ସୁରେଶ ଖୋଲିଲେ ଗୁମର, ସ୍କାନରରେ ନେତା

ଭୁବନେଶ୍ୱର,୭।୨(ବ୍ୟୁରୋ): ଭୁବନେଶ୍ୱର ପଳାଶପଲ୍ଲୀସ୍ଥିତ ନିଖିଳ ଉକତ୍ଳ ଶାରୀରିକ ଭିନ୍ନକ୍ଷମ କଲ୍ୟାଣ ମହାସଂଘ ତାଲିମ କେନ୍ଦ୍ରରେ ଯୌନ ଶୋଷଣ ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ତଥା ସଂଘ ସାଧାରଣ ସମ୍ପାଦକ ସୁରେଶ ଚନ୍ଦ୍ର ବେହେରାଙ୍କୁ ଥାନାରେ ବସାଇ ଶନିବାର ଦିନତମାମ ମାରାଥନ ଜେରା କରିଛି। ଏହି ସମୟରେ ପୋଲିସ ହାତରେ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଲାଗିଥିବା ସୂଚନା ମିଳିଛି। ସୁରେଶଙ୍କ ଲିଙ୍କ୍‌ରେ ଆଉ ୫ଜଣ ବଡ଼ବଡ଼ିଆ ଏଥିରେ ସମ୍ପୃକ୍ତ ଥିବା ଜଣାପଡିବା ପରେ ପୋଲିସ ତାଙ୍କ ନିକଟରେ ପହଞ୍ଚତ୍ବାକୁ ଚେଷ୍ଟା କରିଛି। କେତେଜଣଙ୍କୁ ଉଠାଇ ଆଣି ରବିବାର ସାମ୍ନାସାମ୍ନି ଜେରା କରିପାରେ ବୋଲି ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି। ତେବେ ପୋଲିସ ସୁରେଶଙ୍କୁ ଏପର୍ଯ୍ୟନ୍ତ ଗିରଫ ଦର୍ଶାଉ ନ ଥିବାରୁ ନାନା ଚର୍ଚ୍ଚା ଚାଲିଛି। ଶନିବାର ପୋଲିସ ସୁରେଶଙ୍କୁ ଧରିବାକୁ ନୟାଗଡ ଯାଇଥିବାବେଳେ ସେଠାରେ ବିରୋଧର ସମ୍ମୁଖୀନ ହୋଇଥିବା ସୂଚନା ମିଳିଛି। ସ୍ଥାନୀୟ ଅଞ୍ଚଳର ଜଣେ ରାଜନୈତିକ ବ୍ୟକ୍ତି ପୋଲିସ କାର୍ଯ୍ୟରେ ବାଧା ଦେଇଥିବା ସେଠାକାର ଲୋକଙ୍କଠାରୁ ଜଣାପଡିଛି। ତେଣୁ ଏହି ଘଟଣାରେ ପ୍ରଭାବଶାଳୀ ରାଜନେତାଙ୍କ ସମ୍ପୃକ୍ତି ଥିବା ମଧ୍ୟ ସନ୍ଦେହ କରାଯାଉଛି।

ସୂଚନା ଅନୁଯାୟୀ, ତାଲିମ କେନ୍ଦ୍ରରେ ଯୁବତୀ ଓ ମହିଳାଙ୍କୁ ଦୀର୍ଘଦିନ ହେବ ଯୌନ ଶୋଷଣ କରାଯାଉଥିଲା। ସେଠାକୁ ବହୁ ବଡବଡିଆ ବାବୁ ଓ ନେତା ଆସୁଥିବାବେଳେ ସେମାନଙ୍କୁ ଖୁସି କରିବାକୁ ସୁରେଶ ବାହାରୁ କର୍ଲଗାଲ ମଗାଉଥିଲେ। ନ ମିଳିଲେ ତାଲିମ୍‌ ନେଉଥିବା ଯୁବତୀ ଓ କର୍ମଚାରୀଙ୍କୁ ଟଙ୍କା ଲୋଭ ଦେଖାଇ ରାତି କାଟିବାକୁ ବାଧ୍ୟ କରାଯାଉଥିଲା। କଥା ନ ମାନିଲେ ନିର୍ଯାତନା ଦିଆଯିବା ସହ ତାଲିମ୍‌ କେନ୍ଦ୍ରରୁ ବାହାର କରିଦିଆଯାଉଥିଲା। ଘଟଣା ସଂକ୍ରାନ୍ତରେ ପୂର୍ବରୁ ଏୟାରପୋର୍ଟ ଥାନାରେ ଅଭିଯୋଗ ସତ୍ତ୍ୱେ ପୋଲିସ ଚୁପ୍‌ ବସିଥିଲା। ଏନେଇ ଏକ ଭିଡିଓ ଭାଇରାଲ ପରେ ସାରା ରାଜ୍ୟରେ ଆଲୋଡନ ସୃଷ୍ଟି ହୋଇଥିଲା। ଭିନ୍ନକ୍ଷମ କମିଶନ ନିଜଆଡୁ ମାମଲା ରୁଜୁ କରି ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ସେହିପରି କିଛିଦିନ ତଳେ ଜଣେ ଯୁବତୀଙ୍କ ଅଭିଯୋଗକ୍ରମେ ତାଲିମ କେନ୍ଦ୍ରର ଟେଲରିଂ ପ୍ରଶିକ୍ଷିକା ମଧୁମଞ୍ଜରୀ ଧଳଙ୍କୁ ପୋଲିସ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

ମୋକିମ ବହିଷ୍କାର ବିବାଦ, କଥାହେଲେ କେନ୍ଦ୍ରୀୟ ନେତା

ଭୁବନେଶ୍ୱର,୧୭।୧୨:  କଂଗ୍ରେସରୁ ମୋକିମଙ୍କୁ ବହିଷ୍କାର କରିବା ପରେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି । ଅନେକ ନେତା ମୋକିମ ସପକ୍ଷରେ ବାହାରୁଥିବା ଦେଖାଯାଇଛି । ଏହାରି...

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ଯୁବା ବିଧାୟିକାଙ୍କୁ ରଗାଇଦେଲେ ସଞ୍ଜୟ: କହୁକହୁ ଗୁମର ଖୋଲି ପକାଇଲେ ଉପାସନା

ଭୁବନେଶ୍ୱର,୧୬।୧୨: ପୁରୀ ଜିଲା ବ୍ରହ୍ମଗିରି କୁସୁବେଣ୍ଟି-ହରିଦାସ ମୌଜା ବିବାଦକୁ ନେଇ ତେଜିଲା ରାଜନୀତି। ମୁହାଁମୁହିଁ ହେଲେ ବିଧାୟିକା ଉପାସନା ମହାପାତ୍ର ଓ ପୂର୍ବତନ ବିଧାୟକ ସଞ୍ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri