ଶ୍ରୀମନ୍ଦିର ଭିଡ଼କୁ ନେଇ ମୁହଁ ଖୋଲିଲେ ଆଇନ୍‌ ମନ୍ତ୍ରୀ: ସଫେଇ ଦେଇ କହିଲେ…

ଭୁବନେଶ୍ୱର, ୧୬।୬:ରାଜ୍ୟରେ ଭାଜପା ସରକାରକୁ ଆସିବା ପୂର୍ବରୁ ଅନେକ ପ୍ରତିଶ୍ରୁତି ଲୋକଙ୍କ ଆଗରେ ରଖିଥିଲା। ଯେପରିକି ଦଳ ରାଜ୍ୟରେ ସରକାର ଗଠନ କରିବାର କିଛି ସମୟ ମଧ୍ୟରେ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବାର ପ୍ରତିଶ୍ରୁତି ଦେଇଥିଲା। ସେହିକ୍ରମରେ ଦଳ ସରକାରକୁ ଆସିବା କ୍ଷଣି ପ୍ରଥମ ପଦକ୍ଷେପ ଭାବେ ଶ୍ରୀମନ୍ଦିର ଚାରିଦ୍ୱାର ମଧ୍ୟ ଖୋଲିଲା। ହେଲେ ପ୍ରବଳ ଭିଡ଼ କାରଣରୁ ଏବେ ଶ୍ରୀମନ୍ଦିରକୁ ଦର୍ଶନ କରିବା ଲାଗି ଯାଉଥିବା ଭକ୍ତମାନେ ପ୍ରବଳ ଅସୁବିଧାର ସମ୍ମୁଖୀନ ହେଉଥିବା ନେଇ ଖବର ଦୃଷ୍ଟିକୁ ଆସଛି। ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ପରେ ପୁରୀରେ ଭକ୍ତଙ୍କ ଭିଡ଼ ବଢ଼ିଚାଲିଛି। ପ୍ରତିଦିନ ରାଜ୍ୟ ତଥା ରାଜ୍ୟ ବାହାରୁ ହଜାର ହଜାର ଶ୍ରଦ୍ଧାଳୁ ଶ୍ରୀଜୀଉଙ୍କୁ ଦର୍ଶନ କରି ଆଶୀର୍ବାଦ ନେଉଛନ୍ତି। ମନ୍ଦିର ବାହାରେ ଲାଗୁଥିବା ଲାଇନରୁ ଆଶ୍ୱସ୍ତି ମିଳିଛି। କିନ୍ତୁ ମନ୍ଦିର ଭିତରେ ଭିଡ଼ ନିୟନ୍ତ୍ରଣ ପାଇଁ ବିଶେଷ ବ୍ୟବସ୍ଥା ନ ଥିବାରୁ କେହି କେହି ଅସନ୍ତୋଷ ବ୍ୟକ୍ତ କରୁଥିବା ଦେଖିବାକୁ ମିଳୁଛି। ଏନେଇ ଆଇନ ମନ୍ତ୍ରୀ ପଥ୍ବୀରାଜ ହରିଚନ୍ଦନ କହିଛନ୍ତି, ଛୁଟିଦିନ ଥିବାରୁ ଭକ୍ତଙ୍କ ଭିଡ଼ ଥିଲା। କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇନି। ଆଗକୁ ଶୃଙ୍ଖଳିତ ଦର୍ଶନ ପାଇଁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଉଛି। ଆଜିଠୁ ଧୀରେ ଧୀରେ ଦର୍ଶନ ଶୃଙ୍ଖଳିତ ହୋଇଛି। ସମସ୍ତଙ୍କ ସହଯୋଗ ରହିଲେ ଦର୍ଶନ ଆହୁରି ବ୍ୟବସ୍ଥିତ ହୋଇପାରିବ। ଜଗନ୍ନାଥଙ୍କ କୃପାରୁ ସବୁ ଠିକ୍‌ ହେବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri