ଚାଷୀ ଆନ୍ଦୋଳନରେ ସାମିଲ ହେଲେ ବିଧାୟକ

ବଲାଙ୍ଗୀର ଅଫିସ, ୨୭ା୧୨- ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ଶନିବାର ଦେଓଗାଁ ବ୍ଲକର ବିଭିନ୍ନ ଗ୍ରାମ ପଞ୍ଚାୟତ ଗସ୍ତ କରିଥିଲେ। ପ୍ରଥମେ ସେ ମୁଣ୍ଡପଲା ଛକଠାରେ ଚାଲିଥିବା କେନ୍ଦ୍ର କୃଷି ଆଇନ ବିରୋଧ ଚାଷୀ ଆନ୍ଦୋଳନରେ ସାମିଲ ହୋଇ ଆନ୍ଦୋଳନରତ ଚାଷୀଙ୍କୁ ସମର୍ଥନ ଘୋଷଣା କରିଥିଲେ। କେନ୍ଦ୍ରର କଳା କୃଷି ଆଇନ କିଭଳି ଆଗାମୀ ଦିନରେ ଚାଷୀ ସମାଜ ତଥା ଦେଶର କୃଷି କେନ୍ଦ୍ରିକ ଅର୍ଥନୀତିକୁ ଧ୍ୱଂସ କରିଦେବ ସେ ଉପରେ କହିଥିଲେ ା ଏହି ଆଇନ ଚାଷୀ ତଥା ଜନସାଧାରଣଙ୍କ ହିତ ପାଇଁ ନୁହେଁ ବରଂ ଦେଶର ମୁଷ୍ଟିମେୟ ପୁଞ୍ଜିପତି କମ୍ପାନୀ ମାଲିକଙ୍କ ପାଇଁ ଉଦ୍ଦିଷ୍ଟ ବୋଲି କହିଥିଲେ ା ପରେ ରତାଖଣ୍ଡି ଠାରେ ସାଧାରଣ ଜନତାଙ୍କୁ ଭେଟି ସେଠାରେ ଚାଲିଥିବା ବିଭିନ୍ନ ବିକାଶମୂଳକ କାର୍ଯ୍ୟ ବିଷୟରେ ଆଲୋଚନା କରିଥିଲେ ା ଗୌରଗୋଠ ଠାରେ ଉପସ୍ଥିତ ଥିବା ଚାଷୀମାନଙ୍କଠୁ ଧାନକିଣା ସମସ୍ୟା ଶୁଣିବା ପରେ ସେ ଅଚାନକ ନିକଟସ୍ଥ ଏକ ଧାନକିଣା କେନ୍ଦ୍ର ପରିଦର୍ଶନ କରିଥିଲେ ା ସେଠାକାର ପ୍ୟାକ୍ସ ଅଧିକାରୀ ବିଧାୟକ ମିଶ୍ରଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ସନ୍ତୋଷଜନକ ଦେଇପାରି ନ ଥିଲେ ା ଧାନର ମାନ ନିର୍ଦ୍ଧାରଣକୁ ନେଇ କୌଣସି ତଥ୍ୟ ସେଠାରେ ନ ଥିଲା ା ଏଠାରେ ମଧ୍ୟ କୁଇଣ୍ଟାଲ ପିଛା ୪ରୁ ୫ କେଜି ଧାନ କଟନୀ ଛଟନୀ କରୁଥିବା ଚାଷୀମାନେ ଅଭିଯୋଗ କରିଥିଲେ ା ପରେ ଅର୍ଜୁନପୁରଠାରେ ଉପସ୍ଥିତ ଥିବା ଏକ ଚାଷୀ ବୈଠକରେ ବିଧାୟକ ମିଶ୍ର ଚାଷୀଙ୍କ ସମସ୍ୟା ଉପରେ ଆଲୋଚନା କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଭାଙ୍ଗିଗଲା ବିବାହ ସ୍ବପ୍ନ: ପ୍ରେମିକଙ୍କ ଆଗରେ ଏମିତି କାମ କଲେ ପ୍ରେମିକା

ରାଉରକେଲା,୨୦।୮(ସଙ୍ଗୀତା ଜେନା):ବିବାହ କରିବାକୁ ମନା କରିବାରୁ ଝିରପାଣି ଥାନା ଅନ୍ତର୍ଗତ ଝିରପାଣି ଭଟା ବସ୍ତିରେ ଗତ ୧୪ ତାରିଖ ସକାଳେ ଜଣେ ଯୁବତୀ ତାଙ୍କ ପ୍ରେମିକଙ୍କ ସମ୍ମୁଖରେ…

କୁଚିଣ୍ଡା-ଭୋଜପୁରରେ ମରଣଯନ୍ତା ସାଜିଛି ହମ୍ପସ: ପ୍ରତିଦିନ ଘଟୁଛି ଦୁର୍ଘଟଣା

ଜମନକିରା,୧୯ା୮(ରବୀନ୍ଦ୍ର ପ୍ରସାଦ ଦାନୀ):ଜାତୀୟ ରାଜପଥ ଉପରେ ହମ୍ପସ ବା ସ୍ପିଡ୍‌ ବ୍ରେକର ନିର୍ମାଣ ଉପରେ ସୁପ୍ରିମକୋର୍ଟ, ବିଭିନ୍ନ ହାଇକୋର୍ଟ ତଥା କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟ (ମୋଓରଟିଏଚ)ର…

ସରିସରି ଯାଉଛି ପଞ୍ଜୀକରଣ ଅବଧି, ତୁଟୁନି ଚାଷୀଙ୍କ ସମସ୍ୟା: ଉପୁଜୁଛି ନୂଆ ନୂଆ ସମସ୍ୟା

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

ନିର୍ମାଣର ୫ମାସ ମଧ୍ୟରେ ରାସ୍ତାରୁ ଉଠି ଗଲାଣି ପିଚୁ, ଭିଜିଲାନ୍ସ ତଦନ୍ତ ପାଇଁ ଦାବି

କୋକସରା,୧୯।୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦୀର୍ଘ ବର୍ଷରୁ ମରାମତି ଅଭାବ କାରଣରୁ କୋକସରା ବ୍ଲକ ବଡ଼କେନ୍ଦୁଗୁଡା ବଜାର ପଡିଆ ଛକ ବିଜୁ ଏକ୍ସପ୍ରେସୱେରୁ ବିଜମରା ଭାୟା ବୋବରିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri