ସଂସଦ ଢାଞ୍ଚାରେ ଚାଲିବ ବିଧାନସଭା

ଭୁବନେଶ୍ୱର, ୨୩।୯(ବ୍ୟୁରୋ):କୋଭିଡ୍‌-୧୯ ମହାମାରୀକୁ ଦୃଷ୍ଟିରେ ରଖି ଏଥର ସଂସଦୀୟ ଢାଞ୍ଚାରେ ବିଧାନସଭା ମୌସୁମୀ ଅଧିବେଶନ ଚାଲିବ। ଏ ନେଇ ମଙ୍ଗଳବାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୂଚନା ଦେଇଛନ୍ତି।

କେବଳ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମକୁ ଛାଡି ବିଧାନସଭା କାର୍ଯ୍ୟାବଳୀ ଅନୁଯାୟୀ ସମସ୍ତ କାର୍ଯ୍ୟ ସମ୍ପାଦନ ହେବ। ଯେପରି କି ଶୂନ୍ୟକାଳ, ମୁଲତବୀ, ମୋଶନ, ଧ୍ୟାନ ଆକର୍ଷଣକାରୀ ପ୍ରସ୍ତାବ ଆଦି ଚାଲିବ। ବିଧାୟକମାନେ ପରସ୍ପର ମଧ୍ୟରେ ୪ ଫୁଟ୍‌ ବ୍ୟବଧାନରେ ବସିବେ ପାର୍ଲାମେଣ୍ଟରେ ଏମ୍‌ପିଙ୍କ ସିଟ୍‌ ସମ୍ମୁଖରେ ଯେପରି ସିଲ୍‌ଡ କାଚ ଲଗାଯାଇଛ ବିଧାନସଭାରେ ସଦସ୍ୟମାନଙ୍କ ସିଟ୍‌ ସମ୍ମୁଖରେ ମଧ୍ୟ କାଚ ଲଗାଯିବ। ଦର୍ଶକ ଗ୍ୟାଲେରିରେ ବିଧାୟକମାନଙ୍କର ବସିବା ସୁବିଧା କରାଯିବ। ଯେଉଁ ବରିଷ୍ଠ ବିଧାୟକମାନେ ଗୃହ କାର୍ଯ୍ୟରେ ଯୋଗ ଦେଇ ପାରିବେ ନାହିଁ ସେମାନେ ଆଗୁଆ ସୂଚନା ଦେବେ। ନିଜ ଘର ଜିଲା ମୁଖ୍ୟାଳୟ କିମ୍ବା ଓକାକ୍‌ରେ ଭିଡିଓ କନ୍‌ଫରେନ୍ସରେ ଗୃହ କାର୍ଯ୍ୟରେ ଭାଗ ନେଇ ପାରିବେ। ସମସ୍ତ ଗଣମାଧ୍ୟମର ଗୋଟିଏ ଲେଖାଏ ଟିମ୍‌କୁ ଅନୁମତି ପ୍ରଦାନ କରାଯିବ।

ପ୍ରାକ୍‌ ପ୍ରସ୍ତୁତିକୁ ନେଇ ମଙ୍ଗଳବାର ବାଚସ୍ପତି ବିଧାନସଭା ପରିଦର୍ଶନ କରିଥିଲେ। ସେପ୍ଟେମ୍ବର ୨୯ରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ। ଅକ୍ଟୋବାର ୭ ଯାଏ ଚାଲିବ। ଏଥିରେ ୮ଟି କାର୍ଯ୍ୟ ଦିବସ ରହିଛି। ଆସନ୍ତା ୨୭ ଓ ୨୮ ତାରିଖରେ ବିଧାୟକ, ସେମାନଙ୍କର ସୁରକ୍ଷା କର୍ମୀ, ଡ୍ରାଇଭର, ବିଧାନସଭା କର୍ମଚାରୀଙ୍କର କୋଭିଡ୍‌-୧୯ ପରୀକ୍ଷା କରାଯିବ। ତେବେ ଗୃହ ପରିଚାଳନା ନେଇ ଆସନ୍ତା ୨୫ ତାରିଖରେ ଏକ ସର୍ବଦଳୀୟ ବୈଠକ ଡକାଯାଇଛି। ବୈଠକରେ କୋଭିଡ୍‌କୁ ନେଇ କିପରି ଗୃହ ପରିଚାଳନା ହେବ ସେ ନେଇ ବିଭିନ୍ନ ଦଳର ନେତମାନଙ୍କ ସହ ବାଚସ୍ପତି ଆଲୋଚନା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ପ୍ରବଳ ବର୍ଷା କାରଣରୁ ଯୁକ୍ତ ୩ ଇଂରାଜୀ ପରୀକ୍ଷା ସ୍ଥଗିତ: ପରୀକ୍ଷା ହଲରୁ ଫେରିଲେ ଛାତ୍ରୀଛାତ୍ର

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ଛାତ୍ରଛାତ୍ରୀମାନେ ପୂର୍ବରୁ ମହାବିଦ୍ୟାଳୟରେ ପହଞ୍ଚି ସାରିଥିଲେ ଏବଂ ପରୀକ୍ଷା ଦେବା ପାଇଁ ଶ୍ରେଣୀ କୋଠରୀ ଭିତରେ ନିଜ ନିଜ ସିଟ୍‌ରେ ବସି ମଧ୍ୟ ସାରିଥିଲେ।…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri