Posted inଜାତୀୟ

ରାଜନୀତିରେ ଅଜବ ଦୃଶ୍ୟ, ଟିକେଟ୍‌ ନ ମିଳିବାରୁ ଭୋ ଭୋ ହୋଇ କାନ୍ଦିଲେ ନେତା

ପାଟନା,୧୩।୫: ଟିକେଟ୍‌ କଟିବାର ଦୁଖ ନେତାଙ୍କ ଠାରୁ ଅଧିକ ଅବା କିଏ ବୁଝି ପାରିବ। ଟିକେଟ୍‌ କଟିଲେ ନେତାଏ ପାର୍ଟି ଛାଡି ଦିଅନ୍ତି ତ କେହି ନିଜ ଦଳୀୟ ସମର୍ଥକଙ୍କୁ ନେଇ ଗୋଷ୍ଠୀ କନ୍ଦଳ ଆରମ୍ଭ କରି ଦିଅନ୍ତି। କିନ୍ତୁ ଟିକେଟ୍‌ କଟିବାରୁ କେଉଁ ନେତାଙ୍କୁ ମଞ୍ଚ ଉପରେ କାନ୍ଦିବାର ଦେଖିଛନ୍ତି କି? ନେତା ଜଣକ ମଞ୍ଚ ଉପରେ ଜନ ସମାବେଶଙ୍କୁ ସମ୍ବୋଧିତ କରିବା ସମୟରେ ଭୋ ଭୋ ହୋଇ କାନ୍ଦିଛନ୍ତି। ହଠାତ୍‌ ଏପରି ଦୃଶ୍ୟ ସଭାକୁ ଆର୍ଶ୍ଚଯ୍ୟ ପରିସ୍ଥିତିରେ ପକାଇ ଦେଇଥିଲା। କାନ୍ଦି କାନ୍ଦି ନେତା ଜଣକ ଟିକେଟ୍‌ ନ ଦେବାରୁ ଦଳର ହାଇକମାଣ୍ଡଙ୍କ ଉପରେ ବିରକ୍ତି ପ୍ରକାଶ କରିଥିଲେ। ପରିସ୍ଥିତିକୁ ସମ୍ଭାଳିବା ପାଇଁ ନେତାଙ୍କୁ ତାଙ୍କ ସମର୍ଥକମାନେ ସମ୍ଭାଳି ନେଇଥିଲେ।

 

ଏପରି ଦୃଶ୍ୟ ଦେଖିବାକୁ ମିଳିଛି ବିହାରରେ। ପୂର୍ବତନ ଆରଜେଡି ଏମପି ସରଫରାଜ ଆଲମ ଟିକେଟ୍‌ କଟି ଥିବାରୁ ମଞ୍ଚ ଉପରେ କାନ୍ଦି ପକାଇଛନ୍ତି। ମଞ୍ଚ ଉପରେ ସେ ନିଜ ସମର୍ଥକ ଓ ଜନତାଙ୍କୁ ସମ୍ବୋଧିତ କରିବା ସଭୟରେ ଭାବୁକ ହୋଇ ପଡିଥିଲେ। ତେବେ ତାଙ୍କୁ ତାଙ୍କ ସମର୍ଥକମାନେ ସମ୍ଭାଳିଥିଲେ। ମଞ୍ଚରେ ସେ ନିଜ ବାପା ତଥା ପୂର୍ବତନ କେନ୍ଦ୍ରୀୟ ଗୃହରାଜ୍ୟ ମନ୍ତ୍ରୀ ତସଲିମୁଦ୍ଦିନଙ୍କୁ ମନେପକାଇଥିଲେ। ଏହି ଭିତରେ ସେ ଆରଜେଡି ମୁଖ୍ୟ ଲାଲୁ ଯାଦବ ଓ ତେଜସ୍ବୀ ଯାଦବଙ୍କ ଉପରେ ଅସନ୍ତୋଷ ଝାଡିଥିଲେ। କହିରଖୁଛୁ କି, ଆରଜେଡି ସରଫରାଜଙ୍କ ସାନ ଭାଇ ଶାହନବାଜ ଆଲମଙ୍କୁ ଟିକେଟ୍‌ ଦେଇଛି। ଯାହାଯୋଗୁ ସରଫରାଜ ବିରକ୍ତି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ଝାଡଖଣ୍ଡକୁ କାହିଁକି ଗଲେନି ରାହୁଲ ଗାନ୍ଧୀ? ସିଧା ସିଧା ଉତ୍ତର ଦେଲେ ପ୍ରିୟଙ୍କା

ନୂଆଦିଲ୍ଲୀ, ୧୧।୮: ମୌସୁମୀ ଅଧିବେଶନ ଚାଲିଥିବା ସମୟରେ ମଙ୍ଗଳବାର ଦିନ ସଂସଦ ପରିସର ବାହାରେ NDA ଏବଂ ବିରୋଧୀ ଦଳର ସାଂସଦମାନେ ମୁହାଁମୁହିଁ ହୋଇଛନ୍ତି। ଗୋଟିଏ ପଟେ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

Blinkit ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ସସ୍‌ପେଣ୍ଡ ହେଲା ଲାଇସେନ୍ସ; ସାମ୍ନାକୁ ଆସିଲା ଗୁରୁତର ତ୍ରୁଟି

ନୂଆଦିଲ୍ଲୀ, ୧୧।୮: ମହାରାଷ୍ଟ୍ରରେ IAS ଅଧିକାରୀ ତୁକାରାମ ମୁଣ୍ଡେଙ୍କ ଖରାପ ଓ ଅସୁରକ୍ଷିତ ଖାଦ୍ୟ ପଦାର୍ଥ ବିରୋଧୀ ଅଭିଯାନ ଜାରି ରହିଛି। ଦେଶର ପ୍ରସିଦ୍ଧ କମ୍ପାନୀ Blinkit…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri