍ଠାନର ନିର୍ଦ୍ଦେଶକ ଡ. ଅଖିଳ ବିହାରୀ ଓତା କହିଥିଲେ।
ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ
ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…
କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….
ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…
ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି
ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…
ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ
ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…
ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,
ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…
ବିଭିନ୍ନ ଦାବିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ
ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବି ହାସଲ ପାଇଁ…
‘ସ୍ୱଚ୍ଛତା ହିଁ ସେବା’ର ନଗ୍ନ ଚିତ୍ର: ଝାଡ଼ୁରେ ଲୋକଦେଖାଣିଆ, ରାସ୍ତାରେ ଅବହେଳା
ପୁରୁଷୋତ୍ତମପୁର,୧ା୧୦(ସବିତା ମିଶ୍ର): ‘ସ୍ୱଚ୍ଛତା ହିଁ ସେବା’ ନାଁରେ ସ୍ୱଚ୍ଛତାର ବାର୍ତ୍ତା ଦେଉଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍ଏସ୍ସିର ଅସଲ ଚିତ୍ର ଗୁରୁବାର ସାମ୍ନାକୁ ଆସିଛି। ପୂର୍ବରୁ ସଫାସୁତରା…
ବୃଦ୍ଧାଶ୍ରମରେ ଶେଷ ଠିକଣା ଖୋଜୁଛନ୍ତି ନିର୍ଯାତିତ ମା’-ବାପା, ସୁଖରେ ଜୀବନ ବିତାଉଥିବା କହି…
ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବୟସର ଅପରାହ୍ନରେ ନିଜ ସନ୍ତାନମାନଙ୍କ ଅବହେଳା ଓ ନିର୍ଯାତନାର ଶିକାର ହୋଇ ବୃଦ୍ଧାଶ୍ରମକୁ ଶେଷ ଠିକଣା ଭାବେ ବାଛିନେଉଛନ୍ତି ଅନେକ ବରିଷ୍ଠ ନାଗରିକ।…

