ଦଳ ଛାଡ଼ୁଛନ୍ତି ନେତା, ଟିକେଟ୍‌ ଘୋଷଣା କରିପାରୁନି କଂଗ୍ରେସ

ଭୁବନେଶ୍ୱର,୩୦।୩: ନିର୍ବାଚନ ପାଖେଇ ଆସୁଥିବାବେଳେ ଟିକେଟ୍‌ ଘୋଷଣା କରିପାରୁନି କଂଗ୍ରେସ। ଏପଟେ ଦଳ ଛାଡ଼ୁଛନ୍ତି ନେତାଏ। ନିଜ ଅସ୍ତିତ୍ୱ ପାଇଁ ରାଜ୍ୟରେ ଲଢେଇ କରୁଥିବା କଂଗ୍ରେସ ଏବେ ଅନ୍ତକନ୍ଦଳରେ ଜୁଝୁଛି। ତେବେ ଦଳ ନିଜ ସ୍ଥିତିକୁ ସୁଧାରିବ ନା ପ୍ରାର୍ଥୀ ଘୋଷଣା କରିବ ନା ବିଦ୍ରୋହୀ ନେତାଙ୍କୁ ମନେଇବ ଏନେଇ ଦ୍ୱନ୍ଦ୍ୱରେ ରହିଛି।

ଦଳ ନିଜ ସ୍ଥିତିକୁ ସୁଧାରିବା ପାଇଁ ଉପଯୁକ୍ତ ପ୍ରାର୍ଥୀ ଚିହ୍ନଟ କରିବାକୁ ସଂଘର୍ଷ କରୁଛି ବୋଲି ଚର୍ଚ୍ଚା ଜୋର ଧରିଛି। ଶାସକ ବିଜେଡି ଓ ମୁଖ୍ୟ ବିରୋଧୀ ଦଳ ଭାଜପା ଲୋକ ସଭା ଓ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଜାରି କରିସାରିଛନ୍ତି। ବିଜେଡି ୧୪୭ଟି ଲୋକ ସଭା ଆସନରୁ ୧୫ଟି ଲୋକ ସଭା ଓ ୭୨ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିବାବେଳେ ଭାଜପା ରାଜ୍ୟର ୨୧ଟି ଲୋକ ସଭା ଆସନମଧ୍ୟରୁ ୧୮ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି।

ଅପରପକ୍ଷରେ କଂଗ୍ରେସ ନିଜ ଘୋଷଣାକୁ ସ୍ଥଗିତ ରଖିଛି। ଏପ୍ରିଲ ପ୍ରଥମ ସପ୍ତାହରେ ଏହି ତାଲିକା ପ୍ରକାଶ ପାଇବ ବୋଲି ଦଳର ରାଜ୍ୟ ନିର୍ବାଚନ ପ୍ରଚାର କମିଟି ଅଧ୍ୟକ୍ଷ ଭକ୍ତ ଚରଣ ଦାସ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ପିସିସି ସଭାପତି ଶରତ ପଟ୍ଟନାୟକ କହିଛନ୍ତି ଯେ, ଦିଲ୍ଲୀରେ କେନ୍ଦ୍ରୀୟ ନେତାମାନେ ସେମାନଙ୍କ ରଣନୀତି ଅନୁଯାୟୀ ପ୍ରାର୍ଥୀ ଚୟନ ପ୍ରକ୍ରିୟା ଚଳାଇଛନ୍ତି ଏବଂ ଦଳ ଏକାସାଙ୍ଗରେ ସମସ୍ତ ୧୪୭ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିବ।

ଦୁଇ ଦଳ ମଧ୍ୟରେ ମେଣ୍ଟ ହେଲେ ଟିକେଟ ନ ମିଳିବାରୁ ଦଳ ବଦଳାଇପାରନ୍ତି ବିଜେଡି ଓ ଭାଜପାର ଅସନ୍ତୁଷ୍ଟ ନେତାଙ୍କୁ ଫାଇଦା ଉଠାଇବାକୁ କଂଗ୍ରେସ ଯୋଜନା କରିଥିବା ଚର୍ଚ୍ଚା ହେଉଥିଲା। ତେବେ ମେଣ୍ଟ ସଫଳ ନ ହେବାରୁ କଂଗ୍ରେସ ନିଜ ପ୍ରାର୍ଥୀ ଚୂଡ଼ାନ୍ତ କରିବାକୁ ଚାପରେ ରହିଛି।

ବିଜେଡି ଓ ଭାଜପା ସମର୍ଥକଙ୍କ ଜୋରଦାର ପ୍ରଚାରକୁ ସାମ୍ନା କରିପାରୁଥିବା ପ୍ରାର୍ଥୀଙ୍କୁ ପ୍ରାର୍ଥୀ କରିବା କଂଗ୍ରେସ ପାଇଁ ଏବେ କଷ୍ଟକର ହୋଇପଡ଼ିଛି। କଂଗ୍ରେସର ଲୋକପ୍ରିୟତା ହ୍ରାସ ପାଉଥିବାରୁ ଅନେକ ନେତା ଭଲ ସୁଯୋଗ ସନ୍ଧାନରେ ଦଳ ଛାଡୁଛନ୍ତି। ଅଧିରାଜ ପାଣିଗ୍ରାହୀ ଓ ସୁରେନ୍ଦ୍ର ସିଂହ ଭୋଇ, ଚିରଞ୍ଜୀବ ବିଶ୍ୱାଳ ଓ ସୁର ରାଉତରାୟଙ୍କଙ୍କ ଭଳି ନେତା ଇସ୍ତଫା ସମେତ ଚାଲିଥିବା ଦଳ ବଦଳ ପ୍ରକ୍ରିୟା ରାଜ୍ୟ ନେତୃତ୍ୱ ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?