ଖିମ୍‌ଜୀ ପକ୍ଷରୁ ‘ଗୋ ଗ୍ରୀନ୍‌’ କାର୍ଯ୍ୟକ୍ରମର ଶୁଭାରମ୍ଭ

ଭୁବନେଶ୍ୱର,୨୨।୨ ରାଜ୍ୟର ପ୍ରମୁଖ ଅଳଙ୍କାର ବ୍ରାଣ୍ଡ ଖିମ୍‌ଜୀ ଜୁଏଲର୍ସ ପକ୍ଷରୁ ଏକ ଅଭିନବ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ଫଳରେ ପ୍ରତିଷ୍ଠାନ ଏକ ‘ପରିଷ୍କାର ସ୍ମାର୍ଟ ସିଟି’ ଆଡ଼କୁ ଆଉ ଏକ ଛୋଟ ପଦକ୍ଷେପ ସହ ଏହାର କର୍ମଚାରୀମାନଙ୍କ ପାଇଁ ଇ-ଯାନ ସହ ‘ଗୋ ଗ୍ରୀନ୍‌’ ପଦକ୍ଷେପକୁ ମଧ୍ୟ ଆପଣାଇଛି। ଏହି ପଦକ୍ଷେପ ଅନୁଯାୟୀ ଖିମ୍‌ଜୀ ଜୁଏଲର୍ସର ସମସ୍ତ କର୍ମଚାରୀ ପରିବେଶ ଉପରେ ସକାରାମତ୍କ ପ୍ରଭାବ ପକାଇବା ପାଇଁ ବର୍ତ୍ତମାନଠାରୁ ଇ-ଯାନରେ ଚଳାଚଳ କରିବେ। ଏପରିକି ଭୁବନେଶ୍ୱରର ‘ଲେଟ୍‌ସ ଡ୍ରାଇ ଇଭ୍‌’ ସହ ସହଭାଗିତା କରି ଖିମ୍‌ଜୀ ଜୁଏଲର୍ସ ରୋଲ୍‌ ଆଧାରରେ ଏହି ଗାଡ଼ିଗୁଡିକ ଜରିଆରେ ଇ-ଯାନ ସେବାର ଆରମ୍ଭ କରିଛି। ଏ ସମ୍ପର୍କରେ ଖିମ୍‌ଜୀ ଜୁଏଲର୍ସର ନିର୍ଦ୍ଦେଶକ ମିତେଶ ଖିମ୍‌ଜୀ କହିଛନ୍ତି, ଏକ ଦାୟିତ୍ୱବାନ ନାଗରିକ ଓ ଅନୁଷ୍ଠାନ ହୋଇଥିବାରୁ ଖିମ୍‌ଜୀ ଜୁଏଲର୍ସ ଲୋକମାନଙ୍କ ପାଇଁ ଏକ ଉତ୍ତମ ପରିବେଶ ସୃଷ୍ଟି କରିବାରେ ପ୍ରତିବଦ୍ଧ। ଖିମ୍‌ଜୀ ଜୁଏଲର୍ସର ‘ଗୋ ଗ୍ରୀନ୍‌’ ପଦକ୍ଷେପ କେବଳ ଏହାର କର୍ମଚାରୀମାନଙ୍କ ପାଇଁ ପ୍ରଦୂଷଣମୁକ୍ତ ଯାତାୟାତକୁ ପ୍ରୋସତ୍ାହିତ କରିବ ନାହିଁ ବରଂ ଏକ ସବୁଜ ପରିବେଶ ପାଇଁ ମଧ୍ୟ ଏଭଳି ପଦକ୍ଷେପ ନେବାକୁ ଅନ୍ୟମାନଙ୍କୁ ଉସତ୍ାହିତ କରିବ ବୋଲି ସେ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୮।୪ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ରାମନବମୀ ଅବସରରେ...

ବଜାରରେ ଭି-ଗାର୍ଡର ନୂତନ ଉତ୍ପାଦ

ଭୁବନେଶ୍ୱର,୧୮।୪: ଭି-ଗାର୍ଡ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ନୂତନ ଉତ୍ପାଦଗୁଡ଼ିକୁ ସର୍ବଭାରତୀୟ ସ୍ତରରେ ଉନ୍ମୋଚନ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ବ୍ରାଣ୍ଡ୍‌ର ନୂତନ ଉତ୍ପାଦ...

ମଧୁକୁଞ୍ଜ ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ନୂଆ ଶୋ’ରୁମ୍‌

ଭୁବନେଶ୍ୱର,୧୮।୪: ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ମଧୁକୁଞ୍ଜ ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ନୂଆ ଶୋ’ରୁମ୍‌ ବୁଧବାର କଟକର କ୍ୟାଣ୍ଟନମେଣ୍ଟରୋଡ୍‌ସ୍ଥିତ ଏନ୍‌ସିସି କ୍ୟାଣ୍ଟିନଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି...

ଶ୍ରୀଲଙ୍କା, ୟୁଏଇକୁ ପିଆଜ ରପ୍ତାନି କରିବ ଭାରତ

ଭୁବନେଶ୍ୱର,୧୮।୪(ଅନୁରାଧା ମହାରଣା): ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ଏବଂ ଶ୍ରୀଲଙ୍କାକୁ ସୀମିତ ପରିମାଣରେ ପିଆଜ ରପ୍ତାନି କରିବାକୁ ଭାରତ ଅନୁମତି ଦେଇଛି। ବାଣିଜ୍ୟ ଏବଂ ଶିଳ୍ପ...

ଆସନ୍ତାକାଲି ଘଣ୍ଟାଏ ବନ୍ଦ ରହିବ ଟ୍ରେନ ରିଜର୍ଭଭେଶନ ସେବା

ନୂଆଦିଲ୍ଲୀ,୧୭।୪: ଯଦି ଆପଣ କୌଣସି ସ୍ଥାନକୁ ଟ୍ରେନରେ ଯିବା ପାଇଁ ରିଜର୍ଭଭେଶନ ଟିକେଟ୍‌ ବୁକ୍‌ କରୁଛନ୍ତି ତେବେ ଏହାକୁ ତୁରନ୍ତ କରିନିଅନ୍ତୁ । କାରଣ ବୈଷୟିକ...

ଯୁବ ଭାରତୀୟଙ୍କ ନିକଟରେ ବିରାଟ କୋହଲିଙ୍କ ଭଳି ମାନସିକତା…, କାହିଁକି ଏମିତି କହିଲେ ଆରବିଆଇର ପୂର୍ବତନ ଗଭର୍ନର ରଘୁରାମ ରାଜନ

ନୂଆଦିଲ୍ଲୀ,୧୭।୪: ଭାରତର ପୂର୍ବତନ ରିଜର୍ଭ ବ୍ୟାଙ୍କ ଗଭର୍ନର ରଘୁରାମ ରାଜନ ଦାବି କରିଛନ୍ତି ଯେ ବହୁ ସଂଖ୍ୟକ ଯୁବ ଭାରତୀୟ ବ୍ୟବସାୟ ପ୍ରତିଷ୍ଠା କରିବାକୁ ବିଦେଶ...

ଝାରସୁଗୁଡ଼ାରେ କ୍ୟାଲ୍‌ସିୟମ ଆଲୁମିନେଟ୍‌ ପ୍ଲାଣ୍ଟ

ଭୁବନେଶ୍ୱର,୧୭।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଅଗ୍ରଣୀ ମାନୁଫ୍ୟାକ୍ଜରିଂ ଷ୍ଟାର୍ଟଅପ୍‌ ‘ରୁନାୟା’ର ଅତ୍ୟାଧୁନିକ କ୍ୟାଲ୍‌ସିୟମ୍‌ ଆଲୁମିନେଟ୍‌ ପ୍ଲାଣ୍ଟ ମଙ୍ଗଳବାର ଓଡ଼ିଶାର ଝାରସୁଗୁଡ଼ାଠାରେ ଉଦ୍‌ଘାଟିତ ହୋଇଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri