ପ୍ରେମ ବିବାଦର ସମାଧାନ କରିବାକୁ ଯାଇ ଅଡ଼ୁଆରେ ବିଧାୟକଙ୍କ ପୁଅ

କେନ୍ଦୁଝର/ଆନନ୍ଦପୁର,୧୬ା୬(ସ୍ବ.ପ୍ର.): ଏକ ପ୍ରେମ ବିବାଦର ସମାଧାନ କରିବାକୁ ଯାଇ କେନ୍ଦୁଝର ଜିଲା ଘଷିପୁରା ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ବଦ୍ରୀ ନାରାୟଣ ପାତ୍ରଙ୍କ ପୁଅ ଦେବାଶିଷ ପାତ୍ର ଅଡୁଆରେ ପଡ଼ିଛନ୍ତି। ମାମଲା ଚପାଇ ଦେବା ପାଇଁ ପ୍ରତାରଣାର ଶିକାର ହୋଇଥିବା ଜଣେ ଯୁବତୀଙ୍କୁ ସେ ଧମକଚମକ ଦେଇଥିବା ଏକ ଅଡିଓ ଭାଇରାଲ ହେବା ପରେ ଏହି ଘଟଣା ପଦାକୁ ଆସିଛି।
ସୂଚନା ଅନୁଯାୟୀ, ରାମଚନ୍ଦ୍ରପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କ ସହିତ ପଦନପୁର ଗ୍ରାମର ସୁଜିତ ଜେନାଙ୍କ ସହ ୩ ବର୍ଷ ହେଲା ପ୍ରେମସମ୍ପର୍କ ରହିଥିଲା। ସୁଜିତ ବିବାହିତ ଜାଣିବା ପରେ ଯୁବତୀ ଜଣକ ଏହାର ପ୍ରତିବାଦ କରିଥିଲେ। ଯୁବତୀଙ୍କଠାରୁ ସୁଜିତ ୬୦ହଜାର ଟଙ୍କା ଧାର ନେଇଥିବା ଅଭିଯୋଗ ହୋଇଛି ା ସୁଜିତ ଉକ୍ତ ଯୁବତୀ ଓ ତାଙ୍କ ପରିବାର ଲୋକଙ୍କୁ ମାରିଦେବାକୁ ଧମକ ଦେବା ଘଟଣାକୁ ନେଇ ଗତ ୧୪ ତାରିଖରେ ଯୁବତୀ ରାମଚନ୍ଦ୍ରପୁର ଥାନାରେ ଲିଖିତ ଏତଲା ଦେଇଥିଲେ। ପୋଲିସ ଏକ ମାମଲା(ନଂ.୯୯/୨୧) ରୁଜୁ କରି ବୁଧବାର ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ତେବେ ଏତଲା ଦେବା ସମୟରେ ସୁଜିତଙ୍କ ଭାଇ ଓ ବିଜେଡିର କେତେଜଣ ନେତା ଆପୋଷ ସମାଧାନ କରିବା ପାଇଁ ଯୁବତୀଙ୍କ ପରିବାର ଲୋକଙ୍କୁ ପ୍ରବର୍ତ୍ତାଇଥିବା ଅଭିଯୋଗ ହୋଇଛି। ସମାଧାନ ନ ହେବାରୁ ବିଧାୟକଙ୍କ ପୁଅ ଦେବାଶିଷ ୧୫ ତାରିଖରେ ସମ୍ପୃକ୍ତ ଯୁବତୀଙ୍କ ଘରକୁ ଯାଇ ବୁଝାଶୁଝା କରି ସମାଧାନ କରିବାକୁ କହିଥିଲେ। ଏହାର ସମାଧାନ ନ କଲେ ଭବିଷ୍ୟତରେ ଅସୁବିଧା ହେବ ବୋଲି ଧମକ ଦେଇଥିବା ଭାଇରାଲ ଅଡିଓରୁ ଜଣାପଡ଼ିଛି।
ଅନ୍ୟପକ୍ଷରେ ସୁଜିତଙ୍କ ସ୍ତ୍ରୀ ସମ୍ପୃକ୍ତ ଯୁବତୀଙ୍କ ବିରୋଧରେ ପାଲଟା ଅଭିଯୋଗ କରିଛନ୍ତି। ସେ ଏତଲାରେ ଦର୍ଶାଇଛନ୍ତି, ଯୁବତୀ ଜଣକ ତାଙ୍କ ସ୍ବାମୀଙ୍କୁ ଫସାଇ ଏଭଳି ଘଟଣା ଘଟାଉଛନ୍ତି। ଏ ସଂକ୍ରାନ୍ତରେ ବିଧାୟକଙ୍କ ପୁଅ ଦେବାଶିଷଙ୍କୁ ପଚାରିବାରୁ ସେ ଘଟଣା ସମ୍ପର୍କରେ ବୁଝାଇବାକୁ ଯୁବତୀଙ୍କ ଘରକୁ ଯାଇଥିଲେ, କାହାରିକୁ ଧମକଚମକ ଦେଇ ନାହାନ୍ତି କିମ୍ବା ଅଡିଓରେ ମଧ୍ୟ ସେଭଳି ଉକ୍ତି ନାହିଁ ା ରାଜନୈତିକ ଉଦ୍ଦେଶ୍ୟ ରଖି ତାଙ୍କ ବିରୋଧରେ ଏଭଳି ଅପପ୍ରଚାର କରାଯାଉଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଦିନିଆ ବର୍ଷାରେ ବେହାଲ ସାନ ଆର୍ଜିପଲ୍ଲୀ ଗାଁ

ଛତ୍ରପୁର, ୬।୧୨(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଗାଁ ଅଦିନିଆ ବର୍ଷାରେ ବେହାଲ ହୋଇଛି । ଲଗାଣ ବର୍ଷା...

ଯଶିପୁର ବିଇଓ ନିଲମ୍ବିତ

ବାରିପଦା,୬।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ମୟୂରଭଞ୍ଜ ଜିଲା ଯଶିପୁର ବ୍ଲକ ଶିକ୍ଷାଧିକାରୀ ମଙ୍ଗଲ ଚରଣ ସିଂଙ୍କୁ...

ବାତ୍ୟା ମିଗ୍‌ଜୋମ୍‌ ପ୍ରଭାବ: ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା

ଭୁବନେଶ୍ୱର,୬।୧୨: ବାତ୍ୟା ମିଗ୍‌ଜୋମ୍‌ ସ୍ଥଳଭାଗ ଛୁଇଁବା ପରେ ଦୁର୍ବଳ ହେବା ସହ କେନ୍ଦ୍ରୀୟ ଆନ୍ଧ୍ର ଉପକୂଳରେ ଗଭୀର ଅବପାତରେ ପରିଣତ ହୋଇଛି।  ଆଗାମୀ କିଛି ଘଣ୍ଟା...

ଦୁର୍ଗନ୍ଧକୁ ନେଇ ତେଜୁଛି ଜନଅସନ୍ତୋଷ

ଭୁବନେଶ୍ୱର, ୬।୧୨ (ବନ୍ଦନା ସେଠୀ): ସୈନିକ ସ୍କୁଲ ନିକଟସ୍ଥ ଟିଟିଏସ୍‌ (ଟେମ୍ପରାରି ଟ୍ରାନ୍‌ଜିଟ୍‌ ଷ୍ଟେଶନ) ପାଇଁ ଦିନକୁ ଦିନ ସ୍ଥିତି ବିଗିଡି ଚାଲିଛି। ଦୁର୍ଗନ୍ଧରେ ଅଧା...

ବାଲିଯାତ୍ରାରେ ସିଏମ୍‌ସି ଖର୍ଚ୍ଚକୁ ନେଇ ବିବାଦ

କଟକ,୬।୧୨(ସୁପ୍ରିୟା ପ୍ରିୟଦର୍ଶିନୀ): ଐତିହାସିକ କଟକ ବାଲିଯାତ୍ରା ମଙ୍ଗଳବାର ଶେଷ ହୋଇଛି। ହେଲେ ଏଥିପାଇଁ ହୋଇଥିବା ଖର୍ଚ୍ଚକୁ ନେଇ ବିବାଦ ମୁଣ୍ଡ ଟେକିଛି। ଚଳିତବର୍ଷ କଟକ ମହାନଗର...

ତଦନ୍ତରେ ବାଧା ଭିଏଟ୍‌ନାମା ଭାଷା

ପାରାଦୀପ,୬।୧୨(ଶରତ ରାଉତ): ପାରାଦୀପ ବନ୍ଦର ପିଆଇସିଟି (ପାରାଦୀପ ଇଣ୍ଟରନ୍ୟାଶନାଲ କାର୍ଗୋ ଟର୍ମିନାଲ) ବର୍ଥରୁ ନଭେମ୍ବର ୩୦ ତାରିଖ ରାତିରେ ‘ଏମ୍‌ଭି ଦେବୀ’ ନାମକ ପଣ୍ୟବାହୀ ଜାହାଜରୁ...

ଲଘୁଚାପ ବର୍ଷାକୁ ନେଇ ଭୟଭୀତ ଚାଷୀ

ଯାଜପୁର ସଦର,୬।୧୨(ସମର ବିଜୟ ଶରଣ): ଲଘୁଚାପ ବର୍ଷାକୁ ନେଇ ଯାଜପୁର ବ୍ଲକ୍‌ ଅଞ୍ଚଳର ଚାଷୀ ଭୟଭୀତ ହୋଇ ପଡ଼ିଛନ୍ତି। ଯଦି ବର୍ଷା ହୁଏ ତେବେ ଅନେକ...

୩୩ ବର୍ଷ ହେଲା ରାସ୍ତା ନିର୍ମାଣ ହୋଇପାରୁନି

ପ୍ରୀତିପୁର,୬।୧୨(ସୁଶାନ୍ତ ବେହୁରିଆ):ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ଜରି ବିସିଜେ ହାଇସ୍କୁଲ ଛକଠାରୁ ଦଶରଥପୁର ବ୍ଲକର ବଡ଼ କୁଁଆଲ ଗାଁ ପର୍ଯ୍ୟନ୍ତ ରାସ୍ତା ୩୩ ବର୍ଷ ହେବ ନିର୍ମାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri