ଡିସେମ୍ବର ୧ରୁ ବିଧାନସଭା ଅଧିବେଶନ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ଆସନ୍ତା ଡିସେମ୍ବର ୧ରୁ ଆରମ୍ଭ ହେବାକୁ ଥିବା ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ସମ୍ପୂର୍ଣ୍ଣ କୋଭିଡ୍‌ କଟକଣା ମଧ୍ୟରେ ଅନୁଷ୍ଠିତ ହେବ। ଗୁରୁବାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ବିଧାନସଭାର ସମସ୍ତ ସଦସ୍ୟଙ୍କ ଉଭୟ ଆର୍‌ଟି-ପିସିଆର୍‌ ଏବଂ ଆଣ୍ଟିବଡି ଟେଷ୍ଟ କରାଯିବ। ନଭେମ୍ବର ୨୮, ୨୯ ଏବଂ ୩୦ ତାରିଖ ପୂର୍ବାହ୍ନ ୮ଟା ୩୦ରୁ ଅପରାହ୍ନ ୧ଟା ୩୦ ଏବଂ ଅପରାହ୍ନ ୩ଟାରୁ ୫ଟା ପର୍ଯ୍ୟନ୍ତ ସ୍ବତନ୍ତ୍ର ଡାକ୍ତରୀ ଦଳ ଦ୍ୱାରା କୋଭିଡ୍‌ ପରୀକ୍ଷା କରାଯିବ। ମୁଖ୍ୟମନ୍ତ୍ରୀ, ବିରୋଧୀ ଦଳ ନେତା, ମୁଖ୍ୟ ସଚେତକ, ଉପମୁଖ୍ୟ ସଚେତକଙ୍କ ସମେତ ସମସ୍ତ କର୍ମଚାରୀ, ବିଧାନସଭା ସଚିବାଳୟର କର୍ମଚାରୀ, ଗଣମାଧ୍ୟମ ପ୍ରତିନିଧିଙ୍କ ସ୍ବାବ୍‌ ଟେଷ୍ଟ ହେବ। ପୁନଶ୍ଚ ବିଧାନସଭା ଅଧିବେଶନ ପରେ ସମସ୍ତ ବିଧାୟକ ଏବଂ କର୍ମଚାରୀଙ୍କ ଆର୍‌ଟି-ପିସିଆର ଟେଷ୍ଟ କରାଯିବ। ବିଧାନସଭା ସମୟରେ ଯଦି କୌଣସି ସଦସ୍ୟ ଅସୁସ୍ଥତା ଅନୁଭବ କରିବେ, ତେବେ ତାଙ୍କର ତୁରନ୍ତ ଆଣ୍ଟିଜେନ ଟେଷ୍ଟ କରାଯିବ। ବିଧାନସଭା ସଦସ୍ୟ, ଗଣମାଧ୍ୟମ ପ୍ରତିନିଧିଙ୍କୁ ସିଲ୍ଡ ମାସ୍କ, ଗ୍ଲୋବ୍‌ସ ଏବଂ ସାନିଟାଇଜର ୨୬ଦିନ ପାଇଁ ପ୍ରଦାନ କରାଯିବ। ବିଧାନସଭା ସମ୍ପର୍କିତ କାର୍ଯ୍ୟରେ ଆସୁଥିବା ସମସ୍ତ ସରକାରୀ ପଦାଧିକାରୀ କୋଭିଡ୍‌ ନେଗେଟିଭ ରିପୋର୍ଟ ଧରି ପ୍ରବେଶ କରିବେ। ବିନା କୋଭିଡ୍‌ ନେଗେଟିଭ୍‌ ରିପୋର୍ଟରେ କାହାରିକୁ ପ୍ରବେଶ ଅନୁମତି ମିଳିବ ନାହିଁ। ଡେଙ୍ଗୁ ମଶା ପ୍ରାଦୁର୍ଭାବ ଏଡ଼ାଇବାକୁ ସମ୍ପୂର୍ଣ୍ଣ ବିଧାନସଭା ପରିସରକୁ ସାନିଟାଇଜ କରାଯିବ। ଏହି ବୈଠକରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଆର.କେ. ଶର୍ମା, ବିଧାନସଭା ସଚିବ ଦାଶରଥି ଶତପଥୀ, ଓଡ଼ିଶା ଔଷଧ ନିଗମ ପରିଚାଳନା ନିର୍ଦ୍ଦେଶିକା ୟାମିନୀ ଷଡ଼ଙ୍ଗୀଙ୍କ ସମେତ ସମସ୍ତ ବିଭାଗୀୟ ପଦାଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାହାଜ ଦୁର୍ଘଟଣା ପରେ ବି ଚେତୁନାହାନ୍ତି ଟ୍ରଲର ମାଲିକ, ବିପଦସଙ୍କୁଳ ଅବସ୍ଥାରେ ଚାଲିଛି ମାଛଧରା

ମହାକାଳପଡ଼ା,୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ୧୦ହଜାରରୁ ଅଧିକ ପାରମ୍ପରିକ ମତ୍ସ୍ୟଜୀବୀ ବଙ୍ଗୋପସାଗର ଉପରେ ନିର୍ଭର କରନ୍ତି। ମାଛ ଧରିଲେ ପରିବାର…

ଜଗନ୍ନାଥପ୍ରସାଦରେ ଚାଞ୍ଚଲ୍ୟ; ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ, ସ୍ବାମୀ ଅଟକ

ଜଗନ୍ନାଥପ୍ରସାଦ,୪।୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ପଞ୍ଚଭୂତି ଗ୍ରାମର ଖଦାଳ ସାହିରେ ଅଭାବନୀୟ ଘଟଣା ଘଟିଯାଇଛି । ଜଣେ ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁକୁ…

ଲ୍ୟାଣ୍ଡିଂ ବେଳେ ଫେଲ୍‌ ହେଲା ବ୍ରେକ୍‌ : ସିଧା ଯାଇ ଖୁଣ୍ଟରେ ପିଟିହେଲା ଇଣ୍ଡିଗୋ ବିମାନ, ତା’ପରେ…

ଶ୍ରୀନଗର,୪।୯: ମୁମ୍ବାଇରୁ ଶ୍ରୀନଗର ପହଞ୍ଚିଥିବା ଇଣ୍ଡିଗୋର ବିମାନ 6E 225 ଲ୍ୟାଣ୍ଡିଂ ପରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଲ୍ୟାଣ୍ଡିଂ ପରେ ବିମାନଟି ପାର୍କିଂ ବେ’ ଆଡ଼କୁ ଯାଉଥିବା ସମୟରେ…

ପ୍ରଶାସନର ବଡ଼ କାର୍ଯ୍ୟାନୁଷ୍ଠାନ:ସୁରଧାପାଲି ଜଙ୍ଗଲରୁ ୩୪ ଏକରରୁ ଊର୍ଦ୍ଧ୍ୱ ଜବରଦଖଲ ଉଚ୍ଛେଦ

ଅମରପାଲି, ୪।୯(ପୀତାମ୍ବର ସାହୁ): ସୁବର୍ନପୁର ଜିଲା ବୀରମହାରାଜପୁର ତହସିଲ ଅଧୀନ କେନଝିରିଆପାଲି ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ ସୁରଧାପାଲି ଜଙ୍ଗଲ ମୌଜାରେ ଦୀର୍ଘଦିନ ଧରି ହୋଇଆସୁଥିବା ଜବରଦଖଲ…

ଭଉଣୀଙ୍କ ବଢୁଥିଲା ଫଲୋଅର୍ସ, ସହି ନ ପାରି ଭାଇ ନେଲେ ଚରମ ପଦକ୍ଷେପ

ଇସଲାମାବାଦ୍‌,୪।୯: ପାକିସ୍ତାନର ପଞ୍ଜାବ ପ୍ରଦେଶରେ ଜଣେ ୧୮ ବର୍ଷର ଝିଅ ନିଜ ସୋସିଆଲ ମିଡିଆ ଲୋକପ୍ରିୟତାକୁ ନେଇ ସୃଷ୍ଟି ହୋଇଥିବା ବିବାଦ କାରଣରୁ ନିଜ ସାନ ଭଉଣୀକୁ…

ଛଟେଇ ଝଡ଼; ୨୦୨୬ରେ ବିଦା ହେଲେଣି ୧,୩୦,୦୦୦ରୁ ଅଧିକ ଚାକିରିଆ

ନୂଆଦିଲ୍ଲୀ,୪।୯: କୃତ୍ରିମ ବୁଦ୍ଧିମତ୍ତା ବା ‘ଏଆଇ’ ଏବେ ଚାକିରିଆଙ୍କ ପାଇଁ କାଳ ହୋଇଛି । ବିଶ୍ୱସ୍ତରରେ ଏଆଇର ପ୍ରଚଳନ ବଢ଼ି ଚାଲିଥିବାବେଳେ ଅନ୍ୟପଟେ ବିଭିନ୍ନ କ୍ଷେତ୍ରରୁ ଲୋକେ…

ବୟସ ଜାଲିଆତି କରି ଫସିଲେ ଏହି କ୍ରିକେଟର୍‌: ୨ ବର୍ଷ ବାସନ୍ଦ କଲା BCCI

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟର୍‌ ରୋହିତ ଯାଦବଙ୍କୁ ଅଷ୍ଟ୍ରେଲିଆ ଅଣ୍ଡର-୧୯ ଦଳ ବିପକ୍ଷରେ ଆଗାମୀ ଦିନିକିଆ ଏବଂ ବହୁ-ଦିବସୀୟ ସିରିଜ ପାଇଁ ଅଣ୍ଡର-୧୯ ଦଳରେ ଚୟନ କରାଯାଇଥିଲା। ଜୁନିଅର…

ଆଦିବାସୀ ଛାତ୍ରଙ୍କ ସମର୍ଥନରେ ଅଭିଜିତ ଦୀପକେଙ୍କ ବଡ଼ ଘୋଷଣା, ଦରକାର ପଡ଼ିଲେ…

ମୁମ୍ବାଇ,୪।୯: ମହାରାଷ୍ଟ୍ରର ନାସିକରେ ଆନ୍ଦୋଳନରତ ଆଦିବାସୀ ଛାତ୍ରୀଛାତ୍ରଙ୍କୁ ଅନଶନ ଶେଷ କରିବାକୁ ଅପିଲ୍ କରିଛନ୍ତି କକରୋଚ୍ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ। ଗୁରୁବାରନାସିକର ଇଦଗାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri