ଆଇନମନ୍ତ୍ରୀ ଦେଲେ ବଡ଼ ବୟାନ: କହିଲେ ମଦ କାରବାରରେ ସମ୍ପୃକ୍ତ ଥିଲେ ହେବ…

ଭୁବନେଶ୍ୱର,୨୧ା୮: ବେଆଇନ ମଦ କାରବାର ନେଇ ରାଜ୍ୟ ସରକାର କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏଭଳି ମାମଲାରେ ସଂପୃକ୍ତ ସମସ୍ତ ବ୍ୟକ୍ତିଙ୍କୁ ଖୋଜି ବାହାର କରାଯିବା ସହିତ ଆଇନ ଅନୁଯାୟୀ କଠୋର ଦଣ୍ଡବିଧାନ କରାଯିବ। ଏଥି ସହିତ ବେଆଇନ ତଥା ଚୋରା ମଦ କାରବାରକୁ ସମ୍ପୂର୍ଣ୍ଣ ରୂପେ ବନ୍ଦ କରିବା ପାଇଁ ଆବଶ୍ୟକୀୟ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରିବା ନେଇ ଆଇନ, ପୂର୍ତ୍ତ ଏବଂ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ନିକଟରେ ଗଞ୍ଜାମ ଜିଲା ଚିକିଟିଠାରେ ହୋଇଥିବା ମଦ ଘଟଣା ନେଇ ମନ୍ତ୍ରୀ ହରିଚନ୍ଦନ ଅବକାରୀ ବିଭାଗ ପ୍ରମୁଖ ଶାସନ ସଚିବ ସୁଶୀଲ କୁମାର ଲୋହାନୀ ଏବଂ ଅବକାରୀ କମିଶନର ନରସିଂହ ଭୋଳଙ୍କ ସହ ଆଲୋଚନା କରିବା ସହ ଏ ସମ୍ପର୍କରେ ସବିଶେଷ ତଥ୍ୟ ମାଗିଥିଲେ। ରାଜ୍ୟରେ ବେଆଇନ ମଦ କାରବାର କେବେ ବି ଗ୍ରହଣୀୟ ନୁହେଁ। ତେଣୁ ଏହି ଘଟଣା ନେଇ ରାଜ୍ୟର ସମସ୍ତ ଅଞ୍ଚଳରେ ତୀକ୍ଷ୍ଣ ଦୃଷ୍ଟି ରଖିବା ସହିତ ବେଆଇନ ମଦ ଭାଟି ଓ ବିକ୍ରି ସ୍ଥାନରେ ଚଢ଼ାଉ କରିବା ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥି ସହିତ ଚିକିଟି ଘଟଣାରେ ଅସୁସ୍ଥ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବ୍ୟକ୍ତିଙ୍କୁ ସ୍ବତନ୍ତ୍ର ଚିକିତ୍ସା ସହାୟତା ଯୋଗାଇ ଦେବାକୁ ମନ୍ତ୍ରୀ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ଚିକିତ୍ସିତ ହେଉଥିବା ସମସ୍ତଙ୍କ ଅବସ୍ଥା ଭଲ ଅଛି ବୋଲି ଜଣାପଡ଼ିଛି। ଏହି ଘଟଣାରେ ବ୍ରହ୍ମପୁରର ଅବକାରୀ ସୁପରିଟେଣ୍ଡେଣ୍ଟଙ୍କୁ କାର୍ଯ୍ୟରୁ ଅପସାରଣ ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି I

ସୂଚନାଯୋଗ୍ୟ, ଚିକିଟି ବେଆଇନ ମଦ କାରବାର ଘଟଣାରେ ୮ ଜଣଙ୍କୁ ଗିରଫ କରାଯାଇଛି। ଅନ୍ୟପକ୍ଷରେ ଅବକାରୀ ବିଭାଗ ପକ୍ଷରୁ ଗତକାଲି ସା ସୁଦ୍ଧା ରାଜ୍ୟର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ୭,୨୭୪ ଲିଟର ବେଆଇନ ମଦ ଜବତ କରାଯିବା ସହ ୭୨ ଜଣଙ୍କୁ ଗିରଫ କରାଯାଇଛି। ଏଥି ମଧ୍ୟରୁ କେବଳ ଗଞ୍ଜାମ ଜିଲାରେ ୩୮୫ ଲିଟର ମଦ ଜବତ ହୋଇଛି। ଆଗାମୀ ଦିନରେ ଏପରି ଚଢ଼ାଉକୁ ଜୋର୍‌ଦାର କରାଯିବା ସହ ବେଆଇନ ମଦ କାରବାରରେ ଲିପ୍ତ ବ୍ୟକ୍ତିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri