ରତ୍ନଭଣ୍ଡାର ଖୋଲିବା ନେଇ ବଡ଼ ଘୋଷଣା କଲେ ଆଇନମନ୍ତ୍ରୀ:୧୬ ଜଣିଆ କମିଟି ଗଠନ

ଭୁବନେଶ୍ୱର,୫ା୭(ଅନିଲ ଦାସ):ଖୁବ୍‌ଶୀଘ୍ର ଶ୍ରୀଜୀଉଙ୍କ ରତ୍ନଭଣ୍ଡାର ଖୋଲିବ। ରତ୍ନଭଣ୍ଡାର ଖୋଲିବା ନେଇ ରାଜ୍ୟ ସରକାର ୧୬ ଜଣିଆ କମିଟି ଗଠନ କରିଛନ୍ତି। ଏ ନେଇ ଗୁରୁବାର ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍‌ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଏହି କମିଟି ଗଠନ ହୋଇଛି। ଏଥିରେ ଡାକ୍ତର ସିବିକେ ମହାନ୍ତି, ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ରାଜୀବ ସାହୁ, ଅବସରପ୍ରାପ୍ତ ଆଇଏଏସ୍‌ ଅଫିସର ଜଗଦୀଶ ମହାନ୍ତି, ଅବସରପ୍ରାପ୍ତ ଆଇପିଏସ୍‌ ଅଫିସର ପ୍ରକାଶ ମିଶ୍ର, ସ୍ବାମୀ ପ୍ରଜ୍ଞାନନ୍ଦଜୀ, ହରିହର ହୋତା, ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ, ଗଜପତି ମହାରାଜାଙ୍କ ପ୍ରତିନିଧି, ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ(ଏଏସ୍‌ଆଇ)ର ପ୍ରତିନିଧି, ମଧୁସୂଦନ ସିଂଘାରି, ଜନାର୍ଦ୍ଦନ ପାଟଯୋଶୀ ମହାପାତ୍ର, ଜଗନ୍ନାଥ ଦାସ ମହାପାତ୍ର, ସୌମେନ୍ଦ୍ର ମୁଦୁଲି, ପୁରୀ ଜିଲାପାଳ ଏବଂ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସଦସ୍ୟ ରହିଛନ୍ତି।
ଆସନ୍ତା ୬ ତାରିଖ ବୈଠକରେ ରତ୍ନଭଣ୍ଡାର ଖୋଲିବା ନେଇ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ ବୋଲି ଆଇନମନ୍ତ୍ରୀ ପୃ୍‌ଥ୍ବୀରାଜ ହରିଚନ୍ଦନ କହିଛନ୍ତି। ବିଭିନ୍ନ ବର୍ଗର ପ୍ରତିଷ୍ଠିତ ବ୍ୟକ୍ତିଙ୍କୁ ନେଇ ଏହି କମିଟି ଗଠନ କରାଯାଇଛି। ଏହି କମିଟିର ପ୍ରଥମ ବୈଠକ ୬ ତାରିଖରେ ବସିବ। ରତ୍ନଭଣ୍ଡାର ଖୋଲିବା ନେଇ କେଉଁଭଳି କାର୍ଯ୍ୟ ଆଗକୁ ଯିବ ସେ ନେଇ କମିଟି ମୋଡାଲିଟି ପ୍ରସ୍ତୁତ କରିବ। କେଉଁ ପ୍ରକ୍ରିୟାରେ ଗଣତି ହେବ, କେଉଁ ଏଜେନ୍ସି ସାମିଲ ହେବେ ସେ ନିଷ୍ପତ୍ତି ମଧ୍ୟ ଏହି କମିଟି ନେବ। ପ୍ରଥମ ବୈଠକ ବସିବା ପରେ ସେମାନେ ଯାହା ନିର୍ଦ୍ଦେଶ ଦେବେ ସେହି ଅନୁସାରେ ପ୍ରକ୍ରିୟା ଆରମ୍ଭ ହେବ ବୋଲି ଆଇନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

MS Dhoni IPL Retirement:ଏତିକି ବର୍ଷ ବୟସ ପର୍ଯ୍ୟନ୍ତ ଖେଳିବାକୁ ଲକ୍ଷ୍ୟ ରଖିଛନ୍ତି ଧୋନୀ! IPL ଅବସରକୁ ନେଇ ମୁହଁ ଖୋଲିଲେ ମାହି

ନୂଆଦିଲ୍ଲୀ,୨୩।୩: ଚେନ୍ନାଇ ସୁପର କିଙ୍ଗ୍ସର ଏକ ପ୍ରଶଂସକ କାର୍ଯ୍ୟକ୍ରମରେ, ଏମଏସ ଧୋନୀ ହାସ୍ୟରସପୂର୍ଣ୍ଣ ଭାବରେ ମନ୍ତବ୍ୟ ଦେଇଥିଲେ ଯେ ସେ ୬୦ ବର୍ଷ ବୟସ ପର୍ଯ୍ୟନ୍ତ ଆଇପିଏଲ…

୩ ହଜାର ଟଙ୍କାରେ ବିକ୍ରି ହେଉଛି ଗ୍ୟାସ ସିଲିଣ୍ଡର: କଳାବଜାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭଞ୍ଜନଗର,୨୩।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ-ଆମେରିକା ମଧ୍ୟରେ ଲାଗିଥିବା ଯୁଦ୍ଧର ପରିଣାମ ଆମ ଦେଶ ସମେତ ଅନ୍ୟାନ୍ୟ ଦେଶକୁ ମଧ୍ୟ ଭୋଗିବାକୁ ପଡ଼ୁଛି। ଗ୍ୟାସ, ପେଟ୍ରୋଲ, ଡିଜେଲ ଆମଦାନୀ…

ଠପ୍‌ ହୋଇଯିବକି ସାରା ବିଶ୍ୱ? ହର୍ମୁଜ ଷ୍ଟ୍ରେଟକୁ ନେଇ ଏମିତି ନିଷ୍ପତ୍ତି ନେଲା ଇରାନ, ପ୍ରମାଦ ଗଣିଲାଣି ସାରା ବିଶ୍ୱ

ତେହରାନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ଇରାନ ଏବେ ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା କିଛି ଜାହାଜ ଉପରେ ୨ ନିୟୁତ ଡଲାର (ପ୍ରାୟ ୧୮.୮ କୋଟି)…

ନଷ୍ଟ ହୋଇଯାଇଥିବା ପାଓ୍ବାରପ୍ଲାଣ୍ଟକୁ ନେଇ ଏମିତି ଧମକ ଦେଲା ଇରାନ ସାରା ବିଶ୍ୱ ସ୍ତବ୍ଧ

ତେହରାନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବେ ଅଧିକ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଇରାନ କହିଛି ଯେ ଯଦି ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏହାର ଶକ୍ତି କେନ୍ଦ୍ର ଉପରେ…

ଷ୍ଟ୍ରେଟ ଅଫ ହର୍ମୁଜକୁ ନେଇ ଟ୍ରମ୍ପଙ୍କ ପରେ ଏବେ ଧମକ ଦେଲେଣି ସ୍କଟ ବେସେଣ୍ଟ , କହିଲେ ‘ଇରାନର ଦୁର୍ଗ…’

ଓ୍ବାଶିଂଟନ,୨୩।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଆହୁରି ବୃଦ୍ଧି ପାଇଛି। ଆମେରିକା ଏବଂ ଇରାନ ମଧ୍ୟରେ ବିବାଦ ଏବେ ଖୋଲାଖୋଲି ଭାବରେ ପ୍ରକାଶ ପାଇବାକୁ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ତିନି ଚିରଞ୍ଜୀବୀଙ୍କ ବିଚାର

ଶହୀଦ ଭଗତ ସିଂ, ସୁଖଦେବ ଓ ଶିବରାମ ରାଜଗୁରୁଙ୍କ ଅପରାଧଜନିତ ବିଚାରକୁ କଦାପି ବିଚାର କୁହାଯାଇ ପାରିବ ନାହିଁ। ତାହା ଅନ୍ୟାୟ, ଅବିବେକିତା ଓ ଅସଭ୍ୟତାର ଏକ…

ପରମାଣୁ ଅସ୍ତ୍ର ଛାୟାରୁ ମୁକ୍ତି

ବର୍ତ୍ତମାନର ବିଶ୍ୱରେ ଲାଗିରହିଛି ତିନୋଟି ମହାସମର। ତନ୍ମଧ୍ୟରୁ ରୁଷିଆ-ୟୁକ୍ରେନ୍‌ ଏବଂ ଇସ୍ରାଏଲ-ପାଲେଷ୍ଟାଇନ୍‌ ଯୁଦ୍ଧ ବର୍ଷ ବର୍ଷ ଧରି ଚାଲିଥିଲା ବେଳେ ନିକଟରେ ଆରମ୍ଭ ହୋଇଛି ଅତୀବ ଭୟଙ୍କର…

ଚର୍ଚ୍ଚାରେ କଣ୍ଠଶିଳ୍ପୀ ଦିପ୍ତିରେଖା: ପ୍ରଧାନମନ୍ତ୍ରୀ ମୋଦି ଶେୟାର କଲେ…

ଭୁବନେଶ୍ୱର,୨୩ା୩(ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଦୀପ୍ତିରେଖା ପାଢୀଙ୍କ ଭକ୍ତିମୟ ଭଜନ ‘ଦୁର୍ଗତି ନାଶିନୀ ମା’ର ଭିଡ଼ିଓ ଲିଙ୍କ୍‌କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri