Posted inଖେଳ

ଅବସର ନେଲେ ସ୍ପେନର ଏହି ଲିଜେଣ୍ଡ ଗୋଲକିପର

ମାଡ୍ରିଡ୍‌, ୫ । ୮ (ଏପି)-ରିୟଲ ମାଡ୍ରିଡ୍‌ ଓ ସ୍ପାନିଶ ଫୁଟ୍‌ବଲ ଇତିହାସର ଶ୍ରେଷ୍ଠ ଗୋଲକିପର ବୋଲି କୁହାଯାଉଥିବା ଇକର କାସିଲାସ୍‌ ମଙ୍ଗଳବାର ବିଧିବଦ୍ଧ ଫୁଟ୍‌ବଲରୁ ତାଙ୍କର ଅବସର ଘୋଷଣା କରିଛନ୍ତି। ସେ ତାଙ୍କର ଶେଷ ମ୍ୟାଚ ବର୍ଷକ ପୂର୍ବେ ଖେଳିଥିଲେ। ୩୯ବର୍ଷୀୟ କାସିଲାସ ପର୍ତ୍ତୁଗିଜ୍‌ କ୍ଲବ୍‌ ପୋର୍ତ୍ତୋ ତରଫରୁ ଖେଳୁଥିଲେ। ଦୃଦ୍‌ଘାତ ଯୋଗୁ ଗତ ମେ ମାସ ପରଠାରୁ ସେ କୌଣସି ପ୍ରତିଯୋଗିତାରେ ଖେଳିନାହାନ୍ତି। କାସିଲାସ୍‌ ୯ବର୍ଷ ବୟସରେ ରିୟଲ ମାଡ୍ରିଡ୍‌ କ୍ଲବରେ ଯୋଗ ଦେଇଥିଲେ। କ୍ଲବ ତରଫରୁ ୧୬ରୁ ଅଧିକ ସିଜନ ଧରି ୭୨୫ ମ୍ୟାଚ ଖେଳିବା ସହ ୧୯ ଟାଇଟଲ ଜିତିଥିଲେ। ୨୦୧୫ରେ ପୋର୍ତ୍ତୋ କ୍ଲବରେ ଯୋଗ ଦେବା ପରେ ଦୁଇଟି ପର୍ତ୍ତୁଗିଜ୍‌ ଲିଗ୍‌ ଟାଇଟଲ ସହ ପର୍ତ୍ତୁଗିଜ୍‌ କପ୍‌ ଏବଂ ଏକ ସୁପର କପ୍‌ ଟାଇଟଲ ହାସଲ କରିଥିଲେ। ସ୍ପେନ୍‌ ତରଫରୁ ସେ ୧୬୭ ମ୍ୟାଚ ଖେଳିଛନ୍ତି ଏବଂ ସେ ୨୦ ବର୍ଷରୁ କମ୍‌ ବିଶ୍ୱକପ୍‌ ବିଜୟୀ ହୋଇ ପାରିଥିଲେ। ସେ ଦୁଇଟି ୟୁରୋପିଆନ ଚାମ୍ପିିୟନଶିପ୍‌ ମଧ୍ୟ ଜିତିଛନ୍ତି। ଉତ୍ତମ ବ୍ୟବହାର ଯୋଗୁ ସେ ସମସ୍ତଙ୍କ ପ୍ରିୟଭାଜନ ହୋଇ ପାରିଥିଲେ। କାସିଲାସ ଚଳିତବର୍ଷ ସ୍ପାନିଶ ଫୁଟ୍‌ବଲ ମହାସଂଘ ସଭାପତି ଦୌଡ଼ରେ ଥିଲେ। କିନ୍ତୁ କରୋନା ମହାମାରୀ ଯୋଗୁ ସେ ତାଙ୍କ ପ୍ରାର୍ଥିପତ୍ର ପ୍ରତ୍ୟାହାର କରିନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକ ଧକ୍କାରେ ଓଲଟି ପଡ଼ିଲା ଅଟୋ

ଖଲ୍ଲିକୋଟ,୬।୯(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ରବିବାର ଅପରାହ୍ନରେ ଟ୍ରକ୍…

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

ଅବୈଧ ସମ୍ପର୍କରେ ବାଧା ସାଜିଲେ ସନ୍ତାନ; ପ୍ରେମିକ ସହ ମିଶି ହତ୍ୟା କଲେ, ଅନ୍ୟ ଜିଲାକୁ ନେଇ ଫିଙ୍ଗିଦେଲେ ମା’

ଚେନ୍ନାଇ,୬।୯: ତାମିଲନାଡୁର ତିରୁପତ୍ତୁର ଜିଲାରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ୫ ବର୍ଷ ଓ ୩ ବର୍ଷ ବୟସର ଦୁଇ ଶିଶୁଙ୍କୁ କୂଅରେ ଫିଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri