ମହାସମାବେଶରେ ପରୀକ୍ଷା ବର୍ଜନ ଚେତାବନୀ ଦେଲେ ଅଧ୍ୟାପକ

ଭୁବନେଶ୍ୱର, ୨୮।୨(ବ୍ୟୁରୋ):ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ଦ୍ବାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହେବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବାବେଳେ ପରୀକ୍ଷା ପରିଚାଳନାକୁ ନେଇ ଏବେ ବି ଆଶଙ୍କା ରହିଛି। କାରଣ ଆନ୍ଦୋଳନ ଚଳାଇଥିବା ୬୬୨ବର୍ଗର ଅଧ୍ୟାପକମାନେ ପରୀକ୍ଷା ପରିଚାଳନା ବର୍ଜନ କରିବାକୁ ଚେତାଇ ଦେଇଛନ୍ତି। ସୋମବାର ମଧ୍ୟ ତୃତୀୟ ମହାସମାବେଶ କରି ସେମାନଙ୍କ ଦାବିକୁ ଦୋହରାଇବା ସହ ସରକାରଙ୍କୁ ସମାନ ଚେତାବନୀ ଶୁଣାଇଛନ୍ତି। ଏପରିସ୍ଥିତିରେ ମଙ୍ଗଳବାର ସରକାରଙ୍କ ସହ ଅଧ୍ୟାପକଙ୍କ ଆଲୋଚନା ହେବ ବୋଲି ସୂଚନା ମିଳିଛି।
ସମାନ ଗ୍ରେଡ-ପେ’କୁ ସମାନ ଦରମା ବୃଦ୍ଧି, ସମସ୍ତ କର୍ମଚାରୀଙ୍କୁ ଗ୍ରାଚ୍ୟୁଇଟି ଓ ପେନସନ୍‌ ପରିସରଭୁକ୍ତ କରିବା ଭଳି ୪ଦଫା ଦାବି ନେଇ ନିଖିଳ ଓଡ଼ିଶା ୬୬୨(ଯୁକ୍ତ୨ ଓ ଯୁକ୍ତ୩) ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ସଂଘ ଗତ ୧୩ ତାରିଖରୁ ଅହୋରାତ୍ର ଆନ୍ଦୋଳନ କରୁଛି। ଏହା ମଧ୍ୟରେ ଦୁଇ ଦୁଇଟି ମହାସମାବେଶ କରାଯାଇଥିଲେ ମଧ୍ୟ କୌଣସି ସୁଫଳ ମିଳିପାରି ନାହିଁ। ଦାବି ହାସଲ ପାଇଁ ସୋମବାର ପୁଣିଥରେ ମହାସମାବେଶ କରି ଗର୍ଜିଛନ୍ତି ୬୬୨ ବର୍ଗ କଲେଜ ଅଧ୍ୟାପକ ଓ କର୍ମଚାରୀ। ସରକାର ଆଲୋଚନାକୁ ନ ଡାକିଲେ ପରୀକ୍ଷା ବର୍ଜନ କରାଯିବ ବୋଲି ସଂଘ ଚେତାଇ ଦେଇଛି।
ଅନ୍ୟପକ୍ଷରେ ଯୁକ୍ତ୨ ପରୀକ୍ଷା ପରିଚାଳନାରେ ସହଯୋଗ କରିବାକୁ ସଂଘକୁ ନିବେଦନ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ସେ କହିଛନ୍ତି, ଦାବି ହାସଲ ପାଇଁ ଆନ୍ଦୋଳନ କରିବା ଭିନ୍ନ କଥା, କିନ୍ତୁ ପିଲାଙ୍କ ସ୍ବାର୍ଥ ହେଉଛି ସବୁଠୁ ଗୁରୁତ୍ୱପୂର୍ଣ୍ଣ। ତେଣୁ ପରୀକ୍ଷା ପରିଚାଳନାରେ ସହଯୋଗ କରିବା ଦରକାର ବୋଲି ମନ୍ତ୍ରୀ କହିଛନ୍ତି। ଏଥିସହ ସଂଘର ତୃତୀୟ ମହାସମାବେଶ ପରେ ସଂଘକୁ ସରକାରଙ୍କ ସହ ଆଲୋଚନା ପାଇଁ ଡକାଯାଇଛି। ମଙ୍ଗଳବାର ପୂର୍ବାହ୍ନରେ ସରକାରଙ୍କ ସହ ୬୬୨ କଲେଜ ସଂଘର ଆଲୋଚନା ହେବ। ଏହାପରେ ଯାହା ନିଷ୍ପତ୍ତି ନିଆଯିବ ବୋଲି ସଂଘ ସଭାପତି ଗୋଲକ ନାୟକ କହିଛନ୍ତି। ଏହି ସମାବେଶରେ ଆପ୍‌ ଓଡ଼ିଶା ମୁଖ୍ୟ ନିଶିକାନ୍ତ ମହାପାତ୍ର, ସାମାଜିକ କର୍ମୀ ପ୍ରଦୀପ୍ତ ନାୟକ, ଶିକ୍ଷାବିତ୍‌ କମଳାକାନ୍ତ ମହାପାତ୍ର, ଅଭିଭାବକ ମହାସଂଘ ସଭାପତି ବାସୁଦେବ ଭଟ୍ଟ, ସରକାରୀ କଲେଜ ଅଧ୍ୟାପକ ସଂଘର ସାଧାରଣ ସମ୍ପାଦକ ଦେବାଶିଷ ମହାନ୍ତି ପ୍ରମୁଖ ଯୋଗଦେଇ ସରକାର ଏହି ସମସ୍ୟାର ଶୀଘ୍ର ସମାଧାନ କରନ୍ତୁ ବୋଲି ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଐତିହାସିକ ରେକର୍ଡସ୍ତରରେ ରୁପା ମୂଲ୍ୟ: ପ୍ରଥମଥର ଟପିଲା ୨.୫ ଲକ୍ଷ

ନୂଆଦିଲ୍ଲୀ,୨୯।୧୨:ବର୍ଷ ଶେଷ ହେବାର କିଛି ଦିନ ପୂର୍ବରୁ ରୁପା ମୂଲ୍ୟ ଇତିହାସ ସୃଷ୍ଟି କରିଛି। ଦେଶର ଫ୍ୟୁଚର୍ସ ବଜାରରେ ପ୍ରଥମ ଥର ପାଇଁ ରୂପା ମୂଲ୍ୟ...

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ପରଲୋକ: କ୍ରିକେଟ୍‌ ଜଗତରେ ଖେଳିଗଲା ଶୋକର ଛାୟା

ଲଣ୍ଡନ,୨୯।୧୨: ଇଂଲଣ୍ଡ କ୍ରିକେଟକୁ ଏକ ବଡ଼ ଝଟକା ଲାଗିଛି। ପୂର୍ବତନ ଇଂଲଣ୍ଡ କ୍ରିକେଟର ଏବଂ ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB)ର ପୂର୍ବତନ ସିଇଓ...

ରାତି ଅନିଦ୍ରା ହୋଇ ୪ ଚୋରଙ୍କୁ ଧରିଲେ ଗ୍ରାମବାସୀ, ଆଉ ତା’ ପରେ…

ଜଗନ୍ନାଥପ୍ରସାଦ,୨୯ା୧୨: ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଅଳସୁ ଗ୍ରାମରେ ୪ ଜଣଙ୍କୁ ଚୋର ଭାବି ଗାଁ ଲୋକେ ଧରି ପୋଲିସ ଜିମା ଦେଇଛନ୍ତି। ୪...

ବଡ଼ ଟ୍ରେନ ଦୁର୍ଘଟଣା: ୧୩ ମୃତ୍ୟୁ, ଟ୍ରେନ୍‌ରେ ଥିଲେ ୨୪୧ ଯାତ୍ରୀ

ମେକ୍ସିକୋ,୨୯।୧୨: ମେକ୍ସିକୋରେ ଏକ ବଡ଼ ଟ୍ରେନ ଦୁର୍ଘଟଣା ଘଟିଛି। ଦେଶର ଓଆକ୍ସାକା ରାଜ୍ୟରେ ଏକ ଅନ୍ତଃସାଗରୀୟ ଟ୍ରେନ ଲାଇନଚ୍ୟୁତ ହେବା ଫଳରେ ଅତି କମରେ ୧୩...

ବନ୍ଦ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ! ୩ ଘଣ୍ଟା ଚାଲିଲା ଟ୍ରମ୍ପ-ଜେଲେନସ୍କି ସାକ୍ଷାତ, ଜାଣନ୍ତୁ କ’ଣ କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୯।୧୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକ ୟୁକ୍ରେନ-ରୁଷିଆ ଯୁଦ୍ଧର ଅନ୍ତ ପାଇଁ...

ବିବାହ କରିବାକୁ ଯାଉଥିଲେ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ, ନଚେତ୍‌ ପରେ କରିବେ ପଶ୍ଚାତାପ

ବିବାହ ହେଉଛି ଜୀବନର ସବୁଠାରୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରୁ ଗୋଟିଏ। ଏହା କେବଳ ଦୁଇଟି ଲୋକ ମଧ୍ୟରେ ସୀମିତ ସମ୍ପର୍କ ନୁହେଁ। ଦୁଇଟି...

କଂସ ବ୍ୟସ୍ତବିବ୍ରତ, ଆଜି ରଙ୍ଗସଭା

ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା।...

ଫ୍ରେଞ୍ଚ ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କ ପରଲୋକ

ପ୍ୟାରିସ୍‌,୨୯ା୧୨:୫୦ ଦଶକରେ ଫ୍ରେଞ୍ଚ୍‌ ସିନେମାରେ ବିପ୍ଳବ ଆଣିବା ସହ ଯୌନ ଉଦାରତାର ପ୍ରତୀକ ପାଲଟିଥିବା ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୯୧ ବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri