ବିଏସ୍‌କେୱାଇକୁ ନେଇ ବର୍ଷିଲେ ଆଇନମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୧୪।୧: ଓଡ଼ିଶାରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବା ଲାଗି ଚୁକ୍ତିନାମା ସ୍ବାକ୍ଷରିତ ହେବା ପରେ ପୂର୍ବ ସରକାରଙ୍କ ଉପରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବର୍ଷିଛନ୍ତି ।
ସେ କହିଛନ୍ତି, ପୂର୍ବରୁ ବିଭିନ୍ନ ସ୍ଥାନରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ କାର୍ଡ (ବିଏସ୍‌କେୱାଇ) ଥାଇ କି ଲୋକେ ପ୍ରତ୍ୟାଖ୍ୟାତ ହେଉଥିଲେ। ବହୁତ ସ୍ଥାନରେ ଲୋକେ ଶୋଷିତ ହେଉଥିଲେ। ହସ୍ପିଟାଲମାନେ ମନ ଇଚ୍ଛା ବିଲ କରୁଥିଲେ। ପୂର୍ବ ସରକାରର ଅନେକ ଲୋକ ଦୁର୍ନୀତିରେ ସମ୍ପୃକ୍ତ ଥିଲେ। ସେ ବାବଦରେ ଖୁବ ଶୀଘ୍ର ତଦନ୍ତର ପ୍ରକ୍ରିୟା ଆରମ୍ଭ ହେବ।

 

ଆୟୁଷ୍ମାନ ଭାରତ ଯୋଜନା ପାଇଁ ସୋମବାର ଏମଓୟୁ ସ୍ବାକ୍ଷର ହୋଇଛି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଭିତରେ ଏମଓୟୁ ସ୍ବାକ୍ଷରିତ ହୋଇଛି । ଏନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି, ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନାର ଏମଓୟୁ । ୧.୩ କୋଟି ପରିବାରକୁ ଆୟୁଷ୍ମାନ ଭାରତ କାର୍ଡ ମିଳିବ । ୱାନ ନେସନ ୱାନ ହେଲଥ କାର୍ଡ ଯୋଜନାର ପରିସରଭୁକ୍ତ । ଏହି ଯୋଜନା ୩୦ ହଜାର ହସ୍ପିଟାଲ ସହ ଅନୁବନ୍ଧିତ ରହିବ । ସାରା ଭାରତରେ ଏହି କାର୍ଡ କାଯର୍‌ୟକାରୀ ହେବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି।

ଆୟୁଷ୍ମାନ ଭାରତ ପ୍ରଧାନ ମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (ଏବି ପିଏମ-ଜୟ) ହେଉଛି ସରକାରଙ୍କ ଫ୍ଲାଗସିପ ସ୍ବାସ୍ଥ୍ୟ ବୀମା ପଲିସି, ଯାହା ସେପ୍ଟେମ୍ବର ୨୦୧୮ ରେ ଆରମ୍ଭ କରାଯାଇଥିଲା । ଆର୍ଥିକ ଦୁର୍ବଳ ଥିବା ଲୋକଙ୍କୁ ଆର୍ଥିକ ନିରାପତ୍ତା ଏବଂ ଗୁଣାତ୍ମକ ସ୍ବାସ୍ଥ୍ୟସେବା ସେବା ଯୋଗାଇବା ଏହି ଯୋଜନାର ମୂଳ ଲକ୍ଷ୍ୟ । ନିଜ ଚିକିତ୍ସା ଖର୍ଚ୍ଚ ଉଠାଇବା ପାଇଁ ଗରିବ ଲୋକଙ୍କୁ ଯେପରି କୌଣସି ଅସୁବିଧା ନ ହେବ, ସେଥିପାଇଁ କେନ୍ଦ୍ର ସରକାର ଆୟୁଷ୍ମାନ ଯୋଜନା ଆରମ୍ଭ କରିଥିଲେ । ଯାହା ଅଧୀନରେ ପଞ୍ଜୀକୃତ ଲାଭାର୍ଥୀଙ୍କୁ ୫ ଲକ୍ଷ ପର୍ଯ୍ୟନ୍ତ ଆର୍ଥିକ ସହାୟତା ମିଳିଥାଏ ।

ଆୟୁଷ୍ମାନ ଭାରତ ସ୍କିମ ଅଧୀନରେ କାର୍ଡଧାରୀ ସରକାରୀ ହସ୍ପିଟାଲରେ ସହଜରେ ନିଜ ରୋଗର ଚିକିତ୍ସା କରେଇ ପାରିବେ । ଏହା ଜରିଆରେ ସେମାନଙ୍କୁ ଚିକିତ୍ସାରେ ଲାଗିବାକୁ ଥିବା ବୀମା ପଇସା ମିଳିପାରିବ ।

ତେବେ ଏହି ସ୍ବାସ୍ଥ୍ୟ କାର୍ଡ ପାଇଁ କିଏ ଯୋଗ୍ୟ?
୭୦ ବର୍ଷରୁ ଅଧିକ ବୟସର ସମସ୍ତ ବରିଷ୍ଠ ନାଗରିକ, ସେମାନଙ୍କର ସାମାଜିକ-ଅର୍ଥନୈତିକ ସ୍ଥିତି ର୍ନିବିଶେଷରେ ଏହି ଯୋଜନାର ଲାଭ ପାଇବାକୁ ଯୋଗ୍ୟ ହେବେ । ଯୋଗ୍ୟ ବରିଷ୍ଠ ନାଗରିକମାନଙ୍କୁ ଆୟୁଷ୍ମାନ ଯୋଜନା ଅଧୀନରେ ଏକ ନୂଆ କାର୍ଡ ପ୍ରଦାନ କରାଯିବ, ଯାହା ମୋଦି କାର୍ଡ ଭାବରେ ଜଣାଶୁଣା । ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଯେ ୭୦ ବର୍ଷରୁ ଅଧିକ ବୟସର ଯେକୌଣସି ବ୍ୟକ୍ତିଙ୍କର ଆଧାର ନମ୍ବର ଅଛି ସେମାନେ ଏହି ଯୋଜନାରେ ଆବେଦନ କରିପାରିବେ । ସେ ଆହୁରି ମଧ୍ୟ କହିଛନ୍ତି ଯେ, ଏହା ଏକ ଆପ୍ଲିକେସନ ବେସଡ୍‌ ସ୍କିମ । ଯେଉଁଥିପାଇଁ ଲୋକଙ୍କୁ ପୋର୍ଟାଲରେ ରେଜିଷ୍ଟ୍ରେସନ କରିବାକୁ ପଡିବ । ଏହି ପୋର୍ଟାଲରେ ଫ୍ରେସ ବ୍ୟାରିଫିକେସନ ସୁବିଧା ଉପଲବ୍ଧ, ଯେଉଁଥିରେ ୭୦ ବର୍ଷରୁ ଅଧିକ ବୟସ୍କ ନାଗରିକଙ୍କ ପାଇଁ ଏକ ର୍ନିଦ୍ଦିଷ୍ଟ ଲିଙ୍କ ରହିବ ।

କିପରି ଆବେଦନ କରିବେ?
ଏଥିପାଇଁ ପ୍ରଥମେ ଆୟୁଷ୍ମାନ ଭାରତ PM-JAYର ଅଫିସିଆଲ ୱେବସାଇଟକୁ ଯାଆନ୍ତୁ । ଏହାପରେ ଆପଣଙ୍କର ଆଧାର କିମ୍ବା ରାଶନ କାର୍ଡ ଭେରିଫାଏ କରନ୍ତୁ । ପାରିବାରିକ ପରିଚୟ ପ୍ରମାଣ ପ୍ରଦାନ କରନ୍ତୁ । ଏହା ପରେ ଏକ ସ୍ବତନ୍ତ୍ର ଆୟୁଷ୍ମାନ ଯୋଜନା ID ସହିତ ଆପଣଙ୍କର ଇ-କାର୍ଡ ପ୍ରିଣ୍ଟ କରନ୍ତୁ ।

ଆୟୁଷ୍ମାନ ଯୋଜନା ଅଧୀନରେ କ’ଣ ଲାଭ ଅଛି?
ଏହି ଯୋଜନା ଅଧୀନରେ ପ୍ରତ୍ୟେକ ଯୋଗ୍ୟ ପରିବାରକୁ ବାର୍ଷିକ ୫ ଲକ୍ଷ ପର୍ଯ୍ୟନ୍ତ ସ୍ବାସ୍ଥ୍ୟ ବୀମା ମିଳିପାରିବ । ପରିବାର ପିଛା ୫ ଲକ୍ଷ ମାଗଣା ସ୍ବାସ୍ଥ୍ୟ ବୀମା ସହ ପ୍ରାୟ ୪.୫ କୋଟି ପରିବାର ଏବଂ ୬ କୋଟି ବରିଷ୍ଠ ନାଗରିକ ଉପକୃତ ହେବେ । ଏହି ଯୋଜନାରେ ଚିକିତ୍ସାର ସମସ୍ତ ଖର୍ଚ୍ଚ ସାମିଲ ହେବାକୁ ଯାଉଛି । ଏହି ଯୋଜନା ଅଧୀନରେ ହସ୍ପିଟାଲରେ ଭର୍ତ୍ତି ହେବାର ୩ ଦିନ ପୂର୍ବରୁ ଏବଂ ୧୫ ଦିନ ପର୍ଯ୍ୟନ୍ତ ଉପଚାର ଓ ଔଷଧ ମାଗଣା ଉପଲବ୍ଧ ହୋଇଥାଏ । ଡାକ୍ତରୀ ପରୀକ୍ଷା, ଚିକିତ୍ସା ଏବଂ ପରାମର୍ଶ ସବୁ ମାଗଣା। କ୍ଲିନିକାଲ ଏବଂ ଲାବୋରେଟୋରୀ ଇନଭେସ୍ଟିଗେସନ ମଧ୍ୟ ମାଗଣା। ସେହିପରି ମେଡିକାଲରେ ରହିବା ଏବଂ ଖାଦ୍ୟ ଖର୍ଚ୍ଚ ମଧ୍ୟ ମାଗଣା। ମେଡ଼ିସିନ ଏବଂ ଚିକିତ୍ସା ଉପଯୋଗୀ ସାମଗ୍ରୀ ଆୟୁଷ୍ମାନ ଯୋଜନା ଅନ୍ତର୍ଗତ ଆସୁଥିବା ସମସ୍ତ ଯୋଗ୍ୟ ଲୋକଙ୍କୁ ଏହି ଯୋଜନାର ଲାଭ ମିଳିବ । ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ ଗୁରୁତର ରୋଗୀଙ୍କୁ ସାମିଲ କରାଯାଇଛି । କୌଣସି ବି ସରକାରୀ ହସ୍ପିଟାଲରେ ଭର୍ତ୍ତି ସମୟରେ ଏହି ଯୋଜନା ପ୍ରଥମ ଦିନରୁ ହିଁ ଲାଗୁ ହୋଇଯାଇଥାଏ ଏବଂ ଆପଣଙ୍କୁ ମାଗଣାରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ମିଳିବ।

 

Enter your email to get our daily news in your inbox.


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ମଧ୍ୟସ୍ଥତା ଫେଲ ମାରିବା ପରେ ରାଗରେ ଇରାନ ଉପରେ ଖପ୍ପା ହେଲେଣି ଟ୍ରମ୍ପ!

ଓ୍ବାଶିଂଟନ,୧୨।୪: ଇସଲାମାବାଦରେ ଆମେରିକା-ଇରାନ ଆଲୋଚନା ବିଫଳ ହେବା ପରେ, ପୁଣି ଥରେ ଯୁଦ୍ଧ ଆରମ୍ଭ ହେବାକୁ ଯାଉଛି କି ନାହିଁ ସେ ବିଷୟରେ ପ୍ରଶ୍ନ ଉଠାଯାଉଛି। ଏହା…

କେନ୍ଦ୍ରାପଡ଼ା ଜିଲାର ଏହି ବ୍ଲକରେ ବିଜେଡିରୁ ସମସ୍ତେ ଦେଇଦେଲେ ଇସ୍ତଫା

ପାଟକୁରା,୧୨ା୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡା ଜିଲା ପାଟକୁରା ନିର୍ବାଚନ ମଣ୍ଡଳୀ ଗରଦପୁର ବ୍ଲକ ବିଜେଡି ସମର୍ଥିତ ତଥା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ଅନୁଗତମାନେ ବିଜେଡିରୁ ସମୂହ ଇସ୍ତଫା…

ଜିଲାପାଳଙ୍କ ତଦାରଖ ପରେ ଫେରିଘାଟ ବନ୍ଦ ନିର୍ଦ୍ଦେଶ, ଡଙ୍ଗା ଇଞ୍ଜିନ ଚାବି ଜବତ କରି…

ମହାକାଳପଡ଼ା,୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବାହାକୁଦ-ମୂଷଡିଆ ମହାନଦୀ ଫେରିଘାଟରେ ଲାଇଫ ଜ୍ୟାକେଟ, ସିସିଟିଭି ଆଦି ବ୍ୟବାହର ହେଉ ନ ଥିବା…

PF ଆକାଉଣ୍ଟରୁ ଟଙ୍କା ଉଠାଇବାକୁ ଚାହୁଁଛନ୍ତି କି? ଜାଣନ୍ତୁ ଅନ୍‌ଲାଇନ୍‌ ଏବଂ ଅଫଲାଇନ୍‌ ଉଠାଣର ଷ୍ଟେପ୍‌ ବାଇ ଷ୍ଟେପ୍‌ ପ୍ରକ୍ରିୟା…

ନୂଆଦିଲ୍ଲୀ,୧୨।୪: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର କୋଟି କୋଟି ଅଂଶଧାରକଙ୍କ ପାଇଁ ପିଏଫ (PF) ଟଙ୍କା ଉଠାଣ ପ୍ରକ୍ରିୟାକୁ ପୂର୍ବ ଅପେକ୍ଷା ଅଧିକ ସହଜ…

ମହିଳା ସଂରକ୍ଷଣ ବିଲ୍‌କୁ ନେଇ ପ୍ରଭାତୀ ପରିଡ଼ାଙ୍କ ବଡ଼ ଅପଡେଟ୍‌, କହିଲେ ଦେଶକୁ ଏକ ନୂଆ…

ଭୁବନେଶ୍ୱର,୧୨ା୪: ମହିଳା ସଂରକ୍ଷଣ ବିଲ୍‌ ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରବିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ ଏକ ପ୍ରେସ୍‌ମିଟ୍‌ରେ କହିଛନ୍ତି, ୩୩% ମହିଳା ସଂରକ୍ଷଣ…

IPL 2026 ରେ ପ୍ରଥମ ବିଜୟ ପରେ ମଧ୍ୟ କାହିଁକି ଲକ୍ଷ ଲକ୍ଷ ଟଙ୍କାର କ୍ଷତି ସହିଲେ ଋତୁରାଜ ଗାୟକୱାଡ? ଜାଣନ୍ତୁ କିଏ ଲଗାଇଲା ଜରିମାନା

ନୂଆଦିଲ୍ଲୀ,୧୨।୪: ଶନିବାର ଅନୁଷ୍ଠିତ ଏକ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୨୩ ରନରେ ପରାସ୍ତ କରିଛି। ଏହା ଆଇପିଏଲ ୨୦୨୬ରେ ସିଏସକେର ପ୍ରଥମ ବିଜୟ;…

ଧନୀ-ଦରିଦ୍ର ରାଷ୍ଟ୍ର ମଧ୍ୟରେ ବଢୁଛି ବ୍ୟବଧାନ: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ଜାତିସଂଘ,୧୨ା୪:ଧନୀ ଓ ଦରିଦ୍ର ଦେଶଗୁଡ଼ିକ ମଧ୍ୟରେ ବ୍ୟବଧାନ ଅଧିକ ପ୍ରଶସ୍ତ ହେଉଥିବା ଜାତିସଂଘ ରିପୋର୍ଟରୁ ଜଣାପଡ଼ିଛି। ବ୍ୟବଧାନ କମାଇବା ଦିଗରେ କାର୍ଯ୍ୟ କରିବା ପାଇଁ ବୃହତ୍‌ ବୈଶ୍ୱିକ…

ଆରମ୍ଭ ହେଲା ପାକିସ୍ତାନର ଖରାପ ସମୟ, ଇସଲାମାବାଦରେ ମାଡ଼ ହେବ ମିଶାଇଲ!

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧବିରତି ଆଲୋଚନା ଭାଙ୍ଗିବା କେବଳ ପଶ୍ଚିମ ଏସିଆରେ କ୍ଷେପଣାସ୍ତ୍ର ଏବଂ ବୋମା ଆକ୍ରମଣ ପୁନରାବୃତ୍ତିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri