ମାଟ୍ରିକ ପରୀକ୍ଷା ଦେଲେ ବିଧାୟକ

ସୋରଡ଼ା,୩୦।୭(ଡି.ଏନ୍‌.ଏ.): ମାଟ୍ରିକ ଅଫଲାଇନ ପରୀକ୍ଷା ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ଅସନ୍ତୁଷ୍ଟ ଥିବା ୧୫ ହଜାରରୁ ଅଧିକ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତି। ଏହା ମଧ୍ୟରେ ତିନିତିନି ଥର ବିଧାୟକ ହୋଇଥିବା ଗଞ୍ଜାମ ଜିଲା ସୋରଡ଼ା ବିଧାୟକ ପୂର୍ଣଚନ୍ଦ୍ର ସ୍ବାଇଁ ମଧ୍ୟ ମାଟ୍ରିକ ପରୀକ୍ଷା ଦେଇଛନ୍ତି। ସୋରଡ଼ା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କେନ୍ଦ୍ରରେ ସେ ପରୀକ୍ଷା ଦେଇଛନ୍ତି ।
ବିଧାୟକ ଅନେକ ଥର ମାଟ୍ରିକ ପରୀକ୍ଷା ଦେବା ପାଇଁ ଚେଷ୍ଟା କରିଥିଲେ ମଧ୍ୟ ସୁଯୋଗ ପାଇ ପାରିନଥିଲେ। କିନ୍ତୁ ଆଜି ସେ ମାଟ୍ରିକ ପରୀକ୍ଷା ଦେବା ପାଇଁ ନିଜର ଆଡମିଟ କାର୍ଡ ଧରି ପରୀକ୍ଷା କେନ୍ଦ୍ରରେ ପ୍ରବେଶ କରିଥିଲେ। ସ୍ବାସ୍ଥ୍ୟଗତ ସମସ୍ୟା ଥିବାରୁ ତାଙ୍କ ପାଇଁ ଏକ ଆଇସୋଲେଶନ ୱାର୍ଡରେ ବସି ପରୀକ୍ଷା ଦେବାର ବ୍ୟବସ୍ଥା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri