୧୪ ସନ୍ଧ୍ୟା ସୁଦ୍ଧା ଅଞ୍ଚଳ ଛାଡ଼ିବେ ବାହାର ନେତା

ଭୁବନେଶ୍ୱର,୧୩।୨(ବ୍ୟୁରୋ): ଆସନ୍ତା ୧୬ ତାରିଖରେ ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ନିମନ୍ତେ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛିି। ତେବେ ପ୍ରାର୍ଥୀମାନଙ୍କ ପାଇଁ ପ୍ରଚାର କରୁଥିବା ବାହାର ନେତା ଓ କର୍ମୀ ଯେଭଳି ୧୪ ତାରିଖ ସନ୍ଧ୍ୟା ସୁଦ୍ଧା ସ୍ଥାନ ଛାଡ଼ିବେ, ତାହା ସୁନିଶ୍ଚିତ କରିବାକୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀ ଜିଲାପାଳଙ୍କ ସହ ଶନିବାର ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି ଓ ପୌର ନିର୍ବାଚନ ପାଇଁ ଭୋଟର ତାଲିକା ପ୍ରସ୍ତୁତି କାର୍ଯ୍ୟର ଅଗ୍ରଗତିର ସମୀକ୍ଷା କରିଛନ୍ତି। ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇ କମିଶନର କହିଛନ୍ତି ଯେ ୧୪ ତାରିଖ ସା ୭ଟାରୁ ସମସ୍ତ ପ୍ରକାର ପ୍ରଚାର ବନ୍ଦ ହେବ। ୧୪ ତାରିଖ ସା ପରେ ପ୍ରଚାରରେ ନିୟୋଜିତ ଥିବା ବାହାର ଅଞ୍ଚଳର ଲୋକ ଅଥବା ରାଜନୈତିକ ଦଳର କର୍ମୀ ଓ ନେତାମାନଙ୍କୁ ନିର୍ବାଚନ ହେବାକୁ ଥିବା ଅଞ୍ଚଳରେ ରହିବା ପାଇଁ ଅନୁମତି ମିଳିବ ନାହିଁ। ଆସନ୍ତା ୧୪ ଓ ୧୫ ତାରିଖରେ ମତଦାନ କେନ୍ଦ୍ର ଅଭିମୁଖେ ପୋଲିଂ ଅଧିକାରୀମାନେ ଗସ୍ତ କରିବେ।
୧୬ ତାରିଖ ପ୍ରଥମ ପର୍ଯ୍ୟାୟରେ ୨୦୨ ଜିଲା ପରିଷଦ ଜୋନ୍‌ର ୧୬୬୯ଟି ପଞ୍ଚାୟତରେ ନିର୍ବାଚନ ହେବ। ୩୦ ଜିଲାର ୭୧ ବ୍ଲକ ଅନ୍ତର୍ଗତ ୨୦୨ ଜିଲା ପରିଷଦ ଆସନ, ୧୬୬୯ ସରପଞ୍ଚ ଓ ୧୬୬୯ ସମିତି ସଭ୍ୟ, ୨୨୩୭୯ ୱାର୍ଡମେମ୍ବର ପଦବୀ ପାଇଁ ଭୋଟଗ୍ରହଣ ଅନୁଷ୍ଠିତ ହେବ। ମୋଟ ୬୭ଲକ୍ଷ ୫୧ହଜାର ୦୬୮ଜଣ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ। କମିଶନଙ୍କ ଦ୍ୱାରା ଚିହ୍ନଟ ହୋଇଥିବା ସମ୍ବେଦନଶୀଳ ବୁଥ୍‌ରେ ଅତିରିକ୍ତ ସୁରକ୍ଷାକର୍ମୀ ମୁତୟନ କରାଯିବ। ସମସ୍ତ ସମ୍ବେଦନଶୀଳ ବୁଥ୍‌ରେ ମତଦାନର ଭିଡିଓ ରେକର୍ଡିଂ କରାଯିବା ସହ ଷ୍ଟ୍ରଙ୍ଗରୁମ୍‌ରେ ସିସିଟିଭି କ୍ୟାମେରା ଲଗାଯିବ ଓ ଭୋଟଗଣତିର ରେକର୍ଡିଂ ମଧ୍ୟ ହେବ ବୋଲି କମିଶନର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?