ନେତାଙ୍କୁ ଦେଖିବାକୁ ମିଳୁନି

ଭୁବନେଶ୍ୱର, ୧୬।୩(ବ୍ୟୁରୋ): କଂଗ୍ରେସ ପରି ଭାଜପାର କେନ୍ଦ୍ରୀୟ ନେତାମାନେ ଏବେ ଓଡ଼ିଶା ଆସିବା ବନ୍ଦ କରିଦେଲେଣି। ଯିଏ ବି ଆସୁଛନ୍ତି କୌଣସି ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରି ଫେରିଯାଉଛନ୍ତି। ୨୦୧୪ ପରଠାରୁ ଭାଜପାର କେନ୍ଦ୍ରୀୟ ନେତାମାନେ ଯେପରି ଓଡ଼ିଶା ଉପରେ ଆଖି ପକାଇଥିଲେ ଏବଂ ବାରମ୍ବାର ରାଜ୍ୟ ଗସ୍ତରେ ଆସି ବିଜେଡି ବିରୋଧରେ ପ୍ରଚାର ପ୍ରସାର ଚଳାଇଥିଲେ ସେକଥା ଏବେ ଆଉ ଦେଖିବାକୁ ମିଳୁନାହିଁ। ସଦ୍ୟସମାପ୍ତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଭାଜପାର ଲଢ଼େଇ ଦେଖିଲା ପରେ ଏହା ଅନୁଭବ ହେଉଛି। ଆଉ ଏଭଳିସ୍ଥିତିରେ ପୌର ଭୋଟ୍‌ ପାଇଁ ଦଳ ତରଫରୁ ସେମିତି କିଛି ପ୍ରସ୍ତୁତି କରାଯାଇଥିବା ମନେ ହେଉନାହିଁ। ସାଧାରଣ ଦିନରେ ଘନଘନ ଓଡ଼ିଶା ଗସ୍ତରେ ଆସୁଥିବା କେନ୍ଦ୍ର ନେତାଙ୍କୁ ନିର୍ବାଚନ ସମୟରେ ଦେଖିବାକୁ ମିଳୁନାହିଁ। ଭାଜପା ରାଜ୍ୟ ସଭାପତି ସମିର ମହାନ୍ତିଙ୍କ ଅବସ୍ଥା ସମାନ। ଏପରି କି ସାମାଜିକ ଗଣମାଧ୍ୟମରେ ସବୁବେଳେ ସକ୍ରିୟ ରହି ଆସୁଥିବା ଭାଜପା ନେତାଙ୍କ ତତ୍ପରତା ପୌର ଭୋଟ୍‌ ବେଳେ ଦେଖିବାକୁ ମିଳୁନାହିଁ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବଙ୍କ ପୌର ଭୋଟ୍‌ ପ୍ରଚାର ଲାଗି ଆସିବେ ନାହିଁ ବୋଲି ଦଳର ଜଣେ ନେତା କହିବା ସହ କାହିଁକି ଆଉ ସେ ବିଷୟରେ ଆଲୋଚନା କରିବା ବୋଲି କହି କଥା ବୁଲାଇ ଦେଇଛନ୍ତି। ସବୁ କାର୍ଯ୍ୟକର୍ତ୍ତାଙ୍କ ମନରେ ମଧ୍ୟ ଏହି କଥା ଉଙ୍କି ମାରିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri