ରତ୍ନଭଣ୍ଡାର ଭିତରେ ସୁଡ଼ଙ୍ଗ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ

ଭୁବନେଶ୍ୱର,୨୬।୮: ଶ୍ରୀମନ୍ଦିର ରତ୍ନଭଣ୍ଡାର ଭିତରେ  ସୁଡ଼ଙ୍ଗ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ। ରତ୍ନଭଣ୍ଡାରରେ ସୁଡ଼ଙ୍ଗ ଅଛି କି ନାହିଁ ସର୍ଭେ ହେବ ବୋଲି ସୋମବାର ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି। ସେ କହିଛନ୍ତି, ରତ୍ନଭଣ୍ଡାର ମାଟିତଳେ କିମ୍ବା କାନ୍ଥ ଭିତରେ କିଛି ଅଛି କି ନାହିଁ ସେ ନେଇ ସର୍ଭେ ହେବ। ପ୍ରାଥମିକ ପ୍ରକ୍ରିୟାରେ ପ୍ରଥମେ ରତ୍ନଭଣ୍ଡାର ମରାମତି କରାଯିବ। ମରାମତି ପରେ ଗଣତି ମଣତି ପ୍ରକ୍ରିୟା ଆରମ୍ଭ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ୧୯୭୮ ମସିହା ଡାଟାବେସ ଅନୁଯାୟୀ ଅଳଙ୍କାର ମେଳ କରାଯିବ।

ପୂର୍ବରୁ ତ୍ନଭଣ୍ଡାର ଭିତରେ ଏକ ସୁଡ଼ଙ୍ଗ ରହିଛି ବୋଲି କୁହାଯାଉଥିଲା ।

ବାହାର ଭଣ୍ଡାର ଦେଇ ଭିତର ଭଣ୍ଡାରକୁ ପ୍ରବେଶ କରିବା ପରେ, ଏହି ସୁଡ଼ଙ୍ଗ ଦୃଶ୍ୟମାନ ହୁଏ । ୧୯୭୮ରେ ଭିତର ଭଣ୍ଡାର ଖୋଲାଯିବା ସମୟରେ ଏ ସମ୍ପର୍କିତ ତଥ୍ୟ ରେକର୍ଡ କରାଯାଇଛି । ୧୯୭୮ ମସିହା ପରେ ପ୍ରଥମ ଥର ପାଇଁ ରତ୍ନଭଣ୍ଡାର ଖୋଲାଯିବ। ପୂର୍ବରୁ ବ୍ରିଟିଶ ସମୟରେ ୧୯୨୬ ମସିହା ଓ ପରେ ଶେଷଥର ପାଇଁ ୧୯୭୮ ମସିହାରେ ରତ୍ନଭଣ୍ଡାରର ଯାଞ୍ଚ ହୋଇଥିଲା।

 

ଅନ୍ୟପକ୍ଷେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ଏବଂ ମରାମତି ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏଏସ୍‌ଆଇ ଡିଜିଙ୍କୁ ରାତାରାତି ଚିଠି ଲେଖିଛନ୍ତି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଏ ସମ୍ପର୍କରେ ଚିଠି ଲେଖିଥିବା ସୂଚନା ଦେଇଛନ୍ତି। ଖୁବ୍‌ଶୀଘ୍ର ଯାଞ୍ଚ କରି ମରାମତି କାର୍ଯ୍ୟ ପୂର୍ଣ୍ଣାଙ୍ଗ କରିବାକୁ ଚିଠି ଲେଖାଯାଇଛି। ଏଥିସହିତ ଉନ୍ନତମାନର ଅନୁଷ୍ଠାନ ଦ୍ୱାରା ଯାଞ୍ଚ ପ୍ରକ୍ରିୟା କରିବା ପାଇଁ ମୁଖ୍ୟ ପ୍ରଶାସକ ନିବେଦନ ମଧ୍ୟ କରିଛନ୍ତି। ଲେଜର ସ୍କାନିଂ ଓ ଜିପିଆର୍‌ଏସ୍‌ ଦ୍ୱାରା ଯାଞ୍ଚ ପାଇଁ ମୁଖ୍ୟ ପ୍ରଶାସକ ଅନୁରୋଧ କରିଛନ୍ତି। ଯାଞ୍ଚ ବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସହଯୋଗ ଯୋଗାଇ ଦିଆଯିବ ବୋଲି ଚିଠିରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?