ଶିଶୁ ଅଧିକାର ସୁରକ୍ଷା ପାଇଁ ବିଧାନସଭା ଫୋରମ୍‌ ହେବ

ଭୁବନେଶ୍ୱର,୨୨।୯(ବ୍ୟୁରୋ): ରାଜ୍ୟରେ ଶିଶୁ ଅଧିକାର ସୁରକ୍ଷା ସହ ସେମାନଙ୍କ ଶିକ୍ଷା, ଦକ୍ଷତାର ବିକାଶ, ଶିଶୁର ମାନସିକ ବିକାଶ ପାଇଁ ଉପଯୁକ୍ତ ବାତାବରଣ ସୃଷ୍ଟି ସକାଶେ ଓଡ଼ିଶାରେ କର୍ନାଟକ ଭଳି ବିଧାନସଭା ଫୋରମ୍‌ ଗଠନ କରାଯିବ।
ମଙ୍ଗଳବାର ବାଚସ୍ପତିଙ୍କ ପ୍ରକୋଷ୍ଠରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏନେଇ ଏକ ପ୍ରସ୍ତାବ ଦିଆଯାଇଛି। ମହିଳା ଓ ଶିଶୁ ବିକାଶ ଉପରେ ଗଠନ କରାଯାଇଥିବା ଗୃହ କମିଟି ସହ ପରବର୍ତ୍ତୀ ସମୟରେ ବୈଠକ କରି ଶିଶୁ ଅଧିକାର ଉପରେ ବ୍ୟାପକ ଆଲୋଚନା କରିବାକୁ ବାଚସ୍ପତି ଏଡୁକୋ ଏବଂ ପ୍ରେମ କର୍ମକର୍ତ୍ତାମାନଙ୍କୁ ପରାମର୍ଶ ଦେଇଥିଲେ ା ସ୍ବେଚ୍ଛାସେବୀ ଅନୁଷ୍ଠାନ ପ୍ରେମ ପକ୍ଷରୁ ସ୍ପେନ୍‌ର ଏଡୁକୋ ସହାୟତାରେ ଗଞ୍ଜାମ, କନ୍ଧମାଳ ଜିଲା ସମେତ ୫ଟି ଜିଲାରେ ଶିଶୁ ଅଧିକାରର ସୁରକ୍ଷା ପାଇଁ କାର୍ଯ୍ୟକ୍ରମ ଗ୍ରହଣ କରାଯାଉଥିବା ମଧ୍ୟ ବୈଠକରେ ମତପ୍ରକାଶ ପାଇଥିଲା ା ଏହାକୁ ସମଗ୍ର ରାଜ୍ୟରେ ବ୍ୟାପକ କରିବା ପାଇଁ ବାଚସ୍ପତି ପାତ୍ର ପରାମର୍ଶ ଦେଇଛନ୍ତି ା
ବାଲ୍ୟ ବିବାହ ନିରୋଧ, ଶିଶୁ ନିର୍ଯାତନା ବନ୍ଦ, ସେମାନଙ୍କର ଶିକ୍ଷା ଏବଂ ସ୍ବାସ୍ଥ୍ୟର ଉନ୍ନତୀକରଣ ପ୍ରଭୃତି ଶିଶୁ ଅନୁକୂଳ ପ୍ରସଙ୍ଗ ଉପରେ ସ୍ବେଚ୍ଛାସେବୀ ଅନୁଷ୍ଠାନ ପ୍ରେମ ଏବଂ ଏଡୁକୋ, ସ୍ପେନ୍‌ର ପ୍ରତିନିଧିମାନଙ୍କ ସହ ଏହି ବୈଠକରେ ଆଲୋଚନା ହୋଇଥିଲା। ମାତୃଗର୍ଭରୁ ଶିଶୁମାନଙ୍କୁ ସୁରକ୍ଷିତ କରିବା ପାଇଁ ବିଭିନ୍ନ ଯୋଜନା ପ୍ରଣୟନ ଉପରେ ବୈଠକରେ ଉପସ୍ଥିତ ଶିଶୁ ଅଧିକାର କର୍ମୀ ତଥା କର୍ନାଟକ ବିଧାନ ପରିଷଦ ସଭ୍ୟ ଗଣେଶ କାର୍ତ୍ତିକ ମତ ଦେଇଥିଲେ ା ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି, ମମତା ଯୋଜନା ମାଧ୍ୟମରେ ଓଡ଼ିଶା ସରକାର ଶିଶୁ ମୃତ୍ୟୁ ହାର କମାଇବା ସହ ମାତୃ କଲ୍ୟାଣ ଯୋଜନା ଗ୍ରହଣ କରିଛନ୍ତି। ଏହି ଯୋଜନା ଅନ୍ୟ ରାଜ୍ୟ ପାଇଁ ଆଦର୍ଶ ସ୍ଥାନୀୟ ହୋଇପାରିଛି ବୋଲି ସେ ମତ ଦେଇଛନ୍ତି ା ଓଡ଼ିଶାରେ ଶିଶୁ ଅଧିକାରର ସୁରକ୍ଷା ପାଇଁ ରାଜ୍ୟ ବାହାରକୁ ଯାଇଥିବା ଶ୍ରମିକମାନଙ୍କର ସନ୍ତାନମାନଙ୍କ ଉପଯୁକ୍ତ ଶିକ୍ଷା ଓ ବିକାଶ ପାଇଁ ୩୩୭ଟି ହଷ୍ଟେଲ ଖୋଲାଯାଇଥିବା ମଧ୍ୟ ମନ୍ତ୍ରୀ କହିଛନ୍ତି ା ବୈଠକରେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ଏଡୁକୋ ନିର୍ଦ୍ଦେଶକ ଗୁରୁପ୍ରସାଦ, ପ୍ରତିଷ୍ଠାତା ସଭାପତି ଜାକୋବ୍‌ ଥୁଣ୍ଡାଇଲ୍‌, ଶିଶୁ ଅଧିକାର ଟ୍ରଷ୍ଟ, ବାଙ୍ଗାଲୋରର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ବାସୁଦେବ ଶର୍ମା, ବିଧାନସଭା ସଚିବ ଦାଶରଥି ଶତପଥୀ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଗୋଟିଏ ଆସନ ପାଣ୍ଡିଆନ୍‌ଙ୍କ ପାଇଁ ଛାଡ଼ିବେ ମୁଖ୍ୟମନ୍ତ୍ରୀ: ଭାଜପା

ଭୁବନେଶ୍ୱର, ୨୭।୪(ସୁନିତ୍‌ ମିଶ୍ର): କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ନାଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକାରେ ଅଛି। ଏଥିରୁ ପ୍ରମାଣିତ ହେଲା ଯେ, ସେ ହେଉଛନ୍ତି ବିଜେଡିର ୨...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri